ପ୍ରମୂଖ ଖବର
  • ଦିଲ୍ଲୀ ଏମ୍ସରେ ଆଖି ବୁଜିଲେ ବଳଙ୍ଗା ପୀଡ଼ିତା
  • ||
  • ଅବସର ପରେ କରିପାରିବେ ଶିକ୍ଷକତା, ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ
  • ||
  • ରାଜ୍ୟସ୍ତରୀୟ ପିଏମ କିଷାନ ସମ୍ମାନ ନିଧି, ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା
  • ||
  • ମୟୂରଭଞ୍ଜ : ସାପ କାମୁଡାରେ ଚାଲିଗଲା ୨ ମହିଳାଙ୍କ ଜୀବନ
  • ||
  • ଅନ୍ନଦାତାଙ୍କୁ ପିଏମ୍ କିଷାନ ଟଙ୍କା, ୯ କୋଟି ୭୧ ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ ଗଲା ୨୦ତମ କିସ୍ତି
  • ||
  • ଅପରେସନ୍ ଅଖଲ; କୁଲଗାମରେ ଏନକାଉଣ୍ଟର, ଆତଙ୍କୀ ନିପାତ
  • ||
  • କରଞ୍ଜିଆ: ବିଲ ମଝିରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ; ମହିଳା ମୃତ, ପୁରୁଷ ଗୁରୁତର
  • ||
  • ଅପରେସନ୍ ଅଖଲ, ଜମ୍ମୁ କାଶ୍ମୀର କୁଲଗାମରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର, ଜଣେ ଆତଙ୍କୀ ନିପାତ
  • ||
  • ଢେଙ୍କାନାଳ : ଚାଷୀଙ୍କୁ ଦଳିଦେଲା ଦନ୍ତା, ମୁଣ୍ଡରୁ ଅଲଗା ହେଲା ଗଣ୍ଡି
  • ||
  • ବିଜେଡି ନେତା ରାଜା ଚକ୍ରଙ୍କୁ ୧୫ ଦିନ ଜାମିନ୍‌, ଶଶୁରଙ୍କ ଦଶାହ କର୍ମରେ ଯୋଗ ଦେବାକୁ ମିଳିଛି ଅନ୍ତରୀଣ ବେଲ୍
  • ||
  • ବ୍ରହ୍ମପୁର: ପୁଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ଆହତ, ବାମ ଗୋଡ଼ରେ ବାଜିଛି ଗୁଳି
  • ||
  • ରାଜନୀତି ଛାଡ଼ିବାକୁ ଘୋଷଣା କଲେ କମଲା ହାରିସ୍‌, କହିଲେ 'ଆମ ବ୍ୟବସ୍ଥା ଭାଙ୍ଗି ସାରିଛି...'
  • ||
  • ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
  • ||

ସାପ କାମୁଡାରେ ଚାଲିଗଲା ୨ ମହିଳାଙ୍କ ଜୀବନ

Published By : Harapriya Sethi | August 2, 2025 12:27 PM

ଉଦଳା, ୦୨/୦୮: ସାପ କାମୁଡାରେ ଚାଲିଗଲା ଦୁଇ ମହିଳାଙ୍କ ଜୀବନ। ଜଣେ ଘରେ ଶୋଇଥିବା ବେଳେ ଏବଂ ଆଉ ଜଣେ ରୋଷେଇ ପାଇଁ କାଠ ବାହାର କରୁଥିବା ବେଳେ ସାପ କାମୁଡ଼ିବାରୁ ହୋଇଛି ମୃତ୍ୟୁ। ମୟୂରଭଞ୍ଜ ଜିଲ୍ଲା ଉଦଳା ଏବଂ କପ୍ତିପଦା ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, କପ୍ତିପଦା ଥାନା ଗୋଳାଗଡିଆ ଗାଁର ଜୟନ୍ତୀ ବେହେରା ଶୁକ୍ରବାର ରାତିରେ ଖାଇ ସାରି ଘରେ ଶୋଇଥିଲେ । ବିଳମ୍ବିତ ରାତିରେ ଏକ ଚିତ୍ତି ସାପ ତାଙ୍କୁ କାମୁଡି ଦେଇଥିଲା। ପରିବାର ଲୋକେ ତାଙ୍କୁ ଚିକିତ୍ସା ପାଇଁ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିବା ବେଳେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବାରିପଦା ସ୍ଥାନାନ୍ତର କରାଯାଇଥିଲା। ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। 

ସେହିପରି ଉଦଳା ଥାନା ମଉଦା ଗାଁର ସୁକାନ୍ତି ବାସ୍କେ ମନ୍ଦିର ପୂଜା ସାରି ଘରେ ପହଞ୍ଚି ରୋଷେଇ କରିବାକୁ ଯାଇଥିଲେ। ରୋଷେଇ ପାଇଁ କାଠ ଆଣିବାକୁ ଯାଇଥିବା ବେଳେ କାଠ ଭିତରେ ଲୁଚି ରହିଥିବା ବିଷାକ୍ତ ନାଗ ସାପ ତାଙ୍କୁ କାମୁଡି ଥିଲା। ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରିଥିବା ବେଳେ ତାଙ୍କର ମୃତ୍ୟୁ ହୋଇଛି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.