ପ୍ରମୂଖ ଖବର
  • ଭୁବନେଶ୍ବର : ମିଠା ଦୋକାନୀଙ୍କୁ ଦାଦାବଟି ମାଗିଲା ଜେଲ ଫେରନ୍ତା, ଅଭିଯୁକ୍ତ ଗିରଫ
  • ||
  • ଖୋର୍ଦ୍ଧା : ପାଣିରେ ଭାସୁଛି ବ୍ୟକ୍ତିଙ୍କ ଗଳିତ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • ଆଜିଠୁ ଅନଲାଇନରେ ପଞ୍ଜୀକରଣ କରିପାରିବେ ହବିଷ୍ୟାଳି, ଶାରୀରିକ ଓ ମାନସିକ ଭାବେ ଅସୁସ୍ଥ ଥିଲେ ମିଳିବନି ଅନୁମତି
  • ||
  • ଧର୍ମଗଡ : ଅଜଣା ଗାଡ଼ି ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଆନନ୍ଦପୁର : ଗଣେଶ ପୂଜା ବିସର୍ଜନ ବେଳେ ଢେଲା ମାଡକୁ ନେଇ ଉତ୍ତେଜନା ଘଟଣା, ୨ ଗିରଫ
  • ||
  • ବାସୁଦେବପୁରର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ମଦ ଜବତ, ୫ ଗିରଫ
  • ||
  • ଛତ୍ରପୁର : ରୁଟି ବ୍ୟବସାୟୀଙ୍କୁ ପଛପଟୁ ଧକ୍କା ଦେଲା ଅଜଣା ଗାଡି, ଜଣେ ଗୁରୁତର
  • ||
  • ରବିବାର ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମାଓ ମୁକାବିଲା ସମୀକ୍ଷା ବୈଠକରେ ହେବେ ସାମିଲ
  • ||
  • ଜଗତସିଂହପୁରରେ ମୂର୍ତ୍ତି ଚୋରୀ ରାକେଟ ସକ୍ରିୟ, ଜଣେ ଅଭିଯୁକ୍ତ ଏବଂ ତାଙ୍କ ମା ଅଟକ
  • ||
  • କୋଣାର୍କ : ମୃତଦେହକୁ ଘରକୁ ନେବାକୁ ମିଳିଲାନି ଆମ୍ୱୁଲାନ୍ସ, ଟ୍ରଲିରେ ବୁହା ହେଲା ଶବ
  • ||
  • ସୋମବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ନକ୍ସଲ ମୁକାବିଲା ବୈଠକ, ଯୋଗଦେବେ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ
  • ||
  • କଣ୍ଟାବାଞ୍ଜି : ବେଆଇନ କ୍ଲିନିକ ଖୋଲି ଚିକିତ୍ସା କରୁଥିଲେ ନକଲି ଡାକ୍ତର, ଅଭିଯୁକ୍ତ ଗିରଫ
  • ||
  • ଅକ୍ଟୋବର ହେଲାଣି ଖରା ଦିନ ଯାଉନି, ଅସ୍ୱାଭାବିକ ପାଣିପାଗରେ ସମସ୍ତେ ନାକେଦମ୍‌: ୧୪ ଯାଏଁ ବିଶେଷ ବର୍ଷା ନାହିଁ
  • ||

ଶରଧାବାଲିରେ ତିନି ରଥ, ରତ୍ନବେଦୀ ଛାଡ଼ି ଜନ୍ମବେଦୀକୁ ଆସିଛନ୍ତି ମହାପ୍ରଭୁ

ପୁରୀ, ୦୮/୦୭ : ଶରଧାବାଲିରେ ତିନି ରଥ। ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲା ତାଳଧ୍ଵଜ, ଦର୍ପଦଳନ ଓ ନନ୍ଦିଘୋଷ। ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ରତ୍ନବେଦୀ ଛାଡ଼ି ଜନ୍ମବେଦୀକୁ ଆସିଛନ୍ତି ମହାପ୍ରଭୁ। ଘଣ୍ଟ, ଘଣ୍ଟା, ହରିବୋଲ, ହୁଳହୁଳି ନାଦରେ ପ୍ରକମ୍ପିତ ହେଉଛି ଚତୁର୍ଦ୍ଦିଗ। ଏଇଠାରୁ ଜନ୍ମବେଦୀକୁ ପହଣ୍ଡି ହୋଇଯିବେ ୩ ଠାକୁର। ସେଠାରେ ନଅ ଦିନ ଧରି ମାନବୀୟ ଲୀଳା କରିବା ପରେ ପୁଣି ଶ୍ରୀମନ୍ଦିର ଫେରିଆସିବେ ମହାପ୍ରଭୁ।

ମଙ୍ଗଳବାରଠୁ ହେବ ଆଡ଼ପ ଦର୍ଶନ। ଏହାସହ କାଲିଠାରୁ ଆଡ଼ପ ଅବଢା ବି ମିଳିବ। ଯାହାକୁ ଉତ୍ସାହର ସହ ଚାହିଁ ରହିଥାନ୍ତି ଶ୍ରଦ୍ଧାଳୁ। 

ସୋମବାର ୭ଟା ୩୫ରୁ ୮ ଟା ମଧ୍ୟରେ ମଙ୍ଗଳ ଆଳତି, ଅବକାଶ ଓ ବେଶ ଶେଷ ପରେ ୯ଟା ୨୦ ରୁ ଆରମ୍ଭ ହୋଇଥିଲା ରଥଟଣା। ୧୨ଟା ୪୪ରେ ପ୍ରଥମେ ଗୁଣ୍ଡିଚା ମନ୍ଦିର ସିଂହଦ୍ଵାର ସମ୍ମୁଖରେ ଲାଗିଥିଲା ତାଳଧ୍ବଜ ରଥ। ଏହାପରେ ୧ଟା ୪୧ ମିନିଟ୍‌ରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଓ ଶେଷରେ କାଳିଆ ଠାକୁରଙ୍କ ନନ୍ଦିଘୋଷ ରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.