ପ୍ରମୂଖ ଖବର
  • ଭୁବନେଶ୍ବର : ତ୍ରି-ସ୍ତରୀୟ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ
  • ||
  • ଭୁବନେଶ୍ବର : ପ୍ରକାଶ ପାଇଲା ଯୁକ୍ତ ୨ ପରୀକ୍ଷା ଫଳ, ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ
  • ||
  • ଭୁବନେଶ୍ଵର : ଦୂର ହେଲା ମାତୃତ୍ୱ ଛୁଟି ଦ୍ଵନ୍ଦ୍ଵ, ପ୍ରସବ ତାରିଖର ୩ ମାସ ପୂର୍ବରୁ କିମ୍ଵା ପ୍ରସବର ୬ ମାସ ମଧ୍ୟରେ ମିଳିବ ୧୮୦ ଦିନର ଛୁଟି
  • ||
  • କଟକ : ବାଇକ୍‌ ଦୁର୍ଘଟଣାରେ ଜଣେ ମୃତ; ୨ ଗୁରୁତର
  • ||
  • ଭୟଙ୍କର ବିସ୍ଫୋରଣରେ ଥରିଲା ପାକିସ୍ତାନ; ୪ ଶିଶୁ ମୃତ, ୩୮ ଆହତ
  • ||
  • ସୁନ୍ଦରଗଡ଼ : କଲେଜ୍ ବ୍ରିଜ୍‌କୁ ଦୁର୍ବଳ ଘୋଷଣା ପରେବି ଅବାଧରେ ଯାତାୟାତ କରୁଛି ଭାରୀ ଯାନ, କାର୍ଯ୍ୟାନୁଷ୍ଠାନ ନନେଲେ ଭୁଶୁଡ଼ିବ ପୋଲ
  • ||
  • ସୁନ୍ଦରଗଡ଼ : କୋଏଲ ନଦୀରେ ବୁଡ଼ି ନିଖୋଜ ହୋଇଥିଲେ ଯୁବକ, ଉଦ୍ଧାର ହେଲା ମୃତଦେହ
  • ||
  • ଝାରସୁଗୁଡା : ବାର୍‌ହା ଆକ୍ରମଣରେ ମାଆ ଓ ପୁଅ ଗୁରୁତର, ଡାକ୍ତଖାନାରେ ଭର୍ତ୍ତି
  • ||
  • ଜୁନ୍‌ ୨୩ରେ ପଞ୍ଚାୟତ ଉପନିର୍ବାଚନ; ୪୩ ସରପଞ୍ଚ, ୨୭୨ ୱାର୍ଡସଭ୍ୟ ପାଇଁ ହେବ ଭୋଟ୍‌, ୨୪ରେ ଫଳାଫଳ
  • ||
  • International Tea Day: ଦିନ ଆରମ୍ଭ ହୁଏ ସଞ୍ଜ ବି ସରେ ତାରି ପାଖରେ, କର୍ମକ୍ଲାନ୍ତ ଜୀବନରେ ସେ ତାଜାପଣ ଆଣେ...
  • ||
  • କନ୍ଧମାଳ : ତହସିଲ ଅଫିସରେ ଲାଞ୍ଚ ନେଉଥିଲେ କିରାଣୀ, ଭିଡିଓ ଭାଇରାଲ...
  • ||
  • ଭୁବନେଶ୍ଵର : ବୁଧବାର ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ, ସିଏଚ୍‌ଏସ୍‌ଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ : ଉପକୂଳ ଓ ପଶ୍ଚିମ ଓଡ଼ିଶାରୁ ଖସୁନି ତାତି, ୫ ଦିନରେ କେରଳ ଛୁଇଁପାରେ ମୌସୁମୀ
  • ||
  • ମୟୂରଭଞ୍ଜ : ଚୋରି ବଳଦ ସହ ଗାଡ଼ି ଜବତ, ଡ୍ରାଇଭର ଏବଂ ସହଯୋଗୀ ଫେରାର
  • ||
  • ବଲାଙ୍ଗୀର : ମୋବାଇଲ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ
  • ||

ଦୂର ହେଲା ମାତୃତ୍ୱ ଛୁଟି ଦ୍ଵନ୍ଦ୍ଵ, ପ୍ରସବ ତାରିଖର ୩ ମାସ ପୂର୍ବରୁ କିମ୍ଵା ପ୍ରସବର ୬ ମାସ ମଧ୍ୟରେ ମିଳିବ ୧୮୦ ଦିନର ଛୁଟି

