ଭୁବନେଶ୍ୱର, ୦୮/୦୧: ରାଜଧାନୀର ରସୁଲଗଡ଼ ଓଭରବ୍ରିଜ୍ରେ ଯୁବକଙ୍କ ମୁଣ୍ଡ କାଟି ହତ୍ୟା ଘଟଣା । ଆକ୍ସନ ମୋଡ୍ରେ କମିଶନରେଟ୍ ପୋଲିସ । ହତ୍ୟାକାଣ୍ଡରେ ସାମିଲ ଥିବା ସନ୍ଦେହରେ ତିନି ଜଣ ଯୁବକଙ୍କୁ ଏକ ଅଜ୍ଞାତ ସ୍ଥାନରେ ଅଟକ ରଖି ପଚରାଉଚରା କରୁଛି ପୋଲିସ।
ସୂଚନା ମୁତାବକ, ବୁଧବାର ସକାଳ ପ୍ରାୟ ୮ଟା ସମୟରେ ରସୁଲଗଡ଼ କେଦାରପଲ୍ଲୀ ବସ୍ତିର ସହଦେବ ଏକ ନାଲି ରଙ୍ଗର ଜୁପିଟର ସ୍କୁଟି ଯୋଗେ ଭିଏସ୍ଏସ୍ ନଗରରୁ ରସୁଲଗଡ଼ ପଟକୁ ଆସୁଥିଲେ । ଏହି ସମୟରେ କିଛି ଯୁବକ ଦୁଇଟି ବାଇକ୍ରେ ତାଙ୍କୁ ପିଛା କରିଥିଲେ । ପିଛା କରି ଜାତୀୟ ରାଜପଥର ବାଣୀବିହାର ଓଭରବ୍ରିଜ ଉପରେ ତାଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ । ଫଳରେ ତାଙ୍କ ଶରୀରରୁ ମୁଣ୍ଡ ଅଲଗା ହୋଇଯାଇଥିଲା । ଏହି ହତ୍ୟାକାଣ୍ଡ ଘଟାଇବା ପରେ ଦୁର୍ବୃତ୍ତମାନେ ବାଇକ୍ ଯୋଗେ ଘଟଣା ସ୍ଥଳରୁ ଫେରାର ହୋଇଥିଲେ । ହତ୍ୟାକାଣ୍ଡ ପରେ ସ୍ଥାନୀୟ ଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଛାନ୍ଭିନ୍ ଆରମ୍ଭ କରିଥିଲେ । ତେବେ ବର୍ତ୍ତମାନ ଏହି ବିଭତ୍ସ ହତ୍ୟା ଘଟଣାରେ ପୋଲିସ ୩ ଜଣ ଯୁବକଙ୍କ ଏକ ଅଜ୍ଞାତ ସ୍ଥାନରେ ଅଟକ ରଖି ପଚରାଉଚରା କରୁଛି ।