ପ୍ରମୂଖ ଖବର
  • କୁଜଙ୍ଗ : ଦଶାହ କର୍ମ ସମୟରେ ତାଳଦଣ୍ଡା କେନାଲରେ ଭାସିଯାଇ ଯୁବକ ମୃତ
  • ||
  • ରକ୍ଷା ବନ୍ଧନରେ ରାଜ୍ୟ ସରକାରଙ୍କ ଭେଟି, ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ଟଙ୍କା
  • ||
  • କୋରାପୁଟ : ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଜୟପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ
  • ||
  • ଉଜ୍ଜ୍ୱଳା ସବ୍‌ସିଡି ପାଇଁ ୧୨ ହଜାର କୋଟି ମଞ୍ଜୁରୀ, ତୈଳ କମ୍ପାନିଙ୍କୁ ୩୦ ହଜାର କୋଟି କ୍ଷତିପୂରଣ
  • ||
  • ବିଜେବି ନଗରରେ ବ୍ୟାପିଲା ଜଣ୍ଡିସ୍, ପାଣି ନମୁନା ସଂଗ୍ରହ ସହ ସତର୍କ ରହିବାକୁ ପରାମର୍ଶ
  • ||
  • ଜମ୍ମୁକାଶ୍ମୀରରେ ଆତଙ୍କବାଦୀଙ୍କ ସହ ଗୁଳିବିନିମୟରେ ୨ ଯବାନ ସହିଦ ୧୦ ଜଣ ଗୁରୁତର ଆହତ
  • ||
  • ନୂଆପଡ଼ା : ଏନ୍‌ଏଚ୍ ୩୫୩ କ୍ରିଷ୍ଣା ଛକରେ ଦୁର୍ଘଟଣା; ଟ୍ରକ୍‌ ଧକ୍କାରେ ମାମୁ ଭଣଜା ମୃତ
  • ||
  • ଋଷ-ୟୁକ୍ରେନ୍‌ ଯୁଦ୍ଧ ଶେଷ କରିବା ପ୍ରସ୍ତୁତି ,ଅଗଷ୍ଟ ୧୫ରେ ଡୋନାଲ୍ଡ ଟ୍ରମ୍ପ ଓ ପୁଟିନ୍‌ଙ୍କ ବଡ଼ ବୈଠକ
  • ||
  • ରାକ୍ଷୀ ପୂର୍ଣ୍ଣିମା; ଭାଇ ହାତରେ ସମ୍ପର୍କର ସୂତା ବାନ୍ଧି ସୁରକ୍ଷାର ପ୍ରତିଶ୍ରୁତି ନେଲେ ଭଉଣୀ
  • ||
  • ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ତୃତୀୟ କିସ୍ତି; ଜୟପୁର ସଭାରୁ ଟଙ୍କା ବାଣ୍ଟିବେ ମୁଖ୍ୟମନ୍ତ୍ରୀ
  • ||

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୬ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ

Published By : Harapriya Sethi | August 9, 2025 12:33 PM

ବ୍ରହ୍ମପୁର, ୦୯/୦୮: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି ଗୀତାଞ୍ଜଳି ଦାସଙ୍କ ନେତୃତ୍ୱରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୬ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମାନ୍ୟବର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମାନ୍ୟବର ରାଜ୍ୟପାଳ ଓ ବିଶ୍ୱବିଦ୍ୟାଳୟ କୁଳାଧିପତି ଡକ୍ଟର ହରିବାବୁ କମ୍ଭମପତି, ରାଜ୍ୟମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ (ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ), ଡ. ପ୍ରଦୀପ କୁମାର ପାଣିଗ୍ରାହୀ (ମାନ୍ୟବର ସାଂସଦ, ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀ), ଅନିତା ଶୁଭଦର୍ଶିନୀ(ମାନ୍ୟବର ସାଂସଦ ଅସିକା ଲୋକସଭା ନିର୍ବାଚନ ମଣ୍ଡଳୀ),ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରାୟ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । 

ଏହି ଅବସରରେ କୃଷି, ବିଜ୍ଞାନ ଓ ପ୍ରତିରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ତିନି ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନ ସୂଚକ ଡକ୍ଟରେଟ୍ ପ୍ରଦାନ କରାଯାଇଛି । ମିଲେଟ୍ ଉତ୍ପାଦ ସଂରକ୍ଷଣ ଦିଗରେ ଉଲ୍ଲେଖନୀୟ ଅବଦାନ ପାଇଁ କୋରାପୁଟ ଜିଲ୍ଲାର ଡ.ରାଇମାତି ଘିଉରିଆ, ଆଣବିକ ବିଜ୍ଞାନ କ୍ଷେତ୍ରର ବିଶିଷ୍ଟ ବ୍ୟକ୍ତିତ୍ୱ ମୟୂରଭଞ୍ଜର ଡ. ଅଜିତ କୁମାର ମହାନ୍ତି ଏବଂ ମହାକାଶ ଓ ପ୍ରତିରକ୍ଷା ବିଜ୍ଞାନ କ୍ଷେତ୍ରରେ ବିଶେଷ ଅବଦାନ ପାଇଁ କେରଳର ଡ. ଟେସି ଥୋମାସ୍ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରୁ ସମ୍ମାନସୂଚକ ଡକ୍ଟରେଟ୍ ଉପାଧି ପାଇଛନ୍ତି । ଏହି ସମାବର୍ତ୍ତନ ଉତ୍ସବରେ ସମସ୍ତ ବିଭାଗର ଟପ୍ପର ୩୮ ଜଣ ଛାତ୍ରଛାତ୍ରୀଙ୍କୁ ସ୍ଵର୍ଣ୍ଣ ପଦକ, ୫୨ ଜଣଙ୍କୁ ପିଏଚ୍‌ଡି, ୪ ଜଣକୁ ଡିଲିଟ୍ ପ୍ରଦାନ କରାଯାଇଛି । ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଆଗାମୀ ଦିନରେ ନୂତନ ନିଯୁକ୍ତି ସହ ଗବେଷଣା ଓ ଛାତ୍ରଛାତ୍ରୀଙ୍କ ଉନ୍ନତି ପାଇଁ ଅନେକ ପଦକ୍ଷେପ ନେବାକୁ ବିଶ୍ୱବିଦ୍ୟାଳୟ ଯୋଜନା କରିଥିବା ପ୍ରଫେସର ଦାସ ଏହି ଅବସରରେ ସୂଚନା ଦେଇଛନ୍ତି । ଏନ୍‌ଏଏସି ପକ୍ଷରୁ ହୋଇଥିବା ମୂଲ୍ୟାଙ୍କନରେ ବିଶ୍ୱବିଦ୍ୟାଳୟକୁ ଏ ଗ୍ରେଡ଼ ମିଳିଥିବାରୁ ବିଶ୍ୱବିଦ୍ୟାଳୟର ସମସ୍ତ ଶିକ୍ଷକ, କର୍ମଚାରୀ, ଛାତ୍ରଛାତ୍ରୀ ଓ ଉପସ୍ଥିତ ଅତିଥିମାନେ ଖୁସି ବ୍ୟକ୍ତ କରିଥିଲେ । ଏହି ଉତ୍ସବରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବା ସ‌ହ ଛାତ୍ରଛାତ୍ରୀ ମାନଙ୍କ ପାଇଁ ସମସ୍ତ ସୁବିଧା ଯୋଗାଇ ଦିଆଯାଇଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.