Published By : Prameya | May 21, 2025 1:24 PM

ଭୁବନେଶ୍ୱର, ୨୧/୫ : ଦୂର ହେଲା ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ୱ ଛୁଟି ଦ୍ଵନ୍ଦ୍ଵ। ୧୮୦ ଦିନର ଛୁଟି ପାଇଁ ସ୍ଥିରୀକୃତ ହେଲା ନିର୍ଦ୍ଦିଷ୍ଟ ନିୟମ। ସମ୍ଭାବ୍ୟ ପ୍ରସବ ତାରିଖର ତିନି ମାସ ପୂର୍ବରୁ, ପ୍ରସବ ତାରିଖର ଛଅ ମାସ ମଧ୍ୟରେ ୧୮୦ ଦିନର ମାତୃତ୍ଵ ଛୁଟି ମିଳିବ। ମାତୃତ୍ବ ଛୁଟି ଏକକାଳୀନ ନିରବଚ୍ଛିନ୍ନ ଭାବେ ବା ବିଭିନ୍ନ ପର୍ଯ୍ୟାୟରେ ନିଆଯାଇପାରିବେ। ଶିଶୁ ପ୍ରସବ ଯେକୌଣସି ସ୍ବୀକୃତିପ୍ରାପ୍ତ ଚିକିତ୍ସାଳୟରେ ହେବା ଆବଶ୍ୟକ। 

ଜଣେ ମହିଳା ସରକାରୀ କର୍ମଚାରୀ ଦୁଇଟିରୁ କମ୍ ଜୀବିତ ପିଲାଙ୍କ ପାଇଁ, ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି। କିନ୍ତୁ ମାତୃତ୍ଵ ଛୁଟି କେଉଁ ଅବଧି ଭିତରେ ନିଆଯାଇପାରିବ, ସେ ବିଷୟରେ କିଛିଟା ଦ୍ୱନ୍ଦ୍ଵ ଥିଲା । ଏବେ ସେହି ଦ୍ୱନ୍ଦ୍ୱ ଦୂର ହୋଇଛି। ମହିଳା ସରକାରୀ କର୍ମଚାରୀମାନେ ମାତୃତ୍ୱ ସମୟରେ ୧୮୦ ଦିନର ଛୁଟି କେଉଁ ପରିସ୍ଥିତିରେ କିପରି ନେବେ, ସେ ସମ୍ପର୍କରେ ନିର୍ଦ୍ଦିଷ୍ଟ ନିୟମ ସ୍ଥିରୀକୃତ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହା ଦ୍ୱାରା ମହିଳା ସରକାରୀ କର୍ମଚାରୀମାନେ ମାତୃତ୍ୱ କ୍ଷେତ୍ରରେ ଛୁଟି ପାଇବାରେ ଯେଉଁ ସମସ୍ୟାର ସମ୍ମୁଖୀନ ହେଉଥିଲେ ତାହା ଦୂର ହୋଇଛି। ଏହା ସହିତ, ଜଣେ ମହିଳା ସରକାରୀ କର୍ମଚାରୀ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନଥାଇ, ପରବର୍ତ୍ତୀ ସମୟରେ ସେବାରେ ଯୋଗ ଦେବା ପରେ, ମାତୃତ୍ଵ ଛୁଟି ଉପଲବ୍ଧ କରିବା ଉପରେ ମଧ୍ୟ ଦ୍ୱନ୍ଦ୍ଵ ଥିଲା । ସେ ସମସ୍ୟା ମଧ୍ୟ ଦୂର ହୋଇପାରିଛି। ଏହା ସହିତ ଗର୍ଭପାତ, ଜନ୍ମିତ ଶିଶୁର ମୃତ୍ୟୁ ଓ ମୃତ ଶିଶୁ ଜନ୍ମ କ୍ଷେତ୍ରରେ ମଧ୍ୟ ଛୁଟି ନେବାର ନିର୍ଦ୍ଦିଷ୍ଟ ନିୟମ କରାଯାଇଛି। 

