ପ୍ରମୂଖ ଖବର
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ

ନୂଆଦିଲ୍ଲୀ,୨୭/୭: ପୁଣିଥରେ ଜାମ୍ମୁ-କାଶ୍ମୀର କୁପୱାଡ଼ା ଜିଲ୍ଲାରେ ଏନକାଉଣ୍ଟର । ସୁରକ୍ଷାବାହିନୀ-ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ। ଏହି ଏନକାଉଣ୍ଟରରେ ସେନାର ୩ ଜଣ ଯବାନ୍ ଆହାତ । ଆହାତ ଯବାନମାନଙ୍କୁ ଆର୍ମି ମେଡିକାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ସୁଦ୍ଧା କୁପୱାଡ଼ା ଜିଲ୍ଲାରେ ସର୍ଚ୍ଚ ଅପରେସନ ଜାରି ରହିଛି ଥିବା ସୂଚନା। ଗତ କିଛି ସପ୍ତାହ ଧରି ଜାମ୍ମୁ କାଶ୍ମୀରର କିଛି ଜିଲ୍ଲାରେ ପ୍ରାୟ ପ୍ରତ୍ୟେକ ଦିନ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟ ଗୁଳିବିନିମୟ ଚାଲିଛି। 

ସୂଚନା ଅନୁଯାୟୀ, କୁପୱାଡ଼ାର କୁମକରୀ ଅଞ୍ଚଳରେ ୮ ଆତଙ୍କବାଦୀ ଲୁଚି ରହିଥିବା ସୂଚନା ମିଳିଥିଲା। ଏହାପରେ ପୋଲିସ ଏବଂ ସୁରକ୍ଷାକର୍ମୀ ମିଳିତ ଭାବେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଡ୍ରୋନ୍ ଏବଂ ହେଲିକପ୍ଟର ଯୋଗେ ଅଞ୍ଚଳର ପ୍ରତ୍ୟେକ କୋଣ ଅନୁକୋଣରେ ଛାନଭିନ୍ ଜାରି ରଖିଥିଲେ ସୁରକ୍ଷାବାହିନୀ । ସୂଚନାଯୋଗ୍ୟ ଯେ, ଆତଙ୍କବାଦୀଙ୍କ ବିରୋଧରେ ଭାରତୀୟ ସେନାର ଅପରେସନ ଗତ ୫ ଦିନ ଧରି କୁପୱାରାଠାରେ ଚାଲିଛି  । ୩  ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ କୁପୱାରାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି। ତିନି ଦିନ ପୂର୍ବେ ସୁରକ୍ଷା ବାହିନୀ ଦ୍ୱାରା ଜଣେ ଆତଙ୍କବାଦୀ ନିହତ ହୋଇଥିଲା।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.