ପ୍ରମୂଖ ଖବର
  • ଜାନୁଆରୀରେ ଆସିବ ସୁଭଦ୍ରା ଟଙ୍କା, ବଣ୍ଡା ଘାଟିରେ ସମସ୍ତ ମହିଳାଙ୍କ ଆକାଉଣ୍ଟକୁ ଯିବ କିସ୍ତି
  • ||
  • ସୁବର୍ଣ୍ଣପୁର : ଶିବ ମନ୍ଦିରରୁ ଚୋରି, ତାଲା କାଟି ଏକାଧିକ ମୂର୍ତ୍ତି ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସୁବର୍ଣ୍ଣପୁର : ଟ୍ରେନ୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
  • ||
  • ପଦ୍ମପୁର : ସ୍ତ୍ରୀର ତଣ୍ଟି କାଟିଦେଲା ନୃସଂଶ ସ୍ୱାମୀ, ଅଭିଯୁକ୍ତ ଫେରାର
  • ||
  • ପଟ୍ଟାମୁଣ୍ଡାଇ : ରାଜନଗରରୁ ପ୍ରାୟ ୧୮ ଫୁଟ ଲମ୍ୱର ଅଜଗର ଉଦ୍ଧାର, ଚିକିତ୍ସା ପରେ ଯିବ ଭିତରକନିକା
  • ||
  • ଭୁବନେଶ୍ୱର : ସୁନା ଦୋକାନରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • ଚାନ୍ଦବାଲି : ନବ ବିବାହିତା ମହିଳାଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ବାପଘର ଲୋକେ
  • ||
  • ଖଲ୍ଲିକୋଟ : ଚାଷୀଙ୍କ ଚିନ୍ତା ବଢାଇଲା ଅଦିନିଆ ବର୍ଷା, ନଷ୍ଟ ହୋଇଗଲା ଫସଲ
  • ||
  • ଶନିବାର ଜିଏସ୍‌ଟି ପରିଷଦ ବୈଠକ: ଶସ୍ତା ହୋଇପାରେ ଅନ୍‌ଲାଇନ୍‌ ଖାଦ୍ୟ ଅର୍ଡର, କମିପାରେ ସ୍ୱାସ୍ଥ୍ୟ ବୀମା ପ୍ରିମିୟମ୍‌
  • ||
  • ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ,କ୍ଷୟକ୍ଷତି ନେଇ ନାହିଁ ସୂଚନା
  • ||
  • ଜର୍ମାନୀରେ ଖ୍ରୀଷ୍ଟମାସ ମାର୍କେଟରେ ଲୋକଙ୍କ ଉପରେ ମାଡ଼ିଗଲା କାର୍‌, ୨ ମୃତ, ୬୫ ଆହତ,ଚାଳକ ଅଟକ
  • ||
  • ଆସିକା : ଲଗାଣ ବର୍ଷାରେ ନଷ୍ଟ ହୋଇଗଲା ଅମଳ ଧାନ, ଚିନ୍ତାରେ ପଡିଛନ୍ତି ଚାଷୀ
  • ||
  • ଜଗତସିଂହପୁର : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ନଷ୍ଟ ୫୦ ହଜାର ହେକ୍ଟର ଜମିର ଫସଲ
  • ||
  • ଶୀତରେ ବର୍ଷା ଦାଉ: ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା
  • ||

