ପ୍ରମୂଖ ଖବର
  • ବୋରିଗୁମ୍ମା : ଗୋଟିଏ ଦିନରେ ୩ ଘରୁ ଚୋରି, ୨କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଭାରସାମ୍ୟ ହରାଇ ଓଲଟିଲା ଓଏସଆରଟିସି ବସ୍‌, ୧୨ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ
  • ||

ରାଜ୍ୟ ସରକାରଙ୍କ ସହ ଅର୍ଥ କମିଶନଙ୍କ ବୈଠକ: ୧୨ଲକ୍ଷ ୫୯ ହଜାର କୋଟିର ଦାବି

Published By : Prameya | February 6, 2025 3:29 PM

ଭୁବନେଶ୍ୱର ୦୬/୦୨: ସରିଲା ଷୋଡ଼ଶ ଅର୍ଥ କମିଶନଙ୍କ ସହ ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ। ଓଡ଼ିଶାର ବିକାଶ ନେଇ ଦାବି ଜଣାଇଲେ ସରକାର। ୫ ବର୍ଷୀୟ ବିକାଶ ପ୍ଲାନକୁ କରାଗଲା ଫୋକସ। କେନ୍ଦ୍ର ସରକାରଙ୍କ ଟିକସ ଆୟ ବଢ଼ାଇବକୁ ଅର୍ଥ କମିଶନଙ୍କୁ ଦାବି କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଣାମଧ୍ୟମକୁ ସୂଚନା ଦେଇଛନ୍ତି। 

ଫେବୃଆରୀ ୪ ରୁ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟ ଗସ୍ତରେ ଆସିଛନ୍ତି ଷୋଡ଼ଶ ଅର୍ଥ କମିଶନ । ବିଶେଷ କରି ଓଡ଼ିଶାର ଅର୍ଥନୈତିକ ସ୍ଥିତି ସହ ଗ୍ରୋଥ ଏବଂ ବିକାଶ କାମକୁ ଅନୁଧ୍ୟାନ କରିଛନ୍ତି ଷୋଡ଼ଶ ଅର୍ଥ କମିଶନ । ଏହାସହ ଆଗାମୀ ଦିନରେ ଓଡ଼ିଶା କେମିତି  ଗୁରୁତ୍ଵ ଦେବ, ସମୃଦ୍ଧ ଓଡ଼ିଶା କରିବା ପାଇଁ ଚିନ୍ତନ କରାଯାଇଛି । କମିଶନ ୪ ତାରିଖ ଆସିବା ପରେ ଜନଜାତି ସଂଗ୍ରହାଳୟ, କଳିଙ୍ଗ ଷ୍ଟାଡିୟମ୍ ପରିଦର୍ଶନ କରିଥିଲେ । ୫ ତାରିଖ ପୁରୀ ଓ କୋଣାର୍କ ଥିଲେ । 



ଗୁରୁବାର ଲୋକସେବା ଭବନରେ ଷୋଡ଼ଶ ଅର୍ଥ କମିଶନଙ୍କ ସହ ସରକାର ଆଲୋଚନା କରିଥିଲେ। ରାଜ୍ୟର ବିଭିନ୍ନ ଆର୍ଥିକ ଦିଗ ସହ ଗଠନ ମୂଳକ ପଦକ୍ଷେପ ଉପରେ ଆଲୋଚନା କରାଯାଇଛି । ବିକାଶ ମୂଳକ ଆବଶ୍ୟକତା ଓ ଆର୍ଥିକ କ୍ଷମତା ନେଇ ଆଲୋଚନା ହୋଇଛି ।

କମିଶନଙ୍କ ନିକଟରେ ବିକଶିତ ଓଡ଼ିଶା ପାଇଁ ପ୍ରସ୍ତାବ ଦେଇଛନ୍ତି ରାଜ୍ୟ ସରକାର ।  ୨୦୨୬-୨୦୩୧ ଯାଏଁ ପଞ୍ଚବାର୍ଷିକ ଯୋଜନା ମାଧ୍ୟମରେ ଏହା ପ୍ରତିଫଳିତ ହେବ ବୋଲି ଆଶା ଅଛି । ଏହାକୁ ଆଧାର କରି କମିଶନ ନିକଟରେ ଦାବି ରଖାଯାଇଛି । କେନ୍ଦ୍ର ସରକାରଙ୍କ ଟିକସ ଆୟରୁ ୪୧ ପ୍ରତିଶତ ରାଜ୍ୟମାନଙ୍କୁ ବଣ୍ଟନ କରାଯାଉଛି । ଏହାକୁ କେମିତି ୫୦ ପ୍ରତିଶତକୁ ବୃଦ୍ଧି କରିବା ପାଇଁ ଦାବି ରଖାଯାଇଛି । ଉଭୟ ଲିଖିତ ଓ ବକ୍ତବ୍ୟ ମାଧ୍ୟମରେ ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ । 