ନୂତନ ନିଷ୍ପତ୍ତି ଅନୁଯାୟୀ ସମ୍ଭାବ୍ୟ ପ୍ରସବ ତାରିଖର ତିନି ମାସ ପୂର୍ବରୁ ଏବଂ ପ୍ରସବ ତାରିଖର ଛଅ ମାସ ମଧ୍ୟରେ, ଜଣେ ମହିଳା ସରକାରୀ କର୍ମଚାରୀ ୧୮୦ ଦିନର ମାତୃତ୍ଵ ଛୁଟି ନେଇପାରିବେ। କିନ୍ତୁ, ଜଣେ ମହିଳା ସରକାରୀ କର୍ମଚାରୀ ଯିଏ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନଥିଲେ, ସେ ସରକାରୀ ସେବାରେ ଯୋଗ ଦେବା ପରେ, ତାଙ୍କର ଶିଶୁକୁ ଛଅ ମାସ ହେବା ପର୍ଯ୍ୟନ୍ତ ମାତୃତ୍ଵ ଛୁଟି ନେଇପାରିବେ। ତେଣୁ ଏହି କ୍ଷେତ୍ରରେ, ମାତୃତ୍ବ ଛୁଟି ୧୮୦ ଦିନରୁ କମ୍ ହେବ। ଉଦାହରଣ- ଜଣେ ମହିଳାଙ୍କ ପ୍ରସବ ତାରିଖ ହେଉଛି ୦୧.୦୪.୨୦୨୫। ତାଙ୍କର ଶିଶୁକୁ ୨୭.୦୯.୨୦୨୫ରେ ଛଅ ମାସ ପୂର୍ଣ୍ଣ ହେବ । ଯଦି ସେ ୧୯.୦୬.୨୦୨୫ ତାରିଖରେ ସରକାରୀ ସେବାରେ ଯୋଗ ଦେଇ ମାତୃତ୍ବ ଛୁଟି ପାଇଁ ଆବେଦନ କରନ୍ତି, ତେବେ ସେ ୨୦.୦୬.୨୦୨୫ ରୁ ୨୭.୦୯.୨୦୨୫ ତାରିଖ ପର୍ଯ୍ୟନ୍ତ (ଅର୍ଥାତ୍ କେବଳ ୧୦୦ ଦିନ) ମାତୃତ୍ବ ଛୁଟି ପାଇଁ ଯୋଗ୍ୟ ହେବେ।

ଜଣେ ମହିଳା ସରକାରୀ କର୍ମଚାରୀ ମାତୃତ୍ଵ ଛୁଟିରେ ଥିବା ସମୟରେ ଯଦି ଗର୍ଭପାତ କିମ୍ବା ଜନ୍ମିତ ଶିଶୁର ମୃତ୍ୟୁ (ଜନ୍ମର ୨୮ ଦିନ ମଧ୍ୟରେ) କିମ୍ବା ମୃତ ଶିଶୁ ଜନ୍ମ (୨୮ ସପ୍ତାହ କିମ୍ବା ତଦୁର୍ଦ୍ଧ୍ବ ସମୟର ଗର୍ଭଧାରଣ ପରେ ଯଦି ନିର୍ଜୀବ ଶିଶୁର ଜନ୍ମ ହୁଏ) ହୁଏ, ତେବେ ତାଙ୍କର ମାତୃତ୍ବ ଛୁଟିର ଅବଧି ସେହି ତାରିଖରୁ ୪୨ ଦିନ ପର୍ଯ୍ୟନ୍ତ ରହିବ। କିନ୍ତୁ ଯଦି ଶିଶୁର ମୃତ୍ୟୁ ଜନ୍ମର ୨୯ ଦିନରୁ ୧୨୦ ଦିନ ମଧ୍ୟରେ ହୁଏ, ତେବେ ସମ୍ପୃକ୍ତ ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ବ ଛୁଟି ସେହି ଦୁର୍ଘଟଣା ଦିନଠାରୁ ୧୪ ଦିନ ପର୍ଯ୍ୟନ୍ତ ରହିବ । ଯଦି ତାଙ୍କର ମାତୃତ୍ବ ଛୁଟିର ଅବଧି ଶେଷ ହୋଇଯାଇଥିବ, ତେବେ ସେ ୧୪ ଦିନର ସ୍ବତନ୍ତ୍ର ମାତୃତ୍ବ ଛୁଟି ପାଇବେ କିମ୍ବା ଯଦି ତାଙ୍କର ମାତୃତ୍ବ ଛୁଟିର ଅବଧି ଦୁର୍ଘଟଣା ଦିନଠାରୁ ୧୪ ଦିନ ଭିତରେ ଶେଷ ହୋଇଯାଉଥିବ, ତେବେ ସେ ୧୪ ଦିନରୁ ଯେତିକି ଦିନ ବଳକା ରହିଯାଉଥିବ, ସେତିକିଦିନର ସ୍ବତନ୍ତ୍ର ମାତୃତ୍ବ ଛୁଟି ପାଇବେ ।