ଆଜି ବର୍ଷର ସବୁଠୁ ଛୋଟ ଦିନ,୧୦ ଘଣ୍ଟା ୫୪ ମିନିଟ୍ ହେବ ଦିନ, ରାତି ୧୩ ଘଣ୍ଟା ୫ ମିନିଟ୍

Published By : Prameya | December 21, 2024 8:35 AM

ଭୁବନେଶ୍ୱର,୨୧/୧୨: ଆଜି ଭୁବନେଶ୍ୱର ପାଇଁ ବର୍ଷକର ସବୁଠାରୁ ଛୋଟ ଦିନ ହେବ ।  ଦିନର ସମୟ  ମାତ୍ର ୧୦ ଘଣ୍ଟା ୫୪ ମିନିଟ୍‌ ୨୪ ସେକେଣ୍ଡ ହେବ ଏବଂ ରାତି ପ୍ରାୟ ୧୩  ଘଣ୍ଟା, ୫ ମିନିଟ୍‌ ୩୬ ସେକେଣ୍ଡ ହେବ । କିନ୍ତୁ ଭୁବନେଶ୍ୱରରେ ୨୭  ତାରିଖ ଯାଏ ଦିନ ୧୦ ଘଣ୍ଟା ୫୪ ମିନିଟ୍‌ ଏବଂ ରାତି ପ୍ରାୟ ୧୩ ଘଣ୍ଟା ୫  ମିନିଟ୍‌ ହେବ । ୨୧ ତାରିଖରେ ଓଡିଶାର ସୁନ୍ଦରଗଡ଼ ଓ ମାଲକାନଗିରି  ଠାରେ ଦିନର ଲମ୍ବା ଯଥାକ୍ରମେ ୧୦ ଘଣ୍ଟା ୪୭ ମିନିଟ୍‌ ଓ ୧୧ ଘଣ୍ଟା ୦୧  ମିନିଟ୍‌ ହେବ । ସେହି ତାରିଖରେ ଦିଲ୍ଲୀ ଓ କନ୍ୟାକୁମାରୀ ଠାରେ ଦିନର  ଲମ୍ବା ଯଥାକ୍ରମେ ମାତ୍ର ୧୦ ଘଣ୍ଟା ୧୯ ମିନିଟ୍‌ ଓ ୧୧ ଘଣ୍ଟା ୩୯ ମିନିଟ୍‌  ହେବ ବୋଲି ବରିଷ୍ଠ ବୈଜ୍ଞାନିକ ଡ. ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି ।   

ଡ. ପଟ୍ଟନାୟକ କହିଛନ୍ତି, ଡିସେମ୍ବର ୨୫ ତାରିଖକୁ ସମସ୍ତେ "ବଡ଼ଦିନ'  ରୁପେ ପାଳନ କରନ୍ତି । ହେଲେ ଡିସେମ୍ବର ୨୧ କିମ୍ବା ୨୨ତାରିଖରେ ଉତ୍ତର  ଗୋଲାର୍ଦ୍ଧରେ ଶୀତଋତୁର ପ୍ରଥମ ଦିନ ଆରମ୍ଭ ହୋଇଥାଏ । ଏଥିସହ  ଏହା ବର୍ଷର "ସବୁଠାରୁ ଛୋଟ ଦିନ’ ହୋଇଥାଏ । ଜ୍ୟୋତିର୍ବିଜ୍ଞାନୀଙ୍କ  ମତରେ ଶୀତଦିନ ଆରମ୍ଭ ହୁଏ ବର୍ଷର ଏହି ସବୁଠାରୁ ଛୋଟ ଦିନରୁ  ଓ ଧୀରେ ଧୀରେ ଦିନଗୁଡ଼ିକ ଅଧିକରୁ ଅଧିକ ଲମ୍ବା ହୁଏ  । ସହି  କ୍ରମରେ ମାର୍ଚ୍ଚ ମାସ ୨୨ ବା ୨୩ ତାରିଖ ବେଳକୁ ଦିନ ଓ ରାତିର  ଅବଧି ସମାନ ହୁଏ  । ଜୁନ ୨୧ ବା ୨୨ ତାରିଖରେ ଉତ୍ତର ଗୋଲାର୍ଦ୍ଧରେ  ସବୁଠାରୁ ବଡ଼ ଦିନ ହୋଇ ଥାଏ । ମେରୁ ନିକଟବର୍ତ୍ତୀ ସ୍ଥାନଗୁଡ଼ିକରେ  ବର୍ଷସାରା ଦିନର ଦୈର୍ଘ୍ୟରେ ବଡ଼ ପାର୍ଥକ୍ୟ ଅନୁଭୁତ ହୁଏ । ସେଠାରେ  ଶୀତଋତୁରେ ଦିନଗୁଡ଼ିକ ଅତ୍ୟନ୍ତ ଛୋଟ ହୁଏ । 

  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.