ପ୍ରମୂଖ ଖବର
  • ଅପରେସନ ‘ସିନ୍ଦୂର’କୁ ନେଇ ଆସିପାରେ ବଡ଼ ସୂଚନା, ଅପରାହ୍ନ ୫ଟା ୩୦ରେ MEA ପ୍ରେସ୍‌ବ୍ରିଫ୍
  • ||
  • ମହଜୁଦ ଅଛି ଆବଶ୍ୟକୀୟ ଇନ୍ଧନ, ଆତଙ୍କିତ ନହେବାକୁ IOCLର ପରାମର୍ଶ
  • ||
  • ସୀମାବର୍ତ୍ତୀ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ, ଗୁଜୁରାଟ, ପଞ୍ଜାବ, ରାଜସ୍ଥାନ ସିଏମ୍‌ଙ୍କ ସହ ଆଲୋଚନା
  • ||
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ସୁରକ୍ଷାବାହିନୀକୁ ବଡ଼ ସଫଳତା, ୧୭ ମାଓବାଦୀଙ୍କ ଆତ୍ମସମର୍ପଣ

Published By : Prameya | March 14, 2025 10:26 AM

ଭୁବନେଶ୍ଵର, ୧୪/୦୩ : ଛତିଶଗଡ଼ ବିଜାପୁର ଜିଲ୍ଲାରେ ପୋଲିସକୁ ବଡ଼ ସଫଳତା। ଗାଙ୍ଗାଲୁର ଏରିଆ କମିଟି ମୁଖ୍ୟ ଦିନେଶ ମୋଡିଅମଙ୍କ ସହ ୧୭ ଜଣ ସକ୍ରିୟ ମାଓବାଦୀ ବିଜାପୁର ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରେ ଜଣେ DVCM ମେମ୍ବର, ଦୁଇ ଜଣ ACM, ଦୁଇ ଜଣ ମିଲିସିଆ ପ୍ଲାଟୁନ୍ କମାଣ୍ଡର, ଜଣେ ଜନତାନା ସରକାର ସଭାପତି ରହିଛନ୍ତି। ଗାଙ୍ଗାଲୁର ଏରିଆ କମିଟି ଡିଭିସିଏମ୍ ଦିନେଶ ମୋଡିଅମ ଓ ତାଙ୍କ ଏସିଏମ୍ ପତ୍ନୀ ଜୋତି ତାଟିଙ୍କ ସହ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଦିନେଶ ମୋଡିଅମ ଗତ ୨୦ ବର୍ଷ ଧରି ମାଓ ସଙ୍ଗଠନରେ ରହିଥିବା ବେଳେ ଗତ ପାଞ୍ଚ ବର୍ଷ ଧରି ଗାଙ୍ଗାଲୁର ଏରିଆ କମିଟିର କମାଣ୍ଡର ଭାବେ କାର୍ଯ୍ୟ କରୁଥିଲେ। ଦିନେଶର ମିଲିଟାରୀ ପ୍ଲାଟୁନ ଲାଗି ଗାଙ୍ଗାଲୁର ଜଙ୍ଗଲ ଭିତରେ ଦୀର୍ଘ ବର୍ଷ ଧରି ପ୍ରବେଶ କରିପାରୁନଥିଲେ ସୁରକ୍ଷାକର୍ମୀ।

ଆଭ୍ୟନ୍ତରୀଣ ଅଞ୍ଚଳରେ ନୂତନ ସୁରକ୍ଷା ଶିବିର ପ୍ରତିଷ୍ଠା ହେବା ସହିତ, ସରକାରଙ୍କ ବିକାଶମୁଖୀ କାର୍ଯ୍ୟ, ରାସ୍ତାର ସମ୍ପ୍ରସାରଣ, ପରିବହନ ସୁବିଧା, ପାଣି, ବିଦ୍ୟୁତ୍ ଏବଂ ସରକାରଙ୍କ ଅନ୍ୟାନ୍ୟ କଲ୍ୟାଣକାରୀ ଯୋଜନାଗୁଡ଼ିକ ଗ୍ରାମବାସୀଙ୍କ ପାଖରେ ପହଞ୍ଚିବା ଆରମ୍ଭ କରିଛି। ସୁରକ୍ଷାବାହିନୀର ଗ୍ରାମବାସୀଙ୍କ ସହିତ ସାକାରାତ୍ମକ ଆଲୋଚନା, କମ୍ୟୁନିଟି ପୋଲିସି ଅଧୀନରେ ଦିଆଯାଉଥିବା କଲ୍ୟାଣକାରୀ ଯୋଜନା ବିଷୟରେ ସୂଚନା ଏବଂ ଛତିଶଗଡ଼ ସରକାରଙ୍କ ଆତ୍ମସମର୍ପଣ ଏବଂ ପୁନର୍ବାସ ନୀତିର ବ୍ୟାପକ ପ୍ରଚାର ମାଓ ସଂଗଠନ ପ୍ରତି ନିରାଶା ସୃଷ୍ଟି କରିଛି ବୋଲି ମାଓନେତା ଦିନେଶ କହିଛନ୍ତି। ତେବେ ଆତ୍ମସମର୍ପଣ ପରେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇଥିବା ସମସ୍ତ ମାଓବାଦୀଙ୍କୁ ୨୫ ହଜାର ଟଙ୍କାର ଚେକ୍ ପ୍ରଦାନ କରାଯାଇଥିବା ବେଳେ ସରକାରଙ୍କ ନିୟମ ଅନୁସାରେ ସେମାନଙ୍କୁ ଥଇଥାନ କରାଯିବ ବୋଲି ବିଜାପୁର ଏସପି ଜିତେନ୍ଦ୍ର ଯାଦବ କହିଛନ୍ତି।

ମାଓବାଦୀଙ୍କୁ ମୂଳପୋଛ କରିବା ଲାଗି ତାରିଖ ଘୋଷଣା ହୋଇ ସାରିଥିବା ବେଳେ ଛତିଶଗଡ଼ରେ କମ୍ଵିଂ ଅପରେସନ ଜୋରଦାର୍ କରାଯାଉଛି। ସୁରକ୍ଷାକର୍ମୀଙ୍କ ଅପରେସନରେ ଶତାଧିକ ମାଓବାଦୀ ନିହତ ହେବା ପରେ ଲାଲବାହିନୀ ଭୟଭୀତ ହୋଇପଡ଼ିଛି। ଆତ୍ମସମର୍ପଣ କରିଥିବା ମୋଟ ୧୭ ଜଣ ମାଓବାଦୀଙ୍କ ମଧ୍ୟରୁ ୯ ଜଣଙ୍କ ମୁଣ୍ଡ ଉପରେ ୨୪ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଥିଲେ ଛତିଶଗଡ଼ ସରକାର। 


ଏହି ଖବରଟିକୁ ପଢନ୍ତୁ-ବନ୍ଧୁ ମିଳନରେ ଜମିଲା ଭୋଜିଭାତର ଆସର, ବିଷାକ୍ତ ଛତୁ ଏବଂ ପନିର୍ ଖାଇ ୨୨ ଅସୁସ୍ଥ


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.