ପ୍ରମୂଖ ଖବର
  • କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପିତୃ ବିୟୋଗ, ୮୧ ବର୍ଷ ବୟସରେ ଦାଉଲାଲ ବୈଷ୍ଣବଙ୍କ ପରଲୋକ
  • ||
  • ମନମୋହନଙ୍କ କାନ୍ଧରେ ପୁଣି ରାଜ୍ୟ ବିଜେପି କମାଣ, ସଭାପତି ଭାବେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ
  • ||
  • ଗୁରୁବାର ତୃତୀୟ ଟେଷ୍ଟ: ଇଂଲଣ୍ଡ ଏକାଦଶକୁ ଫେରିବେ ଆର୍ଚର, ଭାରତୀୟ ସ୍କ୍ୱାଡରେ ହେବ ପରିବର୍ତ୍ତନ
  • ||
  • ଷ୍ଟିଅରିଂ ଛାଡ଼ ଆନ୍ଦୋଳନ : ବାଲିକୁଦା ନିକଟରେ କର୍ମକର୍ତ୍ତାଙ୍କ ପିକେଟିଂ, ଅଖ ଚକ ଜାମ୍, ଯାତ୍ରୀ ହନ୍ତସନ୍ତ
  • ||
  • ୧୪ଟି ଦେଶ ଉପରେ ନୂଆ ଟାରିଫ୍ ଘୋଷଣା କଲେ ଡୋନାଲ୍ଡ ଟ୍ରମ୍ପ, ଅଗଷ୍ଟ ପହିଲାରୁ ହେବ ଲାଗୁ
  • ||
  • ମଝିଘରିଆଣୀଙ୍କ ୯ ହୁଣ୍ଡି ମିଳିଲା ନଗଦ କୋଟିଏ ଟଙ୍କା, ୧୨ ବିଦେଶୀ ନୋଟ୍‌, ୩୮ ଗ୍ରାମ୍‌ ସୁନା
  • ||
  • ରାଜଧାନୀରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ପାର୍‌, ସ୍କୁଲ୍‌ରେ ସଚେତନ କଲା ବିଏମ୍‌ସି
  • ||
  • ସରିଲା ଅଧରପଣା, ଆଜି ନୀଳକନ୍ଦରକୁ ବାହୁଡ଼ିବେ ନିଳାଦ୍ରୀନାଥ, ରସଗୋଲା ଦେଇ ମାହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ମହାପ୍ରଭୁ
  • ||
  • ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ, ୬ ଦଫା ଦାବି ନେଇ ଜିଦ୍‌ରେ ଅଟଳ ଡ୍ରାଇଭର ମହାସଂଘ
  • ||
  • ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ଆଜି ୩ ଜିଲ୍ଲାକୁ ଅରେଞ୍ଜ, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ପ୍ରେମକୁ ସାମାଜିକ ସ୍ଵୀକୃତି ଦେଲାନି ଜାତି, ଝୁଲିପଡ଼ିଲେ ପ୍ରେମୀଯୁଗଳ

Published By : Rasmita Pradhan | April 26, 2025 7:55 AM

କୋକସରା, ୨୬/୦୪ : ଦୁହେଁ ଦୁହିଁଙ୍କୁ ଭଲ ପାଉଥିଲେ। ହେଲେ ପ୍ରେମକୁ ସାମାଜିକ ସ୍ଵୀକୃତି ଦେଲାନି ଜାତି। ଅଲଗା ଅଲଗା ଜାତିର ହୋଇଥିବା ଯୋଗୁଁ ବିବାହ ପାଇଁ ମିଳିଲାନି ଅନୁମତି। ଶେଷରେ ଚରମ ନିଷ୍ପତ୍ତି ନେଲେ ଦୁହେଁ। ଗଛରେ ଫାଶୀ ଲଗାଇ ଝୁଲିପଡ଼ିଲେ ପ୍ରେମୀଯୁଗଳ। କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ କାଉଡୋଳା ଗ୍ରାମରେ ଏହି ଘଟଣା ଘଟିଛି। ଶନିବାର ସକାଳେ ଦୁହିଁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି।

ସୂଚନାନୁଯାୟୀ, ଆମପାଣି ଥାନା ଅନ୍ତର୍ଗତ କାଉଡୋଳା ଗ୍ରାମର ଜଣେ ଯୁବକ ଓ ସେହି ଗ୍ରାମର ଅନ୍ୟ ଜାତିର ଜଣେ ନାବାଳିକାଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଦୁହେଁ ଅଲଗା ଜାତିର ହୋଇଥିବାରୁ ପ୍ରେମକୁ ସାମାଜିକ ସ୍ୱୀକୃତି ମିଳିଲାନି। ଫଳରେ ଦୁହେଁ ଗ୍ରାମ ନିକଟରେ ଥିବା ଜଙ୍ଗଲରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ଜଙ୍ଗଲରୁ ଦୁହିଁଙ୍କ ଝୁଲନ୍ତା ଶବ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ଆମପାଣି ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁଇ ପ୍ରେମୀଯୁଗଳ କେଉଁ ଚାପରେ ପଡି ଆତ୍ମହତ୍ୟା କରିଛନ୍ତି ନା ଅନ୍ୟ କିଛି କାରଣ ରହିଛି ତାହା ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ସୂଚନା ମିଳିଛି।

ଏହି ଖବରଟିକୁ ପଢନ୍ତୁ-କୋଣାର୍କ ବସ୍‌ ଷ୍ଟାଣ୍ଡରେ ଜଳିଗଲା ୨ଦୋକାନ, କାରଣ ଅସ୍ପଷ୍ଟ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.