ଉଦାହରଣ-୧: ଜଣେ ମହିଳା ସରକାରୀ କର୍ମଚାରୀଙ୍କ ସମ୍ଭାବ୍ୟ ପ୍ରସବ ତାରିଖ (EDD)ହେଉଛି ୩୦.୦୬.୨୦୨୫ ଏବଂ ସେ ଚିକିତ୍ସାଜନିତ ଜଟିଳତା ହେତୁ ଉପରୋକ୍ତ EDDର ତିନି ମାସ ପୂର୍ବରୁ ଯଥା ୦୧.୦୪.୨୦୨୫ ତାରିଖରୁ ମାତୃତ୍ଵ ଛୁଟି ନେଇଛନ୍ତି । ଯଦି ତାଙ୍କର ୦୧.୦୬.୨୦୨୫ ତାରିଖରେ ମୃତ ଶିଶୁ ଜନ୍ମ (still birth) ହୁଏ, ତେବେ ସେହି ତାରିଖରୁ ୪୨ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ୧୨.୦୭ ୨୦୨୫ ତାରିଖ ପର୍ଯ୍ୟନ୍ତ ସେ ମାତୃତ୍ବ ଛୁଟି ନେଇପାରିବେ ।

ଉଦାହରଣ-୨: ଜଣେ ମହିଳା ସରକାରୀ କର୍ମଚାରୀଙ୍କ ପ୍ରସବ ତାରିଖ ହେଉଛି ୦୧.୦୪.୨୦୨୫ । ଯଦି ୨୮.୦୪.୨୦୨୫ ତାରିଖରେ ତାଙ୍କର ଜନ୍ମିତ ଶିଶୁର ମୃତ୍ୟୁ ହୁଏ, ତେବେ ସେହି ତାରିଖରୁ ୪୨ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ୦୮.୦୬.୨୦୨୫ ତାରିଖ ପର୍ଯ୍ୟନ୍ତ ସେ ମାତୃତ୍ବ ଛୁଟି ନେଇପାରିବେ ।

ଉଦାହରଣ-୩: ଜଣେ ମହିଳା ସରକାରୀ କର୍ମଚାରୀଙ୍କ ପ୍ରସବ ତାରିଖ ହେଉଛି ୦୧.୦୪.୨୦୨୫ । ଯଦି ୦୧.୦୫.୨୦୨୫ ତାରିଖରେ ତାଙ୍କର ଜନ୍ମିତ ଶିଶୁର ମୃତ୍ୟୁ ହୁଏ, (ଅର୍ଥାତ୍‌, ଜନ୍ମର ୨୮ ଦିନ ପରେ ଶିଶୁର ମୃତ୍ୟୁ ହୁଏ) ତେବେ ସେହି ତାରିଖରୁ ୧୪ ପର୍ଯ୍ୟନ୍ତ ଅର୍ଥାତ୍ ୧୪.୦୫.୨୦୨୫ ତାରିଖ ପର୍ଯ୍ୟନ୍ତ ସେ ମାତୃତ୍ଵ ଛୁଟି ନେଇପାରିବେ ।

ଉଦାହରଣ-୪: ଜଣେ ମହିଳା ସରକାରୀ କର୍ମଚାରୀ ୩୧.୦୧.୨୦୨୫ ତାରିଖରୁ ମାତୃତ୍ଵ ଛୁଟି ନେଇଛନ୍ତି ଏବଂ ତାଙ୍କର ପ୍ରସବ ତାରିଖ ହେଉଛି ୦୧.୦୪.୨୦୨୫ । ଯଦି ୨୯.୦୭.୨୦୨୫ ତାରିଖରେ ତାଙ୍କର ଜନ୍ମିତ ଶିଶୁର ମୃତ୍ୟୁ ହୁଏ, (ଅର୍ଥାତ୍‌, ଜନ୍ମର ୧୨୦ ଦିନରେ ଏବଂ ମାତୃତ୍ବ ଛୁଟି ଅବଧିର ଶେଷ ଦିନରେ ) ତେବେ ସେହି ତାରିଖରୁ ୧୪ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ୧୨.୦୭.୨୦୨୫ ତାରିଖ ପର୍ଯ୍ୟନ୍ତ ସେ ମାତୃତ୍ବ ଛୁଟି ନେଇପାରିବେ ।

