ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ଶ୍ରମିକଙ୍କ ଉପରେ ମାଡିଗଲା ହାଇଓ୍ବା , ୩ ମୃତ

ବଣାଇ,୧୮।୭  :  ସୁନ୍ଦରଗଡ଼ ଜିଲ୍ଲା ବଣାଇ ଉପଖଣ୍ଡ ଲହୁଣୀପଡ଼ା ଥାନା ଅନ୍ତର୍ଗତ  ରାଜା ମୁଣ୍ଡା ବାଇପାସ୍ ଛକରୁ କୋଇଡା କୁ ସଂଯୋଗ କରୁଥିବା ୫୨୦ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ ଶ୍ରମିକଙ୍କ ମୃତ୍ୟୁ ଘଟିଛି। 

  ରାଜା ମୁଣ୍ଡା ବାଇପାସ୍ ଗୋଲେଇ ଛକରୁ ମାତ୍ର ୧୦୦ ମିଟର ଦୂରରେ ଜାତୀୟ ରାଜପଥ ଉପରେ  ଏକ ସ୍ଥାନରେ ରାସ୍ତା ଦବି ଯାଇଥିବା ବେଳେ  (ଆରକେଡି) ଅଧୀନରେ କାର୍ଯ୍ୟ କରୁଥିବା ସୁପରଭାଇଜ ର କିଛି ଶ୍ରମିକଙ୍କୁ ନେଇ   ଦବି ଯାଇଥିବା ରାସ୍ତାର ମରାମତି କାମ କରୁଥିଲେ। ସୁରକ୍ଷା ପାଇଁ କୌଣସି ବ୍ୟାରିକେଡ଼  ଦେଇ ନଥିବା ବେଳେ କେବଳ ନାମକୁ ମାତ୍ର  ଷ୍ଟପ  ଲେଖା ଗୋଟିଏ ରାସ୍ତା ଉପରେ ରଖି କାର୍ଯ୍ୟ କରୁଥିଲେ । ରାତି ସମୟରେ କାମ ଚାଲୁ ଥିବା ବେଳେ ଏକ ହାଇୱା ଦ୍ରୁତ ଗତିରେ ଆସି କାର୍ଯ୍ୟ କରୁଥିବା ଶ୍ରମିକଙ୍କ ଉପରେ ମାଡି ଯାଇଥିବା ସହିତ ପାଖରେ ଥିବା ଏକ ବୋଲେରୋ କ୍ୟାମ୍ପକୁ ମଧ୍ୟ ଧକ୍କା ଦେଇଥିଲା।  ଫଳରେ ଘଟଣା ସ୍ଥଳରେ ୩ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ପାଞ୍ଚ ଜଣ ଶ୍ରମିକ ଗୁରୁତର ଆହତ ହୋଇଥିବା ଜଣାପଡିଛି। ଖବର ପାଇ ଲହୁଣୀପଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ସହ ଆହତଙ୍କୁ ଉଦ୍ଧାର କରି ବଣାଇଁ ଡାକ୍ତରଖାନାକୁ ପଠାଇଥିବା ଜଣାପଡିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.