ପ୍ରମୂଖ ଖବର
  • ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ
  • ||
  • ନୂଆପଡା : ପାଇଖାନା ଟାଙ୍କି ସେଣ୍ଟ୍ରିଂ ଖୋଲିବା ବେଳେ ଅଘଟଣ, ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ
  • ||
  • ପ୍ରଳୟଙ୍କରୀ ବନ୍ୟାରେ ଅସ୍ତବ୍ୟସ୍ତ ପାକିସ୍ତାନ, ୪୮ ଦିନରେ ଗଲାଣି ୬୫୦ ଜୀବନ
  • ||
  • ଢେଙ୍କାନାଳ : ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗସ୍ତ, ଚାପି ହୋଇ ରହିଥିବା ଡ୍ରାଇଭର ଉଦ୍ଧାର
  • ||
  • ଅସ୍ତରଙ୍ଗ ଏବଂ ଛତ୍ରପୁର ଆଇଆଇସି ନିଲମ୍ବିତ; ତଦନ୍ତ ରିପୋର୍ଟ ଦେବାକୁ ୨ ରେଞ୍ଜ ଆଇଜିଙ୍କୁ ଡିଜିପିଙ୍କ ନିର୍ଦ୍ଦେଶ
  • ||
  • ଚାଷୀ ପଞ୍ଜୀକରଣ ହେଲା ସରଳ; ବଂଶାନୁକ୍ରମିକ ପ୍ରମାଣପତ୍ର ବଦଳରେ ସେଲ୍ଫ ଡିକ୍ଲାରେସନରେ ରେଜିଷ୍ଟ୍ରେସନ
  • ||
  • ସୁନ୍ଦରଗଡ଼ : ଜୁଆ ଆଡ୍ଡାରେ ରେଡ୍‌; ୧୪ ଗିରଫ, ଲକ୍ଷାଧିକ ଟଙ୍କା ଜବତ
  • ||
  • ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଇଣ୍ଡୋନେସିଆ, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ
  • ||
  • ସୁନ୍ଦରଗଡ଼: ଜୁଆ ଆଡ୍ଡା ଉପରେ ଚଢ଼ାଉ: ୧୪ ଜଣ ଗିରଫ
  • ||
  • ଶେରଗଡ ;ଦୁଇ ବସ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର ଗୁରୁତର
  • ||
  • ଚମାଖଣ୍ଡି ଅଞ୍ଚଳର ଏକ ଗାଈ ଗୁହାଳରୁ ବିପୁଳ ପରିମାଣର ବିସ୍ଫୋରକ ଜବତ, ମାଓ ଲିଙ୍କ୍‌ ନେଇ ସନ୍ଦେହ
  • ||
  • କିସ୍ତୱାଡ଼ ପରେ କଠୁଆରେ ବାଦଳଫଟା ବର୍ଷା,୪ ମୃତ, ରେସ୍କ୍ୟୁ ଜାରି
  • ||
  • ପାକିସ୍ତାନରେ ବାଦଲଫଟା ବର୍ଷା: ମୃତ୍ୟୁ ସଂଖ୍ୟା ୩ଶହ ପାର୍, ରେସ୍କ୍ୟୁ ହେଲିକପ୍ଟର କ୍ରାସରେ ୫ ମୃତ
  • ||
  • ଉପରାଷ୍ଟ୍ରପତି ନିର୍ବାଚନ, ଆଜି ଚୂଡାନ୍ତ ହେବ NDA ପ୍ରାର୍ଥୀଙ୍କ ନାମ, ବସିବ ବିଜେପି ସଂସଦୀୟ ବୋର୍ଡ ବୈଠକ
  • ||
  • ଭାରତ ଫେରିଲେ ସୁନାପୁଅ ଗ୍ରୁପ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା,ଦିଲ୍ଲୀରେ ଭବ୍ୟ ସ୍ୱାଗତ
  • ||
  • ୧୮ରେ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା; ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷିବ
  • ||

୨ ଓଲା ସ୍କୁଟିକୁ ପିଟିଲା କାର : ୨ ଆହତ

Published By : Suraj Kumar | August 17, 2025 11:36 PM

ଧଉଳି, ୧୭।୮: ସରଦେଇପୁର-ନିମାପଡା ମୁଖ୍ୟ ରାସ୍ତା ବାଳକାଟି ଭାର୍ଗବୀ ସେତୁ ଉପରେ ଏକ କାର ୨ ସ୍କୁଟିକୁ ଧକ୍କାଦେବାରୁ ଜଣେ ଟ୍ରାଫିକ ପୁଲିସ କର୍ମଚାରୀ ଓ ଅନ୍ୟ ଜଣେ ଅବସରପ୍ରାପ୍ତ ସେନାବାହିନୀ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି l ଆହତ ପୁଲିସ କର୍ମଚାରୀ ହେଲେ ବାଳକାଟି ମୁଦୁଲିସାହିର ହାପି ଓରଫ ଲୋକନାଥ ମୁଦୁଲି ଏବଂ ସେନା କର୍ମଚାରୀ ହେଲେ ଧଉଳି ଥାନା ସରଦେଇପୁର ଗ୍ରାମର ପ୍ରତାପ ଚନ୍ଦ୍ର ସ୍ୱାଇଁ l ଉଭୟଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ପ୍ରଥମେ ବାଳକାଟି ଗୋଷ୍ଠୀସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ l ସେଠାରେ ଅବସ୍ଥା ସଂକଟାପର୍ଣ୍ଣ ହେବାରୁ ଘରୋଇ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି l 

ପ୍ରାପ୍ତ ସୂଚନା ଅନୁଯାୟୀ ଏକ ଓଲା ସ୍କୁଟିରେ  ହାପି ନିଜ କର୍ମସ୍ଥଳକୁ ଯାଉଥିବା ବେଳେ ପ୍ରତାପ ବାଳକାଟି ବଜାରରୁ ଘରକୁ ଯାଉଥିଲେ l ଏହି ସମୟରେ ସମାନ ଦିଗରୁ ଆସୁଥିବା ଏକ ଦ୍ରୁତଗାମୀ କାର ଭାର୍ଗବୀ ସେତୁ ଉପରେ ଉଭୟଙ୍କୁ ଧକ୍କା ଦେଇଥିଲା l ଫଳରେ ସେମାନେ ରାସ୍ତାରେ ଛିଟିକି ପଡ଼ିଥିଲେ l ଖବରପାଇ ସ୍ଥାନୀୟ ଲୋକେ ଦୁର୍ଘଟଣା ସ୍ଥଳରେ ପହଞ୍ଚି ଉଭୟ ଆହତଙ୍କୁ ସ୍ଥାନୀୟ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିବା ବେଳେ କାରକୁ ଅଟକାଇଥିଲେ l ମାତ୍ର କାର ଚାଳକ ଫେରାର ହୋଇଯାଇଥିଲେ l ଏହି ଦୁର୍ଘଟଣାକୁ ନେଇ ସେଠାରେ ଟ୍ରାଫିକ ସମସ୍ୟା ଉପୁଜିଥିଲା l ଖବରପାଇ ଫାଣ୍ଡି ପୁଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ କାରକୁ ଫାଣ୍ଡିକୁ ନେଇଥିଲେ l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.