ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ସୁପର-୮ ରାଉଣ୍ଡ ଚୂଡ଼ାନ୍ତ, ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ବାଂଲାଦେଶକୁ ଭେଟିବ ଭାରତ
  • ||
  • କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା, ଓସେପା ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ
  • ||
  • ବାଲେଶ୍ୱର: ଆଇନ ଶୃଙ୍ଖଳା ମାନିବା ସହ ଶାନ୍ତି ବଜାୟ ରଖିବାକୁ ଏସପି ସାଗରିକା ନାଥଙ୍କ ଅନୁରୋଧ
  • ||
  • ଭୁବନେଶ୍ୱର: ପଥରବନ୍ଦ ବସ୍ତିରେ ଗୋଷ୍ଠୀ ସଂଘର୍ଷ, ଘଟଣାସ୍ଥଳରେ ପୋଲିସ ମୁତୟନ
  • ||
  • ଜୁନ୍‌ ୨୦ରେ ବାଚସ୍ପତି ନିର୍ବାଚନ, ଖୁବ୍‌ଶୀଘ୍ର କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା
  • ||
  • ଅସଲି ପୋଲିସ ହାତରେ ଧରାପଡ଼ିଲା ନକଲି ସିବିଆଇ ପୋଲିସ, ଲୋକଙ୍କଠୁ ଲୁଟୁଥିଲା ଲକ୍ଷାଧିକ ଟଙ୍କା
  • ||
  • ଖୋଲିଲା ସ୍କୁଲ, ଅଧା ଜିଲ୍ଲାରେ ସକାଳୁ କ୍ଲାସ ଆରମ୍ଭ, ୧୧ ଜିଲ୍ଲାରେ ୨୦ ଯାଏ ସ୍କୁଲ ବନ୍ଦ
  • ||
  • ମଙ୍ଗଳବାର, ବୁଧବାର ନବନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାସ୍ପପତି, ୨୦ ନୂଆ ବାଚସ୍ପତି ନିର୍ବାଚନ
  • ||
  • ଅଶାନ୍ତ ବାଲେଶ୍ୱର: ଗୋଷ୍ଠୀ ସଂଘର୍ଷ ପାଇଁ କର୍ଫ୍ୟୁ, ୨୪ ଘଣ୍ଟା ବନ୍ଦ ରହିବ ଦୋକାନ ବଜାର
  • ||
  • ରାଜ୍ୟରେ ୪୨% ନିଅଣ୍ଟିଆ ବର୍ଷା, ୩ ଜିଲ୍ଲାରେ ସ୍ୱାଭାବିକ, ୨୬ ଜିଲ୍ଲାରେ ନିଅଣ୍ଟିଆ: ୪ ଦିନ ଭିତରେ ମୌସୁମୀ ଅଗ୍ରସର ହେବ
  • ||

କୁଏତରୁ ଫେରିଲା ୨ ଓଡ଼ିଆଙ୍କ ମୃତଦେହ, ମୃତକଙ୍କ ପରିବାରକୁ ୪ ଲକ୍ଷ କ୍ଷତିପୂରଣ ଘୋଷଣା

ଭୁବନେଶ୍ଵର, ୧୫/୦୬ : କୁଏତରୁ ଫେରିଲା ୨ ଓଡ଼ିଆ ଯୁବକଙ୍କ ମୃତଦେହ। ଭୁବନେଶ୍ଵର ବିମାନ ବନ୍ଦରରେ ୨ ମୃତଦେହ ପହଞ୍ଚିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ୨ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ ଓ ପ୍ରଭାତୀ ପରିଡ଼ା, ମନମୋହନ ସାମଲ ଆଦି ପହଞ୍ଚି ଶେଷ ଦର୍ଶନ କରିଛନ୍ତି। ଏହା ସହ ମୃତକଙ୍କ ପରିବାରକୁ ୪ ଲକ୍ଷର କ୍ଷତିପୂରଣ ରାଶି ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଏହି ସହାୟତା ରାଶି ପ୍ରଦାନ କରାଯିବ। ଏନେଇ ୨ ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

କୁଏତର ଦକ୍ଷିଣ ମଟ୍ଟାଫ ଅଞ୍ଚଳରେ ଭୟାନକ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ୫୦ ଜଣଙ୍କର ମୃତ୍ୟୁ ହୋଇଥିଲା। ସେମାନଙ୍କ ମଧ୍ୟରୁ ୪୫ ଜଣ ଭାରତୀୟ ରହିଥିଲେ। ଏହି ୪୫ ଜଣଙ୍କ ମଧ୍ୟରୁ ୨ ଜଣ ଓଡ଼ିଆ ଯୁବକ ରହିଥିଲେ। ସେମାନେ ହେଲେ ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼। ବାୟୁସେନାର ସ୍ଵତନ୍ତ୍ର ବିମାନ ଯୋଗେ ସମସ୍ତ ମୃତଦେହ କୋଚି ଅଣାଯାଇଥିଲା। ଏହାପରେ ୨ ଓଡ଼ିଆଙ୍କ ମୃତଦେହ ଓଡ଼ିଶା ଅଣାଯାଇଛି।

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.