ଉଦାହରଣ-୫: ଜଣେ ମହିଳା ସରକାରୀ କର୍ମଚାରୀ ୦୭.୦୨.୨୦୨୫ ତାରିଖରୁ ୦୫.୦୮.୨୦୨୫ ତାରିଖ ପର୍ଯ୍ୟନ୍ତ (ଛଅ ମାସ) ମାତୃତ୍ବ ଛୁଟି ନେଇଛନ୍ତି ଏବଂ ତାଙ୍କର ପ୍ରସବ ତାରିଖ ହେଉଛି ୦୧.୦୪.୨୦୨୫ । ଯଦି ୨୯.୦୭.୨୦୨୫ ତାରିଖରେ ତାଙ୍କର ଜନ୍ମିତ ଶିଶୁର ମୃତ୍ୟୁ ହୁଏ, (ଅର୍ଥାତ୍‌, ଜନ୍ମର ୧୨୦ ଦିନରେ ଏବଂ ମାତୃତ୍ଵ ଛୁଟି ଅବଧିର ୧୭୩ ଦିନରେ ) ତେବେ ସେ ଦୁର୍ଘଟଣା ଦିନଠାରୁ ୧୪ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ୧୨.୦୮.୨୦୨୫ ତାରିଖ ପର୍ଯ୍ୟନ୍ତ ମାତୃତ୍ଵ ଛୁଟି ନେଇପାରିବେ । ଏହି କ୍ଷେତ୍ରରେ, ତାଙ୍କର ମାତୃତ୍ବ ଛୁଟିର ଅବଧି ୧୮୭ ଦିନ (୦୭.୦୨.୨୦୨୫ ଠାରୁ ୧୨.୦୮.୨୦୨୫ ପର୍ଯ୍ୟନ୍ତ) ହେବ ।

ଦୁଇଟିରୁ କମ୍ ଜୀବିତ ପିଲା ଥିବା ମହିଳା ସରକାରୀ କର୍ମଚାରୀଙ୍କ କ୍ଷେତ୍ରରେ, ଏହି ମାତୃତ୍ଵ ଛୁଟି ପ୍ରଦାନ କରାଯିବ । ଶିଶୁ ପ୍ରସବ ଯେକୌଣସି ସ୍ବୀକୃତିପ୍ରାପ୍ତ ଚିକିତ୍ସାଳୟରେ ହେବା ଆବଶ୍ୟକ । ଯଦି ମାତୃତ୍ବ ଛୁଟି ସମୟରେ ଜଣେ ମହିଳା ସରକାରୀ କର୍ମଚାରୀଙ୍କୁ ଉଚ୍ଚ ପଦବୀକୁ ପଦୋନ୍ନତି ଦିଆଯାଏ, ତେବେ ତାଙ୍କର ସେହି ଉଚ୍ଚ ପଦବୀରେ ଯୋଗଦାନ ରିପୋର୍ଟ ( ହାର୍ଡ କିମ୍ବା ସଫ୍ଟ କପି ) ଯେଉଁଦିନ ଉପଯୁକ୍ତ କର୍ତ୍ତୃପକ୍ଷ ପାଇବେ, ସେହିଦିନ ସେ ସେହି ଉଚ୍ଚ ପଦବୀରେ ଯୋଗ ଦେଲେ ବୋଲି ଧରାଯିବ। ସେ ତାଙ୍କର ମାତୃତ୍ବ ଛୁଟିର ଅବଶିଷ୍ଟ ଅବଧି ନିରବଚ୍ଛିନ୍ନ ଭାବେ ନେଇପାରିବେ । ଜଣେ ମହିଳା ସରକାରୀ କର୍ମଚାରୀ ତାଙ୍କର ମାତୃତ୍ବ ଛୁଟି ଏକକାଳୀନ ନିରବଚ୍ଛିନ୍ନ ଭାବେ ବା ବିଭିନ୍ନ ପର୍ଯ୍ୟାୟରେ ନେଇପାରିବେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.