ପ୍ରମୂଖ ଖବର
  • ଏସ୍‌ବିଆଇର ପରବର୍ତ୍ତୀ ଅଧ୍ୟକ୍ଷ ହୋଇପାରନ୍ତି ଚଲା ଶ୍ରୀନିବାସୁଲୁ ସେଟ୍ଟି
  • ||
  • ଆଜି ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ନେବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ
  • ||
  • ଟିଟିଲାଗଡ଼: କାଗଜ ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ନାଇଜେରିଆରେ ଆତ୍ମଘାତି ଆକ୍ରମଣ; ୧୮ ମୃତ, ୪୨ ଆହତ
  • ||
  • ରାଜଧାନୀରେ ଲଗାଣ ବର୍ଷା, ଅଣ୍ଡର ପାସ୍‌ରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ଭାରତୀୟ ବ୍ୟାଙ୍କଗୁଡ଼ିକୁ ସାଇବର ଆକ୍ରମଣ ଭୟ, ସତର୍କ ରହିବାକୁ ରିଜର୍ଭ ବ୍ୟାଙ୍କର ନିର୍ଦ୍ଦେଶ
  • ||
  • ରାଜ୍ୟରେ ବ୍ୟାପୁଛି ବର୍ଷାଜନିତ ସଂକ୍ରମଣ ରୋଗ, ଜଣ୍ଡିସ୍‌, ଡାଇରିଆ, ଜ୍ୱର ଓ ଡେଙ୍ଗୁ ଭୟ ବଢ଼ିଲା
  • ||
  • ସୋମବାରଠୁ ଜନତା ଦରବାର, ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ, ଜିଲ୍ଲାରେ ବି ଶୁଣାଣି
  • ||
  • ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟିରୁ ସନ୍ନ୍ୟାସ ନେଲେ କୋହଲି - ରୋହିତ, ବିଶ୍ୱକପ୍ ଟ୍ରଫି ବିଜ​‌ୟ ପରେ ଘୋଷଣା
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଆଜି ୩ ଜିଲ୍ଲାରେ ପ୍ରବଳ ବର୍ଷିବ, ୩ରୁ ନିର୍ଧୁମ ଛେଚିବ
  • ||

ମନ୍ଦିର ଦର୍ଶନ ସାରି ଫେରୁଥିବା ବେଳେ ଅଘଟଣ, ୧୩ ମୃତ

 ନୂଆଦିଲ୍ଲୀ,୨୮,୬:  ମନ୍ଦିର ଦର୍ଶନ ସାରି ଫେରୁଥିବା ତୀର୍ଥଯାତ୍ରୀ  ଟ୍ରାଭେଲର ଏକ ଟ୍ରକକୁ ଧକ୍କା ଦେଇଥିଲା । ଫଳରେ ଏଥିରେ ଲିଭିଗଲା ୧୩ ଜୀବନ ଦୀପ । ତେବେ ଆଜି (ଶୁକ୍ରବାର) ଭୋର ସମୟରେ କର୍ଣ୍ଣାଟକ ହାଭେରୀ ଜିଲ୍ଲା ଅନ୍ତର୍ଗତ ଗୁଣ୍ଡେନାହାଲ୍ଲିଠାରେ ଏହି ଭୟଙ୍କର ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଥିବା ବେଳେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସମସ୍ତ ମୃତକ ଟ୍ରାଭେଲରରେ ଯାତ୍ରା କରୁଥିଲେ ।

ସୂଚନା ଅନୁଯାୟୀ, ଆଜି ଭୋର ପାଖାପାଖି ୪ଟା ସମୟରେ ହାଭେରୀ ଜିଲ୍ଲାର ଗୁଣ୍ଡେନାହାଲ୍ଲିଠାରେ ଏକ ଟ୍ରାଭେଲର ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ବାଳକ ଆହତ ହୋଇଥିଲେ । ଏନେଇ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲା । ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି । ମୃତକମାନେ ମନ୍ଦିର ଦର୍ଶନ ପାଇଁ କର୍ଣ୍ଣାଟକର ସାବଦତ୍ତୀ ଯାଇଥିବା ବେଳେ ସେଠାରୁ ଫେରୁଥିଲେ । ଫେରିବା ବାଟରେ ଦୁର୍ଘଟଣା ଘଟିଥିଲା । ସମସ୍ତ ମୃତକ ଶିବାମୋଗା ବାସିନ୍ଦା ହୋଇଥିବା ଜଣାପଡିଛି । ସେପଟେ  ପୋଲିସ ଘଟଣାର ତଦନ୍ତ ଜାରି ରଖିଛି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.