କେନ୍ଦ୍ର ଟିକସର ରାଜ୍ୟ ମାନଙ୍କୁ ନିର୍ଦ୍ଧାରିତ ସୂତ୍ରରେ ବଣ୍ଟନ କରାଯାଏ । ଓଡ଼ିଶାର ୪.୫୨୮ ପ୍ରତିଶତ ଭାଗ ଓଡ଼ିଶା ପାଇଥାଏ । ଏହାକୁ ୪.୯୬୪ ପ୍ରତିଶତକୁ ବୃଦ୍ଧି କରିବାକୁ ଦାବି ରଖାଯାଇଛି । ମୋଟ ରାଜସ୍ୱ ପ୍ରାପ୍ତିର ୨ ପ୍ରତିଶତ ଗ୍ରାମୀଣ ଓ ସହରାଞ୍ଚଳ ପାଇଁ ସ୍ଥିର କରିବା ପାଇଁ ମଧ୍ୟ ପ୍ରସ୍ତାବ ଦିଆଯାଇଛି । ଏହା ଦ୍ବାରା ଅର୍ଥ ପଞ୍ଚାୟତିରାଜ ଓ ପୌର ଅଞ୍ଚଳ ପାଇଁ ସ୍ବତନ୍ତ୍ର ଅନୁଦାନ ମିଳିପାରିବ । ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି ୭୫ ପ୍ରତିଶତ କେନ୍ଦ୍ର ଦେଇଥାଏ ଓ ୨୫ ଭାଗ ରାଜ୍ୟ ଦିଏ । ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ ଓଡ଼ିଶା । ତେଣୁ କେନ୍ଦ୍ର ସରକାର ନିକଟରେ ୧୦୦ ପ୍ରତିଶତ ଦେବା ପାଇଁ ଦାବି ରଖାଯାଇଛି । 

ସ୍ୱାସ୍ଥ୍ୟ, ଜଳ ଯୋଗାଣ, ପରିମଳ ଉପରେ ମଧ୍ୟ ପ୍ରସ୍ତାବ ଦିଆଯାଇଛି । ହସ୍ତାନ୍ତର ପୂର୍ବରୁ ରାଜସ୍ୱ ନିଅଣ୍ଟ ବାବଦକୁ 9,88,422 କୋଟି ଟଙ୍କା ଦାବି ରାଜ୍ୟର ନିର୍ଦ୍ଦିଷ୍ଟ ଆବଶ୍ୟକତା ବାବଦରେ ୧ ଲକ୍ଷ ୧୦ ହାଜର ୪୩୪ କୋଟି ଟଙ୍କା ଦାବି କରାଯାଇଛି । ସହରାଞ୍ଚଳ ବିକାଶ ପାଇଁ ୧ ଲକ୍ଷ ୩୬ କୋଟି ଟଙ୍କା ଦାବି । ଏସ୍‌ଡିଆର୍‌ଏଫ୍ ପାଇଁ ୩୧ ହାଜର ୪ କୋଟି ଟଙ୍କା, ଏସ୍‌ଡିଆର୍‌ଏଫ୍ ପାଣ୍ଠିପାଇଁ ୨୯ ହଜର ୨୫୨ କୋଟି ଟଙ୍କା ଦାବି କରାଯାଇଛି । 

ମୋଟ ୧୨ ଲକ୍ଷ ୫୯ ହଜାର ୧୪୮ କୋଟି ଟଙ୍କା ଦାବି ରଖାଯାଇଛି । ପୂର୍ବ ଅପେକ୍ଷା ଅଧିକ ଆର୍ଥିକ ସହାୟତା ଆସିବ ବୋଲି ଆଶା ଅଛି । ସହରୀକରଣ, କୃଷି ଓ ଗ୍ରାମ୍ୟ ଉନ୍ନୟନ ଉପରେ ଫୋକସ୍, ଏମ୍‌ଏସ୍‌ଏମ୍‌ଇ ଉପରେ ଫୋକାସ, ବନ୍ଦର ଆଧାରିତ ଅର୍ଥନୀତି ଉପରେ ଫୋକସ, ଦକ୍ଷତା ବିକାଶ ଉପରେ ଫୋକସ ସହ ୪ କୋଟି ୭୦ ଲକ୍ଷ ଲୋକଙ୍କୁ ଆଧାର କରି ସମୃଦ୍ଧ ଓଡିଶା ଗଠନ ପାଇଁ ଲକ୍ଷ୍ୟ ରଖାଯାଇଛି । ଭାରତର ଶ୍ରେଷ୍ଠ ୫ଟି ରାଜ୍ୟ ଭିତରେ ରହିବା ପାଇଁ ଲକ୍ଷ୍ୟ ରଖିଛି ଓଡ଼ିଶା । ଏହି ଗୁରୁତ୍ବପୂର୍ଣ୍ଣ ବୈଠକରେ ମୁଖ୍ୟଶାସନ ସଚିବ, ଅର୍ଥ ସଚିବ, ଉନ୍ନୟନ ସଚିବ ସହ ପ୍ରମୁଖ ବିଭାଗ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.