ପ୍ରମୂଖ ଖବର
  • ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ, ମହିଳା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ପ୍ରଥମ କିସ୍ତି
  • ||
  • ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶି ମର୍ଲେନା, ନାଁ ଘୋଷଣା କଲେ ଅରବିନ୍ଦ କେଜ୍ରିୱାଲ
  • ||
  • ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି: ଜନ୍ମଦିନରେ ବାଣ୍ଟିବେ ସୁଭଦ୍ରା, ଆବାସ, କଳିଙ୍ଗ ଷ୍ଟାଡିୟମ ‘ସଟଲ୍‌’କୁ ଲୋକାର୍ପିତ କରିବେ
  • ||
  • କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ବିଦା ହେଲେ କମିଶନର ବିନୀତ ଗୋୟଲ
  • ||
  • ଜଳେଶ୍ଵର: ଲଗାଣ ବର୍ଷାରେ ଧଶିଲା ଜାମକୁଣ୍ଡା ସ୍ଲୁଇସ୍ ଗେଟ୍ ପୋଲ, ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ ହେବା ଆଶଙ୍କା
  • ||
  • ଶବର ସାହିରେ ୩୦ ମିନିଟ୍‌ ରହିବେ ପ୍ରଧାନମନ୍ତ୍ରୀ, ପିଏମ୍‌ ଆବାସ ହିତାଧିକାରୀଙ୍କୁ ଭେଟିବେ
  • ||
  • ଆସନ୍ତା ୨୩ରେ ପୁଣି ଲଘୁଚାପ: ଆଜିଠୁ ଶୁଖିଲା, ୨୨ରୁ ବଢ଼ିବ ବର୍ଷା
  • ||

ବିଲରେ କାମ କରୁଥିଲେ, ବଜ୍ରପାତରେ ଚାଲିଗଲା ୨ଭାଗଚାଷୀଙ୍କ ଜୀବନ

ବେତନଟୀ, ୧୦/୯-ବେତନଟୀ ଥାନା ଅଧୀନ ଖଡ଼ିଶୋଳ ପଞ୍ଚାୟତର ଡ଼ୁମାପଦା ଗାଁରେ କ୍ଷେତରେ କାମ କରୁଥିବା ବେଳେ ମଙ୍ଗଳବାର ବଜ୍ରପାତରେ ଦୁଇଜଣ ଭାଗ ଚାଷୀଙ୍କ  ମୃତ୍ୟୁ ଘଟିଛି। ମୃତକମାନେ ହେଉଛନ୍ତି ବେତନଟୀ ଥାନା ଅଧୀନ ଭୁଡୁରୁବଣି ଗାଁର ସ୍ବର୍ଗତ ଅନୁକୂଳ ମହାନ୍ତଙ୍କ ପୁଅ ଗୋବିନ୍ଦ(୫୨) ଏବଂ ଶଙ୍ଖଯୋଡ଼ ଗ୍ରାମର ରାମ ହାଁସଦାଙ୍କ ପୁଅ ଶିବ ହାଁସଦା(୩୦) l 

 ଉଭୟ ଗୋବିନ୍ଦ ଏବଂ ଶିବ ଡ଼ୁମାପଦା ଗ୍ରାମର ଉମେଶଚନ୍ଦ୍ର ମହାନ୍ତଙ୍କ ବିଲକୁ ଭାଗ ସୂତ୍ରରେ ନେଇ ଚାଷ କରୁଥିଲେ l ମଙ୍ଗଳବାର ଚାଷକାମ ପାଇଁ କ୍ଷେତକୁ ଉଭୟ ଯାଇଥିଲେ l ସେମାନେ ବିଲରେ ଚାଷକାମ କରୁଥିବା ବେଳେ ହଠାତ ବର୍ଷା ସହ ବଜ୍ରପାତ ହୋଇଥିଲା। ଉଭୟ ବଜ୍ରପାତର ଶିକାର ହୋଇ ସେହିଠାରେ ହିଁ ଟଳି ପଡ଼ିଥିଲେ l ସେଠାରେ ଉପସ୍ଥିତ ଲୋକମାନେ ଉଭୟଙ୍କୁ ଉଦ୍ଧାର କରି ବେତନଟୀ ଡାକ୍ତରଖାନାରେ ଭର୍ତ୍ତି  କରିଥିଲେ। ସେଠାରେ ଉଭୟଙ୍କୁ  ଡାକ୍ତର ମୃତ ଘୋଷଣା କରିଥିଲେ l ବେତନଟୀ ପୁଲିସ ଦୁଇଟି ପୃଥକ ମାମଲା ରୁଜୁକରି ମୃତଦେହ ବ୍ୟବଛେଦ କରିବାକୁ ପଠାଇଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.