ମେଷ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ଏବଂ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି ପ୍ରୟୋଗରେ ଅସଫଳ ହେବେ । ପୈତୃକ ସମ୍ପତ୍ତିକୁ ନେଇ ବିବାଦ କିମ୍ବା ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ଦ୍ୱିଜା ମେଷ ଓ ଯାହାର ପ୍ରଥମ ନାମାକ୍ଷର ଲି ଲୁ, ଲେ, ଲୋ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୧୧, ଆରାଧନା : ମା’ ଚଣ୍ଡୀ ।
ବୃଷ : ଚତୁର୍ଥ ଚନ୍ଦ୍ର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ଧନ, ସମ୍ପଦ, ବୃଦ୍ଧି ପାଇବ । ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ବନ୍ଧୁବାନ୍ଧବଙ୍କ ସହଯୋଗ ପ୍ରାପ୍ତ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ମୃଗଶିରା ବୃଷ ଓ ଯାହର ପ୍ରଥମ ନାମାକ୍ଷର ବେ, ବୋ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।
ମିଥୁନ : ତୃତୀୟ ଚନ୍ଦ୍ର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୪, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।
କର୍କଟ : ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ ଏବଂ ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଆଳସ୍ୟତା ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା : ୧, ଆରାଧନା: ଭଗବାନ ଶିବ ।
ସିଂହ : ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ ଓ ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କ ସହ ସମ୍ପର୍କ ମଧୁର ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ ଏବଂ କର୍ମରେ ସଫଳତା ପରିଶ୍ରମ ତୁଳନାରେ ଅଧିକ ମିଳିବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା: ମା’ ମାଣିକେଶ୍ୱରୀ ।
କନ୍ୟା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶମୁକ୍ତ ହେବେ । ମନରୁ ଅସ୍ଥିରତା ଲୋପ ପାଇବ ଏବଂ ସମସ୍ତ କର୍ମରେ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍ ରହିବ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ । କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କର୍ମରୁ ସଫଳତା ସହ ସମ୍ପାଦନ କରିବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୪, ଆରାଧନା : ମା’ ଷୋଡ଼ଶୀ ।
ତୁଳା: ଘାତବାର ଏବଂ ଏକାଦଶ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ କମ୍ ରହିବ । ଆର୍ଥିକ ସ୍ଥିତିରେ ଉନ୍ନତି, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ବକେୟା ପଡ଼ିଥିବା ଧନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା : ୧୨, ଆରାଧନା : ମା’ ସମଲେଶ୍ୱରୀ ।
ବିଛା : ଦଶମ ଚନ୍ଦ୍ର, ଗୁରୁବାର ଯୋଗୁ ନୂତନ କର୍ମାରମ୍ଭର ଯୋଜନା କରିବେ ଏବଂ ସେଥିରେ ସଫଳତା ପାଇବା ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ କରିବେ । ଆଜି ଯେକୌଣସି କର୍ମ ଆରମ୍ଭ କରିବେ, ସେଥିରେ ଶତ ପ୍ରତିଶତ ସଫଳତା ପ୍ରାପ୍ତ କରିବେ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଦେହ, ମନ ସୁସ୍ଥ ରହିବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।
ଧନୁ : ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ କର୍ମରେ ବାଧାବିଘ୍ନ ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ଓ ଯାହାର ପ୍ରଥମ ନାମାକ୍ଷର ଭୁ, ଧା, ଫା, ତା ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ମା’ ତାରା ।
ମକର : ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ଧାବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଧନିଷ୍ଠା ମକର ଓ ଯାହାର ପ୍ରଥମ ନାମାକ୍ଷର ଗା, ଗି ସେମାନେ ସତର୍କ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ସପ୍ତମ ଚନ୍ଦ୍ର ଯୋଗୁ ଏବଂ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ଏବଂ ସହଧର୍ମିଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ କରିବେ । ବସନ, ଭୂଷଣ ଓ ଆଭୂଷଣ ପ୍ରତି ମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ କାଳୀ ।
ମୀନ : ଷଷ୍ଠ ଚନ୍ଦ୍ର, ଗୁରୁବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଉତ୍ତରାଭାଦ୍ର ମୀନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀ ଜଗନ୍ନାଥ ।