ପ୍ରମୂଖ ଖବର
  • ଯାଜପୁର: ଟ୍ରକ୍‌ ପଛପଟୁ ପିଟିଲା ଦେଲା କାର୍; ଦମ୍ପତି ମୃତ, ୫ ଗୁରୁତର
  • ||
  • ଶ୍ରୀମନ୍ଦିରରେ ଅନବସର ସେବା, ଆଜି ମହାପ୍ରଭୁଙ୍କ ଘଣା ଲାଗ ନୀତି
  • ||
  • ଗୁରୁବାରଠୁ ସଚିବାଳୟରେ ବସିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ତୃତୀୟ ମହଲାରୁ କାର୍ଯ୍ୟ କରିବେ
  • ||
  • ଜୁଲାଇ ୧୭ ଯାଏ ରାଜ୍ୟରେ ନିଅଣ୍ଟିଆ ବର୍ଷା ଆଶଙ୍କା: ତିନି ଦିନ ପ୍ରବଳ ବର୍ଷା, ୪ ଜିଲ୍ଲାକୁ ଆଲର୍ଟ
  • ||
  • ଭାରତ ପହଞ୍ଚିଲା ଟି-୨୦ ବିଶ୍ବବିଜେତା ଟିମ୍ ଇଣ୍ଡିଆ, ଏୟାରପୋର୍ଟରେ ଭବ୍ୟ ସ୍ବାଗତ୍
  • ||

ନୂଆ ଆୟକରକୁ ବିରୋଧ କରି ବିଦ୍ରୋହ ଘଟଣା,୩୯ ମୃତ

ନୂଆଦିଲ୍ଲୀ,୨/୭:  କେନିଆରେ ନୂଆ ଆୟକରକୁ ବିରୋଧ କରି ବିଦ୍ରୋହ । ତେବେ ଏହି ସରକାରୀ ବିରୋଧୀ ଆନ୍ଦୋଳନରେ ୩୯ ଜଣଙ୍କର ମୃତ୍ୟୁ ହୋଇଛି । ୩୬୦ରୁ ଅଧିକ ଜଣ ଗୁରୁତର ହୋଇଛନ୍ତି । ୩୨ଟି ମାମଲାରେ ୬୨୭ ଆନ୍ଦୋଳନକାରୀଙ୍କୁ ଗିରଫ କରାଯାଇଛି । ଏନେଇ କେନିଆ ନ୍ଯାସନାଲ କମିଶନ ଅନ ହ୍ଯୁମାନ ରାଇଟ୍ସଙ୍କ ତରଫରୁ ସୂଚନା ଦିଆଯାଇଛି । ଦେଶରେ ବ୍ଯାପକ ସଙ୍କଟ ଜାରି ରହିଥିବାବେଳେ କେନିଆ ସରକାର ଏକ ବିବାଦୀୟ ଫାଇନାନ୍ସ ବିଲକୁ ଅନୁମୋଦନ କରିଥିଲେ । ଏହା କାର୍ଯ୍ୟକାରୀ ହେଲେ ଦେଶରେ ଟିକସ ବୃଦ୍ଧି ପାଇବ । ଯାହାକୁ ସାରା ଦେଶରେ ବିରୋଧ କରାଯାଉଛି ।

ତେବେ ୟୁକ୍ରେନ ଯୁଦ୍ଧ ପରଠାରୁ ଦେଶରେ ଅର୍ଥନୈତିକ ସ୍ଥିତି ଅତ୍ଯନ୍ତ ଘନୀଭୂତ ହୋଇଛି। ଏହି ଟିକସ ଜରିଆରେ ସରକାର ଅତିରିକ୍ତ ୨.୭ ବିଲିୟନ ଡଲାର ସଂଗ୍ରହ କରିବାକୁ ଚାହୁଁଥିଲେ । ଗୋଟିଏ ପଟେ ମରୁଡି ସ୍ଥିତି ଥିବାବେଳେ ଅନ୍ଯପଟେ ରନ୍ଧନ ତେଲ, ପାଉଁରୁଟି, କାର ଆଦି ଉପରେ ଅଧିକ କର ପ୍ରସ୍ତାବ ରହିଥିଲା। ଯାହାକୁ ବିରୋଧ କରି ଆନ୍ଦୋଳନକୁ ଜୋରଦାର କରିବା ସହ ହିଂସାତ୍ମକ ପନ୍ଥା ଆପଣାଇଥିଲେ ଲୋକେ । ଏପରିକି ଲୋକମାନେ ପାର୍ଲାମେଣ୍ଟ ମଧ୍ୟ ଜାଳିଦେଇଥିଲେ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.