ମେଷ : ଷଷ୍ଠ ଓ ସପ୍ତମଚନ୍ଦ୍ର ଉଭୟଭୋଗ ହେଉଥିବାରୁ ଏବଂ ଗୁରୁବାର ସାରାଦିନ ମଙ୍ଗଳଙ୍କ ନକ୍ଷତ୍ର ରହୁଥିବାରୁ ନୂତନ ଭୂମି, ପୂଜା, ଗୃହାରମ୍ଭ, କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି । ରୋଗ, ଋଣ, ଦୁଃଖ, ଶୋକରୁ ମୁକ୍ତି ମିଳିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ। ଦାମ୍ପତ୍ୟ ଜୀବନରେ ମଧୁରତା, ଚାଲିଚଳନରେ ସଂଯମତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ ଏବଂ ଆର୍ଥିକସ୍ଥିତିରେ ଉନ୍ନତି ଆସିବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୬, ଆରାଧନା : ପ୍ରଭୁସ୍କନ୍ଦ ।
ବୃଷ : ଦିବା ୧୧ଟା ୧୫ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେହି ସମୟ ପର୍ଯ୍ୟନ୍ତ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ବାଣିଜ୍ୟ, ବ୍ୟବସାୟରେ କ୍ଷତି, କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଏହାପରେ ଷଷ୍ଠଚନ୍ଦ୍ର ଯୋଗୁ ମନରୁ ଦୁଶ୍ଚିନ୍ତା,ଦୁର୍ଭାବନା ଓ ଅବସାଦଭାବ ଲୋପ ପାଇବ ଏବଂ ହୃତଗୌରବ, ହୃତ ସମ୍ମାନ ପୁନଶ୍ଚ ପ୍ରତ୍ୟାବର୍ତ୍ତନ କରିବ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କର ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ ଗାୟତ୍ରୀ ।
ମିଥୁନ : ଦିବା ୧୧ଘ ୧୫ ମିନିଟ୍ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ରଯୋଗୁ ସେହି ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ କ୍ଷତି, ପରିବହନ ବ୍ୟବସାୟରେ ବିପର୍ଯ୍ୟୟ, କର୍ମରେ ବିଫଳତା, ପରିବାରରେ ମନୋମାଳିନ୍ୟ, ଏବଂ ଶାରୀରିକ ପୀଡ଼ା ଭୋଗ କରିବେ । ଏହାପରେ ପଞ୍ଚମ ଚନ୍ଦ୍ର ଯୋଗୁ ଦୁଃଖ, ଶୋକ, ମାନସିକ ଅବସାଦ, ପାରିବାରିକ ଅଶାନ୍ତିରୁ ମୁକ୍ତି ମିଳିବ ଏବଂ ଯଶ, ସମ୍ମାନ,ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ସନ୍ତାନ ମାନଙ୍କ ଶିକ୍ଷା, କର୍ମ ନିଯୁକ୍ତି ଓ କର୍ମକୁ ନେଇ ପ୍ରଶଂସିତ ହେବେ ଏବଂ ପିତାମାତାଙ୍କର କୃପାଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଆର୍ଦ୍ରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।
କର୍କଟ : ଦିବା ୧୧ଟା ୧୫ ମିନିଟ୍ ପର୍ଯ୍ୟନ୍ତ ତୃତୀୟ ଚନ୍ଦ୍ର ଯୋଗୁ ସେହି ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ । ଏହା ପରେ ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଶାରୀରିକ ପୀଡ଼ା ଭୋଗ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ପଦସ୍ଥ ଅଫିସରଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୧, ଆରାଧନା : ମା’ ସମଲେଶ୍ୱରୀ ।
ସିଂହ : ଦ୍ୱିତୀୟ ଓ ତୃତୀୟ ଚନ୍ଦ୍ର, ଗୁରୁବାର ଓ ମଙ୍ଗଳଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟରେ,କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପଡ଼ୋଶୀ ଓ ଭାଇଭଉଣୀଙ୍କ ସହଯୋଗ ମିଳିବ । ସୁସମ୍ବାଦ, ସୁଖବର ମିଳିବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା : ଶ୍ରୀଚନ୍ଦ୍ର ଓ ଦ୍ୱିତୀୟଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ । ଆୟର ମାର୍ଗ ଅତିଉତ୍ତମ ରହିବ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ନୂତନ ବ୍ୟବସାୟ ଆରମ୍ଭ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ ଏବଂ ସେଥିରେ ସଫଳତା ପାଇଁ ପ୍ରଚେଷ୍ଟା ଜାରି ରଖିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସମସ୍ତକର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁ ମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଚକୋଲେଟ୍, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା : ଘାତବାର, ଦିବା ୧୧ଟା ୧୫ ମିନିଟ୍ ପର୍ଯ୍ୟନ୍ତ ଦ୍ୱାଦଶଚନ୍ଦ୍ର ଯୋଗୁ ସେହି ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ କ୍ଷତି, ମନରେ ଅସ୍ଥିରତା, କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଏହା ପରେ ଶ୍ରୀଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶରୁ ମୁକ୍ତି ମିଳିବ ଏବଂ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଲୋପ୍ ପାଇବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ପଡ଼ୋଶୀଙ୍କ ସହ ସଦ୍ଭାବ ପ୍ରତିଷ୍ଠା ହେବ । ଚାଳିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ସ୍ୱାତୀ ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।
ବିଛା : ଦିବା ୧୧ଟା ୧୫ ମିନିଟ୍ ପର୍ଯ୍ୟନ୍ତ ଏକାଦଶ ଚନ୍ଦ୍ର ଯୋଗୁ ସେହି ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟ ଓ କର୍ମରେ କିଛିଟା ସଫଳତା ମିଳିବ । ଏହା ପରେ ଦ୍ୱାଦଶଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ଠିକ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ପ୍ରଭୁସ୍କନ୍ଦ ।
ଧନୁ : ଦଶମ ଓ ଏକାଦଶ ଚନ୍ଦ୍ର, ସପ୍ତମୀତିଥି, ଗୁରୁବାର ଓ ମଙ୍ଗଳଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ। ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ସମସ୍ତ ଈପ୍ସିତ ପଦାର୍ଥ ହାତ ପାଆନ୍ତାରେ ଉପଲବ୍ଧ ହେବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୭, ଆରାଧନା : ମା’ ତାରା ।
ମକର : ନବମ ଓ ଦଶମଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ଗୃହାରମ୍ଭ, ଭୂମିପୂଜା, ଗୃହପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ଶୁଭକର୍ମରେ ଯୋଗ ଦେବେ । ମନରେ ପ୍ରସନ୍ନତା, ଚାଳିଚଳନରେ ସଂଯମତା ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତକର୍ମରେ ଆପଣଙ୍କର କର୍ମ କୁଶଳତା ଓ କର୍ମ ତତ୍ପରତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ଘାତବାର ଓ ଦିବା ୧୧ଟା ୧୫ ମିନିଟ୍ ପର୍ଯ୍ୟନ୍ତ ଅଷ୍ଟମ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ କୌଣସି କର୍ମ ଆରମ୍ଭ କରିବା ପୂର୍ବରୁ ସତର୍କତା ଅବଲମ୍ବନ କରିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି, କର୍ମରେ ବିଫଳତା, ପରିବାରରେ ଅଶାନ୍ତି ଏବଂ ସ୍ୱଜନରେ ବିବାଦ ଦେଖାଦେବ । ଏହା ପରେ ନବମ ଚନ୍ଦ୍ରଯୋଗୁ ସମସ୍ତ କର୍ମରେ, ବ୍ୟବସାୟରେ ଶୁଭଫଳ ମିଳିଲେ ମଧ୍ୟ ଘାତବାର ଯୋଗୁ ମନ ବିଷାଦଗ୍ରସ୍ତ ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।
ମୀନ : ଦିବା ୧୧ଟା ୧୫ ମିନିଟ୍ ପର୍ଯ୍ୟନ୍ତ ସପ୍ତମ ଚନ୍ଦ୍ର ଯୋଗୁ ସେହି ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ । ଏହାପରେ ଅଷ୍ଟମଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ମନ ଅସ୍ଥିର ରହିବ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭୫, ଆରାଧନା : ମା’ ଧୂମାବତୀ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ ୯୪୩୭୧୩୩୪୭୩