ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ମହାନଦୀରେ ଡଙ୍ଗା ବୁଡ଼ି ୨ମୃତ ; ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

ଝାରସୁଗୁଡ଼ା,୧୯/୪ : ମହାନଦୀରେ ଡଙ୍ଗା ବୁଡ଼ି ୨ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫ଜଣ ନିଖୋଜ ଅଛନ୍ତି । ୪୦ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି । ଏଭଳି ଏକ ଘଟଣା ଝାରସୁଗୁଡା ଜିଲ୍ଲା ଲଖନପୁରଠାରେ ଘଟିଛି । 

ପ୍ରକାଶ ଯେ, ଲଖନପୁର ବ୍ଲକ ଶରଧାରୁ ଲୋକେ ବରଗଡ଼ ଜିଲ୍ଲା ବାଞ୍ଜିପାଲିକୁ ଯାଉଥିଲେ । ଏହି ସମୟରେ ଡଙ୍ଗାଟି ବୁଡ଼ି ଯାଇଥିଲା । ଡ଼ଙ୍ଗାରେ ପ୍ରାୟ ୫୦ରୁ ଊର୍ଦ୍ଧ୍ବ ମହିଳା, ପୁରୁଷ ଓ ଛୋଟ ଛୁଆ ଥିବା ସୂଚନା ମିଳିଛି l ନିକଟରେ ଥିବା ମାଛ ଧରାଳି ଡ଼ଙ୍ଗାମାନେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି l ବର୍ତ୍ତମାନ ସୁଦ୍ଧା ୫ଜଣ ନିଖୋଜ ଥିବା ସୂଚନା ରହିଛି। ଖବରପାଇ ରେଙ୍ଗାଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ମତ୍ସ୍ୟଜୀବୀମାନଙ୍କୁ ସହଯୋଗ କରୁଛନ୍ତି । 

ଅନ୍ୟପଟେ ଝାରସୁଗୁଡା ଜିଲ୍ଲା  ଲଖନପୁରର ଶରଧାରେ ମହାନଦୀରେ ନୌକା ଦୁର୍ଘଟଣାରେ  ୨ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବରପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହାସହିତ  ଉଦ୍ଧାର କରାଯାଇଥିବା ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା   ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ଘଟଣାସ୍ଥଳରେ  ଆରଡିସି ଝାରସୁଗୁଡା, ଜିଲ୍ଲାପାଳ ଓ ଏସପି ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ତଦାରଖ କରୁଛନ୍ତି ।ଉଦ୍ଧାର କାର୍ଯ୍ୟରେ ସମନ୍ୱୟ ପାଇଁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବ ଓ ଏସଆରସିଙ୍କୁ ନିର୍ଦେଶ ଦେଇଛନ୍ତି । ନିଖୋଜ ମାନଙ୍କୁ   ଉଦ୍ଧାର କରିବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶରେ ୫ଜଣ ସ୍କୁବା ଡାଇଭର ଓ ୨ଟି ସର୍ଚ୍ଚ କ୍ୟାମେରା ବିମାନ ଯୋଗେ ଝାରସୁଗୁଡା ପଠାଯାଉଛି ।   ସୂଚନାଯୋଗ୍ୟ ଯେ, ନୌକାରେ ଥିବା ସମସ୍ତ ଯାତ୍ରୀ ଛତିଶଗଡ ଖରସେନି ଅଂଚଳର ଏବଂ ବୁଲିବା ପାଇଁ ଆମ୍ବାଭୋନା ବ୍ଲକର ପଥର ସେନିକୁ ଯାଉଥିଲେ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.