ପ୍ରମୂଖ ଖବର
  • ଉତ୍ତରାଖଣ୍ଡ ହରିଦ୍ୱାର ଦେବୀ ମନ୍ଦିରରେ ଦଳଚକଟା, ୬ମୃତ ଅନେକ ଆହତ
  • ||
  • ଫିଡେ ମହିଳା ଚେସ୍‌ ବିଶ୍ୱକପ୍‌ ଫାଇନାଲ୍‌: ଦିବ୍ୟା-ହମ୍ପି ପ୍ରଥମ ଗେମ୍‌ ଡ୍ର’, ଆଜି ଖେଳିବେ ଦ୍ୱିତୀୟ କ୍ଲାସିକାଲ ଗେମ୍
  • ||
  • ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ସନ୍ଧ୍ୟାରେ ୪ ଘଣ୍ଟା ଦର୍ଶନ ମନା
  • ||
  • ଭଦ୍ରକ: ହଳଦୀଡିହ ଛକ ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ, ୨ ଗୁରୁତର
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା, ଉଛୁଳିଲା ବୈତରଣୀ, ଜଳକା, ଜମ୍ଭୀରା ନଦୀ,ପାଣିଘେରରେ ୩୦ରୁ ଅଧିକ ଗାଁ
  • ||
  • ଏଫ୍‌ଏମ୍‌ କଲେଜ ପୁଣି ଚର୍ଚ୍ଚାରେ, ପ୍ରାଧ୍ୟାପକଙ୍କ ପତ୍ନୀଙ୍କୁ ଗ୍ୟାସ୍‌ ଡେଲିଭରୀ ବୟର ଦୁଷ୍କର୍ମ ଉଦ୍ୟମ,ଅଭିଯୁକ୍ତ ଗିରଫ
  • ||
  • ଏବେ ବଡ଼ ବର୍ଷା ନାହିଁ, ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା: ଆଜି ୧୫ ଜିଲ୍ଲାକୁ ଆଲର୍ଟ
  • ||

ଦୁଇ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ୩ ମୃତ, ୨ ଗୁରୁତର

Published By : Suraj Kumar | July 26, 2025 10:42 PM

ନୟାଗଡ,୨୬।୭ : ଖୋର୍ଦ୍ଧା ବଲାଙ୍ଗୀର ଜାତୀୟରାଜପଥର ଦଶପଲ୍ଲା ଥାନା ଟାକେରା ଘାଟି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଦୁଇ ଟ୍ରକ୍ ମଧ୍ୟରେ  ମୁହାଁମୁହିଁ ଧକ୍କା ହୋଇ ୩  ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ  ୨ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଦଶପଲ୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି  । 

ଦଶପଲ୍ଲା ପଟୁ ଏକ ଟ୍ରକରେ ଫିଟିକିରି ଲୋଡ୍ ହୋଇ ଯାଉଥିବା  ବେଳେ ବୌଦ୍ଧ ପଟୁ ଆସୁଥିବା ଏକ ଟ୍ରକରେ ଚୁନ ଲୋଡ୍ ହୋଇଥିଲା ।  ଟାକେରା ଘାଟି ନିକଟରେ  ହଠାତ୍ ଏକ କୁକୁର ରାସ୍ତା ଉପରକୁ ଆସିଯିବାରୁ ଦୁଇ ଟ୍ରକ୍ ତାକୁ ରକ୍ଷା କରିବାକୁ ଯାଇ ମୁହାଁମୁହିଁ  ଧକ୍କା ହୋଇ ରାସ୍ତା କଡକୁ ଓଲଟି ପଡିଥିଲା । ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳକୁ ଯାଇ ୩ଜଣଙ୍କୁ ଉଦ୍ଧାର କରି ଦଶପଲ୍ଲା ମେଡିକାଲକୁ ପଠାଇଥିଲେ । ସେଠାରେ ଡାକ୍ତର ଜଣଙ୍କୁ ମୃତ ଘୋଷଣା କରିଥିବାବେଳେ ଅନ୍ୟ ଦୁଇଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି । ଟ୍ରକରେ ଏବେବି ଦୁଇଜଣ ମୃତ ଅବସ୍ଥାରେ ଚାପି ହୋଇ ରହିଛନ୍ତି । ସେମାନଙ୍କୁ ବାହାର କରିବାକୁ ଚେଷ୍ଟା ଚାଲିଛି । ତେବେ ଏହି ସମୟରେ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଜଣେ ବାଇକ୍ ଆରୋହୀ । ଗୋଟିଏ ଟ୍ରକ୍  ଓଲଟି ବାଇକ୍ ଉପରେ ପଡିଛି । ବାଇକ୍ ଚାଳକ ଗାଡି ଛାଡି ଦୌଡି ପଳାଇବାରୁ ସେ ବଞ୍ଚି ଯାଇଛନ୍ତି ।  ମୃତାହତଙ୍କ ପରିଚୟ ମିଳିନଥିବାବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.