ପ୍ରମୂଖ ଖବର
  • ଜାନୁଆରୀରେ ଆସିବ ସୁଭଦ୍ରା ଟଙ୍କା, ବଣ୍ଡା ଘାଟିରେ ସମସ୍ତ ମହିଳାଙ୍କ ଆକାଉଣ୍ଟକୁ ଯିବ କିସ୍ତି
  • ||
  • ସୁବର୍ଣ୍ଣପୁର : ଶିବ ମନ୍ଦିରରୁ ଚୋରି, ତାଲା କାଟି ଏକାଧିକ ମୂର୍ତ୍ତି ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସୁବର୍ଣ୍ଣପୁର : ଟ୍ରେନ୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
  • ||
  • ପଦ୍ମପୁର : ସ୍ତ୍ରୀର ତଣ୍ଟି କାଟିଦେଲା ନୃସଂଶ ସ୍ୱାମୀ, ଅଭିଯୁକ୍ତ ଫେରାର
  • ||
  • ପଟ୍ଟାମୁଣ୍ଡାଇ : ରାଜନଗରରୁ ପ୍ରାୟ ୧୮ ଫୁଟ ଲମ୍ୱର ଅଜଗର ଉଦ୍ଧାର, ଚିକିତ୍ସା ପରେ ଯିବ ଭିତରକନିକା
  • ||
  • ଭୁବନେଶ୍ୱର : ସୁନା ଦୋକାନରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • ଚାନ୍ଦବାଲି : ନବ ବିବାହିତା ମହିଳାଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ବାପଘର ଲୋକେ
  • ||
  • ଖଲ୍ଲିକୋଟ : ଚାଷୀଙ୍କ ଚିନ୍ତା ବଢାଇଲା ଅଦିନିଆ ବର୍ଷା, ନଷ୍ଟ ହୋଇଗଲା ଫସଲ
  • ||
  • ଶନିବାର ଜିଏସ୍‌ଟି ପରିଷଦ ବୈଠକ: ଶସ୍ତା ହୋଇପାରେ ଅନ୍‌ଲାଇନ୍‌ ଖାଦ୍ୟ ଅର୍ଡର, କମିପାରେ ସ୍ୱାସ୍ଥ୍ୟ ବୀମା ପ୍ରିମିୟମ୍‌
  • ||
  • ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ,କ୍ଷୟକ୍ଷତି ନେଇ ନାହିଁ ସୂଚନା
  • ||
  • ଜର୍ମାନୀରେ ଖ୍ରୀଷ୍ଟମାସ ମାର୍କେଟରେ ଲୋକଙ୍କ ଉପରେ ମାଡ଼ିଗଲା କାର୍‌, ୨ ମୃତ, ୬୫ ଆହତ,ଚାଳକ ଅଟକ
  • ||
  • ଆସିକା : ଲଗାଣ ବର୍ଷାରେ ନଷ୍ଟ ହୋଇଗଲା ଅମଳ ଧାନ, ଚିନ୍ତାରେ ପଡିଛନ୍ତି ଚାଷୀ
  • ||
  • ଜଗତସିଂହପୁର : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ନଷ୍ଟ ୫୦ ହଜାର ହେକ୍ଟର ଜମିର ଫସଲ
  • ||
  • ଶୀତରେ ବର୍ଷା ଦାଉ: ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା
  • ||

ହୀରାକୁଦ ଏସିଏଫ୍‌ଙ୍କ ଘରୁ ନଗଦ ୧୪ ଲକ୍ଷ ଜବତ, ୭ ପ୍ଲଟ୍ ଠାବ

Published By : Prameya | December 6, 2024 1:47 PM

ଭୁବନେଶ୍ଵର, ୦୬/୧୨ : ହୀରାକୁଦ ଏସିଏଫ୍‌ଙ୍କ ଘରୁ ମିଳିଲା ବିଡ଼ା ବିଡ଼ା ଟଙ୍କା। ଏସିଏଫ୍ ରେବତୀ ରମଣ ଯୋଶୀଙ୍କ ଘରେ ଚଢାଉ କଲା ବେଳେ ନଗଦ ୧୪ ଲକ୍ଷ ଟଙ୍କା ସହ ୧୫୦ ଗ୍ରାମର ସୁନା ଏବଂ ୩୦୦ ଗ୍ରାମର ରୁପା ଅଳଙ୍କାର ଜବତ କଲା ଭିଜିଲାନ୍ସ। ଏତଦ୍ ବ୍ୟତୀତ ଏସିଏଫ୍‌ଙ୍କର ୭ଟି ପ୍ଲଟ ଠାବ ହୋଇଛି। ରେବତୀ ରମଣଙ୍କର ସମ୍ଵଲପୁର ଟାଉନ୍‌ରେ ୩ଟି କୋଠା, ଭୁବନେଶ୍ଵରରେ ୪ଟି ଫ୍ଲାଟ୍, ଏବଂ ସମ୍ଵଲପୁର ଟାଉନ୍‌ରେ ୩ଟି ଫ୍ଲାଟ୍ ରହିଛି।  

ଭିଜିଲାନ୍ସ ରେଡ୍ ପରେ ଆସିଲା ହୀରାକୁଦ ଏସିଏଫ୍ ରେବତୀ ରମଣ ଯୋଶୀଙ୍କ ସମ୍ପତ୍ତି ତାଲିକା। ସମ୍ବଲପୁର ଅଁଇଠାପାଲିରେ ଏସିଏଫ୍‌ଙ୍କର ଏକ ତିନି ମହଲା କୋଠା, ପାଲିପାଲିରେ ଏକ କୋଠା, ପଦ୍ମପୁରରେ ଏକ କୋଠା, ଭିବନେଶ୍ଵର ଘାଟିକିଆରେ ଏକ ଫ୍ଲାଟ୍, ସମ୍ବଲପୁର ସିଟି ପ୍ରାଇଡ୍ ଆପାର୍ଟମେଣ୍ଟରେ ଗୋଟିଏ ଫ୍ଲାଟ୍, ଚର୍ଚ୍ଚ ଛକ ବ୍ରିଜଧାମ ଆପାର୍ଟମେଣ୍ଟରେ ଦୁଇଟି ଫ୍ଲାଟ୍ ରହିଛି।   

ସୂଚନାନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ହୀରାକୁଦ ଏସିଏଫ୍ ରେବତୀ ରମଣ ଯୋଶୀଙ୍କ ଘର ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି। ଏହି ଚଢାଉରେ ୩ ଜଣ ଡିଏସପି, ୧୦ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ ଅଧିକାରୀମାନେ ସାମିଲ ଅଛନ୍ତି। 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.