ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

କୋଣାର୍କରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୩ ଉଠା ଦୋକାନ

Published By : Harapriya Sethi | February 3, 2025 7:52 AM

କୋଣାର୍କ,୦୩/୦୨: କୋଣାର୍କରେ ଭୟାବହ ଅଗ୍ନିକାଣ୍ଡରେ ରାସ୍ତା ପାର୍ଶ୍ୱରେ ୧୩ଟି ଉଠା ଦୋକାନ ଜଳି ପାଉଁଶ ହୋଇଯାଇଛି । ଏହି ଅଗ୍ନିକାଣ୍ଡରେ ପ୍ରାୟ ୨୦ଲକ୍ଷ ଟଙ୍କାର ହସ୍ତଶିଳ୍ପ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି । ସଟ୍‌ ସର୍କିଟ ଅଥବା କେହି ଦୁର୍ବୃତ୍ତ ନିଆଁ ଲଗାଇଥିବାରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଖବର ପାଇ କୋଣାର୍କ ଚମ୍ପାହାର ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁ ଲିଭାଇଛନ୍ତି । ପୁରୀ ଜିଲ୍ଲା କୋଣାର୍କରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ସୂର୍ଯ୍ୟମନ୍ଦିର ଓ ନବଗ୍ରହ ମୁଖ୍ୟ ରାସ୍ତା ପାର୍ଶ୍ୱ ଉଠା ଦୋକାନରେ ରବିବାର ବିଳମ୍ବିତ ରାତିରେ ନିଆଁ ଲାଗି ଯାଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଆଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ କୋଣାର୍କ ଚମ୍ପାହାର ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁ ଲିଭାଇଥିଲେ । ଏହି ଅଗ୍ନିକାଣ୍ଡରେ ହସ୍ତଶିଳ୍ପ ଓ ଜଳଖିଆ ଚା ଦୋକାନ ବିଶେଷ କ୍ଷତିଗ୍ରସ୍ତ ହୋଇଛି । ପ୍ରାୟ ୨୦ଲକ୍ଷ ଟଙ୍କାର ହସ୍ତଶିଳ୍ପ ସାମଗ୍ରୀ ପୋଡି ପାଉଁଶ ହୋଇଛି । ପାଖରେ ଥିବା ଏକ ଏଟିଏମ୍ ଗ୍ଲାସ୍ ଡୋର ଭାଙ୍ଗି ଚୂରମାର ହୋଇଯାଇଛି ।  ତେବେ ସଟ୍‌ ସର୍କିଟ ଅଥବା କେହି ଦୁର୍ବୃତ୍ତ ନିଆଁ ଲଗାଇଥିବା ଅନୁମାନ କରାଯାଉଛି।

କଣ୍ଟେନରକୁ ଧକ୍କାଦେଲା କଣ୍ଟେନର, ଡ୍ରାଇଭର ଗୁରୁତର

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.