ପ୍ରମୂଖ ଖବର
  • ଆମେରିକାର ପୂର୍ବତନ ଏନଏସ୍ଏଙ୍କ ଘରେ ଚଢ଼ାଉ କଲା ଏଫବିଆଇ
  • ||
  • ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ରାନିଲ ବିକ୍ରମାସିଂଘେ ଗିରଫ
  • ||
  • କଟକ : ବଡ଼ମ୍ବା ପୁଲିସର ସଫଳତା, ଦୁର୍ଦ୍ଦାନ୍ତ ଅପରାଧୀ ପପୁ ଚୌଧୁରୀ ଗିରଫ
  • ||
  • ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା : ଏଣିକି ସରକାରୀ ବସ୍‌ରେ ଫ୍ରିରେ ଯାତାୟାତ କରିବେ ପ୍ରଥମରୁ ପ୍ଲସ୍ ଟୁ
  • ||
  • ବୁଲା କୁକୁର ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ସେଲ୍ଟର ହୋମ୍‌ ନୁହେଁ ବନ୍ଧ୍ୟାକରଣ ହିଁ ସମାଧାନ
  • ||
  • କଟକ : ଚନ୍ଦକାରୁ ଆଠଗଡ଼ ରେଞ୍ଜ; ଭରା ମହାନଦୀ ପାର୍ ହେଲେ ୨୨ଟିକିଆ ହାତୀପଲ
  • ||
  • ଦିଗପହଣ୍ଡି : ଝରଣାରେ ଗାଧୋଇବା ବେଳେ ପାହାଡ଼ ଉପରୁ ଖସି ଆସିଲା ପଥର, ଚାପି ହୋଇ ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଚୌଦ୍ୱାର: କଟକ CDMOର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳନୀନ ୫ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ମହିଳା ଏସିଆ କପ୍‌ ହକି: ଭାରତୀୟ ଦଳ ଘୋଷଣା, ସଲିମା ଟେଟେ ନେବେ ନେତୃତ୍ୱ, ଓଡ଼ିଶାରୁ ସୁନେଲିତା
  • ||
  • ଆମେରିକାରେ ଭୂକମ୍ପର ଜୋରଦାର ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୮.୦ ରେକର୍ଡ
  • ||
  • ବୁଲା କୁକୁର ଉପରେ ଆଜି ସୁପ୍ରିମ୍‌ ଶୁଣାଣି, ସ୍ଥଗିତାଦେଶ ଆବେଦନ ଉପରେ ଶୁଣାଣି କରିବେ ଖଣ୍ଡପୀଠ
  • ||
  • ଆସନ୍ତାରେ ୩୧ ହେବାକୁ ଥିବା ସ୍ପେସାଲ୍‌ ଓଟିଇଟି ପୁଣି ସ୍ଥଗିତ, ଆଶଙ୍କାରେ ୭୫ ହଜାର ଇନ୍‌ସର୍ଭିସ୍‌ ଶିକ୍ଷକ
  • ||
  • ହିନ୍ଦୋଳ : ମଦ୍ୟପ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବୃଦ୍ଧ ବଡ଼ବାପାକୁ ଗାଁ ଦାଣ୍ଡରେ ଘୋଷାଡ଼ି ବାଡ଼େଇଲା ପୁତୁରା
  • ||
  • ଅନୁଗୁଳ କାରାଗାରର ବିଚାରାଧୀନ କଏଦୀଙ୍କ ମୃତ୍ୟୁ
  • ||
  • ଆସୁଛି ଆଉ ଦୁଇଟି ଲଘୁଚାପ: ଆସନ୍ତା ୨୬ ଯାଏ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ
  • ||

କିଡ୍‌ନୀ ପ୍ରତିରୋପଣ ପରେ ଏସ୍‌ସିବିରେ ୧୨୫ ରୋଗୀଙ୍କ ମୃତ୍ୟୁ, କ୍ଷତିପୂରଣ ପ୍ରଦାନ ନେଇ ସରକାରଙ୍କୁ ନୋଟିସ୍

