ପ୍ରମୂଖ ଖବର
  • ମୋହନା : ୧୦୪ କେଜି ଗଞ୍ଜେଇ ଜବତ, ୨ ଗିରଫ
  • ||
  • CHSE ପରୀକ୍ଷା ପାଟର୍ଣ୍ଣରେ ପରିବର୍ତ୍ତନ, ୮୦ ରୁ ୨୪ ରଖିଲେ ହେବେ ପାସ୍‌
  • ||
  • ପ୍ରକାଶ ପାଇଲା OTET ରେଜଲ୍ଟ, ୱେବ୍‌ସାଇଟ୍‌ରେ ଦେଖି ପାରିବେ ପରୀକ୍ଷା ଫଳ
  • ||
  • ଲମତାପୁଟରେ ଅପରେସନ୍‌ ଗ୍ରୀନ୍‌ କ୍ଲିନ୍‌, ୩୮ଏକର ଜମିରୁ ଗଞ୍ଜେଇ ଚାଷ ନଷ୍ଟ
  • ||
  • କରମଡ଼ିହି ଗଣହତ୍ୟା ମାମଲା, ୨୪ ଦିନ ପରେ ୭ ଅଭିଯୁକ୍ତ ଗିରଫ
  • ||
  • ରାତି ପାହିଲେ ପ୍ରଥମାଷ୍ଟମୀ, ହଳଦୀପତ୍ର ମହକୁଛି ବଜାର
  • ||
  • କୋରାପୁଟ: ବାଇକ୍‌ ଚାଳକଙ୍କ ଉପରେ ଚଢିଗଲା ଟ୍ରକ୍‌: ୪ ମୃତ
  • ||
  • ଓଡ଼ିଶାର ୩ କଳାକାରଙ୍କୁ ଉସ୍ତାଦ ବିସ୍‌ମିଲ୍ଲା ଖାନ୍‌ ଯୁବ ପୁରସ୍କାର,ଆଜି ନୂଆଦିଲ୍ଲୀରେ ପୁରସ୍କାର ପ୍ରଦାନ କରାଯିବ
  • ||
  • ମୁଲୁଗୁରେ ନକ୍ସଲଙ୍କ ବର୍ବର କାଣ୍ଡ: ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ନିର୍ମମ ହତ୍ୟା
  • ||
  • ଓଡ଼ିଶା ପର୍ବ-୨୦୨୪: ନୂଆଦିଲ୍ଲୀରେ ଝଲସିବ ଓଡ଼ିଆ କଳା, ସଂସ୍କୃତି, ଯୋଗଦେବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ବହୁ କେନ୍ଦ୍ରମନ୍ତ୍ରୀ
  • ||
  • ଲମତାପୁଟ : ୬୦ କେଜି ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବର୍ଡର-ଗାଭାସ୍କର ଟ୍ରଫି:ଅଷ୍ଟ୍ରେଲିଆଠୁ ଟସ୍ ଜିତି ଟିମ୍ ଇଣ୍ଡିଆର ବ୍ୟାଟିଂ ନିଷ୍ପତ୍ତି, ପେସରଙ୍କ ସ୍ୱର୍ଗରେ ବ୍ୟାଟରଙ୍କ ପାଇଁ ପରୀକ୍ଷା
  • ||

ଡିସେମ୍ବର ୧ ରୁ ୩୫ତମ କୋଣାର୍କ ଉତ୍ସବ, ଚନ୍ଦ୍ରଭାଗାରେ ଝଲସିବ ଅନ୍ତର୍ଜାତୀୟ ବାଲୁକା କଳା...

କୋଣାର୍କ,୧୮।୧୧ ଡ଼ିସେମ୍ବର ୧ ରୁ ୫ ତାରିଖ ପର୍ଯ୍ୟନ୍ତ  ୩୫ତମ କୋଣାର୍କ ଉତ୍ସବ ଓ ଚନ୍ଦ୍ରଭାଗାରେ ୧୪ ତମ ଅନ୍ତର୍ଜାତୀୟ ବାଲୁକା କଳା ଉତ୍ସବ ଅନୁଷ୍ଠିତ ହେବ। ଏନେଇ ସୋମବାର ଅପରାହ୍ନରେ ଯାତ୍ରୀନିବାସ ସମ୍ମିଳନୀ କକ୍ଷରେ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ପର୍ଯ୍ୟଟନ ସଚିବ ବଲଓ୍ବନ୍ତ ସିଂ, ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ପୁରୀ ଏସପି ବିନୀତ ଅଗ୍ରଓ୍ଵାଲ, ପର୍ଯ୍ୟଟନ ନିର୍ଦେଶକ ସମର୍ଥ ବର୍ମା, ପର୍ଯ୍ୟଟନ ବିଭାଗ ସହ ନିର୍ଦ୍ଦେଶକ ବିଶ୍ବଜିତ ରାଉତରାୟ ପ୍ରମୁଖ ଯୋଗଦେଇଥିଲେ । ମୁକ୍ତାକାଶ ରଙ୍ଗମଞ୍ଚରେ ଓଡିଶୀ, କୁଚିପୁଡ଼ି, କଥକ, ମଣିପୁରୀ, ମୋହିନୀ ଆଟ୍ଟମ ଭାରତନାଟ୍ୟମ ନୃତ୍ୟ ପ୍ରଦର୍ଶନ ଓ ଚନ୍ଦ୍ରଭାଗା ବେଳାଭୂମିରେ ଆମେରିକା, ରୁଷିଆ, ଅଷ୍ଟ୍ରେଲିଆ, ଶ୍ରୀଲଙ୍କା, ଚେକ ରିପ୍ଲବିକ ଦେଶ ସମେତ ଭାରତର ବିଭିନ୍ନ ରାଜ୍ୟରୁ ଶତାଧିକ ବାଲୁକା ଶିଳ୍ପୀଙ୍କ ବାଲୁକା କଳା ପ୍ରଦର୍ଶନ ହେବ । 

ସେହିଭଳି ହେଲିପ୍ୟାଡ଼ରେ ୩ଟି ଅପେରା ପାର୍ଟି,ମୀନାବଜାର, ଚନ୍ଦ୍ରଭାଗା ମେଳାପଡିଆରେ ହସ୍ତଶିଳ୍ପ ପ୍ରଦର୍ଶନୀ ଆୟୋଜିତ ହେବ। କୋଣାର୍କରେ ଟ୍ରାଫିକ ଓ ସୁରକ୍ଷା ବ୍ୟବସ୍ତାକୁ ଅଧିକ ଗୁରୁତ୍ୱ ଦିଆଯାଇଛି । ଉତ୍ସବ ସମୟରେ ସୁରକ୍ଷା, ପାର୍କିଂ, ପାନୀୟ ଜଳ ବ୍ୟବସ୍ଥା, ଆଲୋକ ବ୍ୟବସ୍ତା,ଏଏସଆଇ ଆଦି ବିଭିନ୍ନ ବିଭାଗକୁ ସୁଚାରୁରୂପେ କାର୍ଯ୍ୟ ତୁଲାଇବା ପାଇଁ ନିର୍ଦେଶ ଦିଆଯାଇଥିଲ । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସନ୍ତୋଷ ସେଠୀ, କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମୀୟ କୁମାର ସେଠୀ, କୋଣାର୍କ ଉତ୍ସବ ସହିତ ଜଡିତ ସମସ୍ତ ବିଭାଗୀୟ ଅଧିକାରୀ, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.