ପ୍ରମୂଖ ଖବର
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ

ମୁମ୍ବାଇ,୨୭/୭: ମୁମ୍ବାଇରେ ଅଘଟଣ । ଭୁଶୁଡିଲା ତିନି ମହଲା କୋଠା। ଫଳରେ ଏକାଧିକ ଲୋକ କୋଠା ତଳେ ଚାପି ହୋଇ ରହିଥିବା ଅନୁମାନ କରାଯାଉଛି । ଏନେଇ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଥିବା ବେଳେ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି । ଏଥିରେ ଏନଡିଆରଏଫ, ଅଗ୍ନିଶମ ବାହିନୀ ପ୍ରମୁଖ ସାମିଲ ହୋଇଛନ୍ତି। ତେବେ ବିଲ୍ଡିଂର ଭଗ୍ନାବଶେଷ ତଳୁ ୨ ଜଣଙ୍କୁ ଜୀବନ୍ତ ଅବସ୍ଥାରେ ଉଦ୍ଧାର କରାଯାଇଥିବା ବେଳେ ସେମାନଙ୍କୁ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନେ ସୁରକ୍ଷିତ ଥିବା ଜଣାଯାଇଛି। 

ସୂଚନା ମୁତାବକ, ଆଜି ଭୋର ପ୍ରାୟ ୫ଟା ବେଳେ ବିଲ୍ଡିଂ ଭୁଶୁଡ଼ି ପଡ଼ିଥିବା ଖବର ଅଗ୍ନିଶମ ବାହାନୀକୁ ମିଳିଥିଲା। ଏହାପରେ ତୁରନ୍ତ ଘଟଣାସ୍ଥଳରେ ଟିମ୍‌ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଥିବା ଅଧିକାରୀ କହିଛନ୍ତି। ଏହି ଅଘଟଣ ପରେ ବହୁ ଲୋକଙ୍କ ପତ୍ତା ମିଳୁ ନ ଥିବା ବେଳେ ସେମାନଙ୍କ ତଲାସୀ ଜାରି ରହିଛି। ଏଥିସହ ୨ ଜଣ ଉଦ୍ଧାର ହେବା ପରେ ଆହତଙ୍କୁ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଛି। ସେହିପରି ଭଗ୍ନାବଶେଷ ତଳେ ଆହୁରି ବହୁ ଜଣ ଦବିଥିବା ଅନୁମାନ କରାଯାଉଛି।ତେଣୁ ସେମାନଙ୍କୁ ଉଦ୍ଧାର ପରେ ଆହତଙ୍କୁ ମେଡିକାଲ ନେବା ନିମନ୍ତେ ଆମ୍ବୁଲାନ୍ସ ପ୍ରସ୍ତୁତ ହୋଇଥିବା ମଧ୍ୟ ସୂଚନା ମିଳିଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.