Published By : Manoj | August 22, 2025 11:24 AM

କଟକ,୨୨/୦୮: ଏସ୍‌ସିବିରେ କିଡ୍‌ନୀ ପ୍ରତିରୋପଣ ପରେ ୧୨୫  ରୋଗୀଙ୍କ ମୃତ୍ୟୁ ହେବା ଘଟଣାରେ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ଦୁଇ ସପ୍ତାହ  ମଧ୍ୟରେ ଜବାବ ଦାଖଲ ଲାଗି ନିର୍ଦ୍ଦେଶ ଦେଇଛନ୍ତି । କିଡ୍‌ନୀ ପ୍ରତିରୋପଣ  ପରେ ଉପଯୁକ୍ତ ଚିକିତ୍ସା ଅଭାବରୁ ଯେଉଁମାନଙ୍କ ମୃତ୍ୟୁ ହୋଇଛି ସେମାନଙ୍କ  ପରିବାରକୁ କ୍ଷତିପୂରଣ ପ୍ରଦାନ ଲାଗି ଗଙ୍ଗାଧର ପାଣିଗ୍ରାହୀ ହାଇକୋର୍ଟରେ  ଏହି ମାମଲା ଦାଏର କରିଛନ୍ତି । ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ହରିଶ୍‌  ଟଣ୍ଡନ ଏବଂ ବିଚାରପତି ଜଷ୍ଟିସ୍‌ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ  ମାମଲାର ପ୍ରାଥମିକ ଶୁଣାଣି କରି କ୍ଷତିପୂରଣ ସଂକ୍ରାନ୍ତରେ ଜବାବ ପ୍ରଦାନ ଲାଗି  ନିର୍ଦ୍ଦେଶ ଦେଇଛନ୍ତି । ମାମଲାର ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୧୦ ତାରିଖକୁ  ଧାର୍ଯ୍ୟ ହୋଇଛି । 

ଆବେଦନକାରୀ ପିଟିସନ୍‌ରେ ଦର୍ଶାଇଛନ୍ତି ଯେ, ଏସ୍‌ସିବିରେ  ୨୦୧୯ ପୂର୍ବରୁ ୧୭୫ଜଣଙ୍କ କିଡ୍‌ନୀ ପ୍ରତିରୋପଣ କରାଯାଇଥିଲା । ସେଥିରୁ  ୧୨୫ଜଣଙ୍କର ଇତିମଧ୍ୟରେ ଦେହାନ୍ତ ହୋଇଯାଇଛି । ପ୍ରତିରୋପଣ ପରବର୍ତ୍ତୀ  ସମୟରେ ଉପଯୁକ୍ତ ଚିକିତ୍ସା ଅଭାବରୁ ଏଭଳି ରୋଗୀମାନେ ମୃତ୍ୟୁବରଣ  କରୁଥିବା ସେ ଅଭିଯୋଗ କରିଛନ୍ତି । କିଡ୍‌ନୀ ପ୍ରତିରୋପଣରେ ଲକ୍ଷଲକ୍ଷ  ଟଙ୍କା ଖର୍ଚ୍ଚ କରି ସର୍ବସ୍ୱାନ୍ତ ହେଇଯାଉଥିବା ପରିବାରକୁ  କ୍ଷତିପୂରଣ ପ୍ରଦାନ ଲାଗି  ଅଦାଲତ ନିର୍ଦ୍ଦେଶ ଦେବାକୁ  ଆବେଦନକାରୀ ପ୍ରାର୍ଥନା  କରିଛନ୍ତି । ହାଇକୋର୍ଟ ଏହି ମାମଲାକୁ ବିଚାର ପାଇଁ  ଗ୍ରହଣ କରି ଉପରୋକ୍ତ  ନିର୍ଦ୍ଦେଶ ଦେଇଛନ୍ତି ।  ଆବେଦନକାରୀଙ୍କ ପକ୍ଷରୁ  ଆଇନଜୀବୀ ପଦ୍ମନାଭ  ଚୌଧୁରୀ ମାମଲା  ପରିଚାଳନା କରୁଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.