ପ୍ରମୂଖ ଖବର
  • କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆଙ୍କୁ ହତ୍ୟା ଧମକ, ନିକଟରେ ଯୋଗ ଦେଇଛନ୍ତି କଂଗ୍ରେସ ଦଳରେ…
  • ||
  • ନୀଳଗିରି: ଗଣେଶ ମେଢ଼ ବିସର୍ଜନ ବେଳେ ଅଘଟଣ, ସାନ ଭାଇ ଆଗରେ ଚାଲିଗଲା ବଡ଼ଭାଇ
  • ||
  • କଟକ: ଦୁର୍ଗାପୂଜାରେ ଲେଜର ଲାଇଟ୍ ଓ ଫାୟାର ଗନ୍ ବ୍ୟବହାର ଉପରେ ଲାଗିଲା କଟକଣା
  • ||
  • ଶ୍ରୀମନ୍ଦିରରେ ଋଷି ପଞ୍ଚମୀ ନୀତି, ବ୍ରତ ପାଳନ କଲେ ମା' ଲକ୍ଷ୍ମୀ ଠାକୁରାଣୀ
  • ||
  • ରେଢ଼ାଖୋଲ ମୋଚିବାହାଲଠାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା; ଜଣେ ମୃତ, ୨ ଗୁରୁତର
  • ||
  • ସୁନ୍ଦରଗଡ଼ : ତଣ୍ଟି କାଟି ଯୁବକଙ୍କ ହତ୍ୟା, ହତ୍ୟା ପଛର କାରଣ ଅସ୍ପଷ୍ଟ
  • ||
  • ପାଟଣା : ଟ୍ରକ୍‌ ଧକ୍କାରେ ଜଣେ ମୃତ, ଜଣେ ଗୁରୁତର
  • ||
  • କୋରାପୁଟ : ମାଛକୁଣ୍ଡ ଡ୍ୟାମ୍‌ର ଖୋଲିଲା ୨ଟି ଗେଟ୍‌, ୪୦୦୦ କ୍ୟୁସେକ ପାଣି ନିଷ୍କାସିତ
  • ||
  • ଯାଜପୁର : ଭାରସାମ୍ୟ ହରାଇ ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ, ଜଣେ ମୃତ ଦୁଇ ଗୁରୁତର
  • ||
  • ସମ୍ବଲପୁର: ଶୁଭ ଲଗ୍ନରେ ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ , ସବୁ ଆଡେ ଉତ୍ସବ ମୁଖର
  • ||
  • ବଙ୍ଗୋପସାଗରରେ ଅବପାତରେ ପରିଣତ ହେଲା ଲଘୁଚାପ, ଆସନ୍ତା ୪ ଦିନ ନିର୍ଧୁମ ଛେଚିବ
  • ||
  • ବଣାଇ : ବୁଲା ଗାଈଙ୍କୁ ଟାର୍ଗେଟ କରୁଛନ୍ତି ଦୁର୍ବୃତ୍ତ, ବୋଲେରୋ ଗାଡ଼ିରୁ ଦୁଇଟି ଗାଈ ସହ ଗୋଟିଏ ଷଣ୍ଢ ଉଦ୍ଧାର
  • ||
  • କେନ୍ଦ୍ରାପଡା : ଏଣ୍ଡର ଓ ବାଲିଆ ଅଞ୍ଚଳରେ ବାର୍ଡ ଫ୍ଲୁ ଚିହ୍ନଟ, ସତର୍କ ରହିବାକୁ ପରାମର୍ଶ ଦେଲା ପ୍ରଶାସନ
  • ||
  • ନୂଆଁଖାଇରେ କୃଷକଙ୍କୁ ରାଜ୍ୟ ସରକାରଙ୍କ ଭେଟି, ସିଏମ୍ କିଷାନ ଯୋଜନାରେ ମିଳିବ ପ୍ରଥମ କିସ୍ତି
  • ||

ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡି ବସିଲା ଅବକାରୀ ବିଭାଗ, ୨୦ କେଜି ଗଞ୍ଜେଇ ଜବତ

କାମାକ୍ଷାନଗର,୦୩/୦୮: କାମାକ୍ଷାନଗରରେ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ। କାର ସହ ୨୦ କେଜି ଗଞ୍ଜେଇ ଜବତ ହୋଇଛି। ଏହା ସହ କାର ଚାଳକଙ୍କୁ ଗିରଫ କରାଯାଇଛି। ଗିରଫ ବ୍ୟକ୍ତି ଜଣକ ହେଲେ ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅଞ୍ଚଳ ରତ୍ନାକର କଅଁର।

ସୂଚନା ଅନୁଯାୟୀ, ଶନିବାର ସକାଳୁ ରତ୍ନାକର ବୌଦ୍ଧ ଅଞ୍ଚଳରୁ ଏକ କାର ଯୋଗେ ୨୦ କେଜି ଗଞ୍ଜେଇ ଚୋରାରେ ବିକ୍ରି କରିବା ପାଇଁ ନେଉଥିଲା। ସେ ଏହି ଗଞ୍ଜେଇ ଭୁବନ ଅଞ୍ଚଳକୁ ନେଉଥିଲା । ଏ ବିଷୟରେ କାମାକ୍ଷାନଗର ଅବକାରୀ ବିଭାଗ ଏକ ସୁତ୍ରରୁ ଖବର ପାଇ ଛକି ରହିଥିଲା । ଚୋରା ଚାଲାଣ ବେଳେ ଅବକାରୀ ବିଭାଗ ଭୁବନ ଥାନା ବିଏଚ୍ ୫୩ ଯମୁନାକୋଟ ଛକ ନିକଟରୁ ଗାଡି ସହ ଗଞ୍ଜେଇକୁ ଜବତ କରିଥିଲା । ଜବତ ହୋଇଥିବା ଗଞ୍ଜେଇର ମୂଲ୍ୟ ୬ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଗିରଫ ଅଭିଯୁକ୍ତକୁ ଆଜି କୋର୍ଟ ଚାଲାଣ କାରାଯିବାର ସୂଚନା ଦେଇଛନ୍ତି ଉପ ଆରକ୍ଷୀ ଅଧିକ୍ଷକ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.