ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ବାରିପଦାରେ ୨ ପୃଥକ୍ ଦୁର୍ଘଟଣା,୪ ମୃତ

ବାରିପଦା,୧୫/୦୯: ବାରିପଦା ସହର ଉପକଣ୍ଠରେ ଦୁଇଟି ପୃଥକ୍ ପୃଥକ୍ ସ୍ଥାନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି l  ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଆହତ ହୋଇଛନ୍ତି । ବାରିପଦା ଲୁଲୁଂ ରାସ୍ତାର ଖସାଡ଼ିହା ଠାରେ ହୋଇଥିବା ବୋଲେରୋ ଦୁର୍ଘଟଣାରେ ମୃତକ ମାନେ ହେଲେ କୁଲିଆନା ବଡ କୁଲଡିହା ଅଞ୍ଚଳର ଭୁବନ କୁମାର ସିଂ(୪୮) ଏବଂ ବେତନଟୀ ଅଞ୍ଚଳର ଜୟନ୍ତ କୁମାର ସିଂ l ସେହିପରି ପାଲବଣୀ ନିକଟରେ ୧୮ ନମ୍ୱର ଜାତୀୟ ରାଜପଥରେ ଘଟିଥିବା ସଡ଼କ ଦୁର୍ଘଟଣାରେ ମୃତକମାନେ ହେଲେ ସଦର ଥାନା ଅନ୍ତର୍ଗତ ହରିଶ୍ଚନ୍ଦ୍ରପୁରର ମିଟୁ ମହାନ୍ତ (୨୪) ଏବଂ ସିନ୍ଦୂର ଗୌରା ଗ୍ରାମର ବିକାଶ ମହାନ୍ତ l 

ସୂଚନା ମୁତାବକ, ଶନିବାର ବିଳମ୍ୱିତ ରାତିରେ ବାରିପଦା ସହର ଉପକଣ୍ଠ ପାଲବଣି ୧୮ନମ୍ୱର ଜାତୀୟ ରାଜପଥରେ ବୁଲେଟ୍‌କୁ ଏକ ଅଜଣା ଗାଡି ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ଦୁଇ ଜଣ ପ୍ରାଣ ହରାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । 

ଅନ୍ୟପଟେ ବାରିପଦା-ଲୁଲୁଙ୍ଗ ରାସ୍ତାର ଖସାଡିହା ଠାରେ ଭାରସାମ୍ୟ ହରାଇ ଏକ ବୋଲେରୋ ଦୁର୍ଘଟଣା ହୋଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ବୋଲେରୋଟି ସମ୍ପୂର୍ଣ୍ଣ ଛିନଛତ୍ର ହୋଇ ଯାଇଛି । ଏହି ଦୁର୍ଘଟଣାରେ ୨ ଜଣ ପ୍ରାଣ ହାରାଇବା ସହ ଅନ୍ୟ ୩ ଯାତ୍ରୀ ଗୁରୁତର ଆହତ ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ତେବେ ସମସ୍ତ ମୃତଦେହ ପିଆରଏମ ମେଡିକାଲ ଓ ହସ୍ପିଟାଲରେ ବ୍ୟବଚ୍ଛେଦ ପାଇଁ ରଖାଯାଇଛି ।  

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.