ପ୍ରମୂଖ ଖବର
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ଉତ୍ତରପ୍ରଦେଶର ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୪ ମୃତ

ନୂଆଦିଲ୍ଲୀ,୧୭/୦୯: ଉତ୍ତରପ୍ରଦେଶରେ ଅଘଟଣ। ବାଣ ଫ୍ୟାକ୍ଟ୍ରିରେ  ବିସ୍ଫୋରଣ । ଫଳରେ ଚାଲିଗଲା ୪ ଜଣଙ୍କ ଜୀବନ। ୬ରୁ ଅଧିକ ଲୋକ ଆହତ ମଧ୍ୟ ହୋଇଛନ୍ତି । ତେବେ ଉତ୍ତରପ୍ରଦେଶର ଫିରୋଜାବାଦରେ ଘଟିଛି ଏଭଳି କିଛି ଭୟଙ୍କର ବିସ୍ଫୋରଣ । ଯାହାକୁ ନେଇ ପୂରା ଅଞ୍ଚଳରେ ଆତଙ୍କ ଖେଳି ଯାଇଛି । ତେବେ ଗତକାଲି ରାତି ପ୍ରାୟ ୧୦ଟା ବେଳେ ହଠାତ ବାଣ ଗୋଦାମରେ ନିଆଁ ଲାଗିବା ପରେ ଭୟଙ୍କର ବିସ୍ଫୋରଣ ହୋଇଥିଲା । ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ,ଗୋଦାମ ଚାରିପାଖରେ ଥିବା ୧୨ରୁ ଅଧିକ ଘର କ୍ଷତିଗ୍ରସ୍ତ ହୋଇଛି । ଘର ଗୁଡ଼ିକର ଛାତ ଉଡ଼ି ଯାଇଛି ଏବଂ କାନ୍ଥ ମଧ୍ୟ ଭୁଶୁଡ଼ି ପଡ଼ିଛି । ଏଥିରେ ପ୍ରାୟ ୪ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସେହିପରି ୬ଜଣ ଗୁରୁତର ଅଛନ୍ତି । ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ସ୍ଥାନୀୟ ଲୋକଙ୍କ କହିବା ମୁତାବକ, ନୌଶହେରା ଗରେ ବାଣ ବ୍ୟବସାୟ ବର୍ଷ ବର୍ଷ ଧରି ଚାଲିଆସୁଛି । ଏହା ପୂର୍ବରୁ ମଧ୍ୟ ଛୋଟ ମୋଟ ଦୁର୍ଘଟଣା ଘଟିଛି । କିନ୍ତୁ ଏହି ବିସ୍ଫୋରଣ ଏପର୍ଯ୍ୟନ୍ତର ସବୁଠାରୁ ଭୟଙ୍କର ବୋଲି କୁହାଯାଉଛି । ସେପଟେ ସୂଚନା ମିଳିବା ପରେ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ଆଇଜି ଜୋନ୍ ଆଗ୍ରା ମଧ୍ୟ ପରିସ୍ଥିତିକୁ ଅନୁଧ୍ୟାନ କରିବା ପାଇଁ ଘଟଣାସ୍ଥଳରେ ପହଞ୍ଚିଥିଲେ। ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା । ଧ୍ୱଂସାବଶେଷ ତଳେ ଦବି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅଧିକାଂଶଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି । ତେବେ ବିନା ଲାଇସେନ୍ସରେ ବେଆଇନ ଭାବେ ଏଠାରେ ବାଣ ଗୋଦାମ ଚାଲିଥିଲା । ଆବାସିକ ଅଞ୍ଚଳରେ ଏହିପରି ଗୋଦାମର ଲାଇସେନ୍ସ ଦିଆ ଯାଇନଥାଏ । ତେଣୁ ଏହି ପ୍ରସଙ୍ଗରେ ନିଶ୍ଚିତ ଭାବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ଆଗ୍ରା ରେଞ୍ଜ ଆଇଜି ଦୀପକ କୁମାର ସୂଚନା ଦେଇଛନ୍ତି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.