ପ୍ରମୂଖ ଖବର
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ଅଜଣା ଗାଡି ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ, ପରିଚୟ ଅସ୍ପଷ୍ଟ

Published By : Harapriya Sethi | February 15, 2025 8:35 AM

ବାଙ୍ଗିରିପୋଷି,୧୫/୦୨: ବାଙ୍ଗିରିପୋଷି ଦେଇ ଯାଇଥିବା ୪୯ ନମ୍ୱର ଜାତୀୟ ରାଜପଥର ଦ୍ୱାରଶୁଣି ଘାଟି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ଦୁଇ ଜଣ ବାଇକ୍‌ ଆରୋହୀଙ୍କ ଚାଲିଗଲା ଜୀବନ । ଉଭୟଙ୍କ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଶୁକ୍ରବାର ବିଳମ୍ବିତ ରାତିରେ ଏକ ବାଇକ୍‌ରେ ଦୁଇ ଜଣ ଯୁବକ ୪୯ ନମ୍ୱର ଜାତୀୟ ରାଜପଥରେ ଯାଉଥିଲେ । ଏହି ସମୟରେ କୌଣସି ଏକ ଅଜଣା ଗାଡି ଉଭୟଙ୍କୁ ଧକ୍କା ଦେଇ ପଳାଇଥିଲା। ଫଳରେ ଉଭୟଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିଲା। ଏପରିକି ଜଣେ ଯୁବକଙ୍କ ଉପରେ ଗାଡିଟି ଚଢ଼ି ଚାଲି ଯାଇଥିବା ମୃତ ଶରୀରରୁ ଜଣା ପଡ଼ୁଥିଲା ।ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ବାଙ୍ଗିରିପୋଷି ପୋଲିସ ଘଟଣା ସ୍ଥଳରେ ପହଞ୍ଚିଛି ପୋଲିସ । ସେଠାରେ ପହଞ୍ଚି ଜାତୀୟ ରାଜପଥ ବିଭାଗ ଆମ୍ବୁଲାନ୍ସ ଓ ଅଗ୍ନିଶମ ବାହିନୀ ସାହାଯ୍ୟରେ ଉଭୟଙ୍କୁ ଉଦ୍ଧାର କରି ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲା ପୋଲିସ । ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ । ଦୁର୍ଘଟଣା ଘଟାଇଥିବା ଗାଡ଼ିକୁ ଖୋଜି ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.