ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଦୁଇ ଦଳିତଙ୍କୁ ନିର୍ଯ୍ୟାତନା ଦେବା ଘଟଣା: ଆଉ ତିନି ଗିରଫ

Published By : Suraj Kumar | July 3, 2025 8:38 PM

ଧରାକୋଟ,୩।୭ : ଜୁନ ୨୨ ତାରିଖ ରେ ଖାରିଗୁମା ଠାରେ ସିଙ୍ଗିପୁର ଗ୍ରାମର ଦୁଇ ଦଳିତଙ୍କୁ ଅମାନବୀୟ ନିର୍ଯ୍ୟାତନା ଦେବା ମାମଲାରେ ଧରାକୋଟ ପୋଲିସ ଗୁରୁବାର ଆଉ ତିନି ଜଣଙ୍କୁ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବଡଗଡ ଥାନା ଅନ୍ତର୍ଗତ ବେଠୁଆର ଗ୍ରାମର ସୁନିଲ୍ ସ୍ବାଇଁ ( ୨୧) , ଆଶିଷ ବରାଡ (୧୯) , ଆସିକା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତ ଅଧିନସ୍ଥ ନବ ରତ୍ନପୁର ଗ୍ରାମର ସନ୍ତୋଷ କୁମାର ପୋଲାଇ ଓରଫ(ରିଟୁ) । ପୂର୍ବରୁ ମୁଖ୍ୟ ଅଭିଯୁକ୍ତ ସମେତ ୧୩ ଜଣଙ୍କୁ  ଏହି ଘଟଣାରେ କୋର୍ଟ ଚାଲାଣ କରାଯାଇଥିଲା। 

ଏ ଘଟଣା ରେ ଅନ୍ୟ କିଛି ଅଭିଯୁକ୍ତଙ୍କ ସଂପୃକ୍ତି ରହିଥିବା ବେଳେ ସେମାନେ ଫେରାର ରହିଛନ୍ତି ।  ସଂପୃକ୍ତି ଥିବା ସମସ୍ତ ଅଭିଯୁକ୍ତଙ୍କୁ ଖୁବ୍ ଶୀଘ୍ର ଗିରଫ କରାଯାଇ କୋର୍ଟ ଚାଲାଣ କରାଯିବ ବୋଲି ଆସିକା ଉପଖଣ୍ଡ ଅଧିକାରୀ ସନ୍ତୋଷ ଜେନା କହିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.