ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ବାଇକ୍‌ ଉପରେ ମାଡିଗଲା ବସ : ୩ ମୃତ, କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

Published By : Prameya | December 10, 2024 4:23 PM

କାମାକ୍ଷାନଗର, ୧୦।୧୨ : ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ୫୩ ନଂ ଜାତୀୟ ରାଜପଥର ଖଇରାମୁଣ୍ଡା ଗ୍ରାମ ନିକଟରେ ଭୋଳାନାଥ ନାମକ ଯାତ୍ରୀବାହୀ ବସ ଧକ୍କାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ଅନ୍ତର୍ଗତ ନାଉପାଳକାଟେଣୀ ଗାଁର ସାଗର ପ୍ରଧାନ, ପିନୁ ସାହୁ ଏବଂ ସୁମନ୍ତ ପରିଡା। 

ନାଉପାଳକାଟେଣୀ ଗାଁର ସାଗର ପ୍ରଧାନ, ପିନୁ ସାହୁ ଏବଂ ସୁମନ୍ତ ପରିଡା ବାଇକ ଯୋଗେ  ଖଇରାମୁଣ୍ଡା ଗ୍ରାମକୁ ଯାଉଥିଲେ।  ୫୩ ଜାତୀୟ ରାଜପଥ ଖଇରମୁଣ୍ଡା ଗ୍ରାମ ନିକଟରେ ଏକ ବସ ବାଇକକୁ  ଧକ୍କା  ଦେବା ପରେ ମାଡିଯାଇଥିଲା। ଘଟଣା ସ୍ଥଳରେ ହିଁ ସାଗରଙ୍କ ମୃତ୍ୟୁ ହୋଇଥିଲା।  ପିନୁ ଏବଂ ସୁମନ୍ତଙ୍କୁ ଗୁରୁତର ଅବସ୍ଥାରେ ଢେଙ୍କାନାଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।  ଚିକିତ୍ସାଧୀନ ଅବସ୍ଥାରେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସେମାନଙ୍କ  ମୃତ୍ୟୁ ହୋଇଛି। ଯାହାକୁ ନେଇ ଉତ୍ତ୍ୟକ୍ତ ଲୋକମାନେ କ୍ଷତି ପୂରଣ ଦାବିରେ ୫୩ ନଂ ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି। ଫଳରେ ତାଳଚେର -ଡ଼ୁବୁରୀ ଯାତାୟାତ ଠପ ହୋଇଛି। ଏ ନେଇ ପରଜଙ୍ଗ ପୋଲିସ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝା ସୁଝା କରୁଛି। 

ଏପଟେ ଘଟଣା ବେଳର ଦୃଶ୍ୟ ସିସିଟିଭିରେ କଏଦହୋଇଛି। ସ୍ପଷ୍ଠଭାବେ ଦେଖାଯାଉଛି କି ଯାତ୍ରିବାହି ବସଟି ବାଇକର ପଛପଟୁ ଧକାଦେଇ ସମ୍ପୂର୍ଣ ବାଇକ ଉପରେ ଚଢିଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.