ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ବାରିପଦାରେ ଗଣେଶ ଭସାଣି ବେଳେ ଅଘଟଣ, ସୁବର୍ଣ୍ଣରେଖା କେନାଲରେ ଭାସିଗଲେ ୪ ଛାତ୍ର

ବାରିପଦା,୧୩/୦୯: ଗଣେଶ ମୂର୍ତ୍ତି ଭସାଇବାକୁ ଯାଇ ସୁବର୍ଣ୍ଣରେଖା କେନାଲରେ ଭାସିଗଲେ ୪ ଛାତ୍ର । ୨ ଜଣଙ୍କୁ ଅଗ୍ନିଶମ ବିଭାଗ ଉଦ୍ଧାର କରିଥିବା ବେଳେ ଆଉ ୨ ଜଣ ନିଖୋଜ ଅଛନ୍ତି । ମୟୁରଭଞ୍ଜ ଜିଲ୍ଲା ଭଞ୍ଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀପୋଷି ନିକଟସ୍ଥ ସୁବର୍ଣ୍ଣରେଖା କେନାଲରେ ଏଭଳି ଅଘଟଣ  ଘଟିଛି । 

ସୂଚନା ମୁତାବକ, ସ୍ଥାନୀୟ ଅଞ୍ଚଳର ଏକ ମେସ୍‌ରୁ  ୪ ଜଣ ଛାତ୍ର ଗଣେଶ ମୂର୍ତ୍ତି ଭସାଇବା ପାଇଁ ସୁବର୍ଣ୍ଣରେଖା କେନାଲକୁ ଯାଇଥିଲେ । ଏହି ସମୟରେ କେନାଲରେ ଅଧିକ ପାଣି ଥିବାରୁ ଭାରସାମ୍ୟ ହରାଇ ୪ ଜଣ ଛାତ୍ର କେନାଲରେ ଭାସି ଯାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ତାଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିଥିଲେ । ଏଥି ସହିତ ଅଗ୍ନିଶମ ବାହିନୀ ଏବଂ ପୋଲିସକୁ ମଧ୍ୟ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଉଭୟ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । କେନାଲ ଭିତରେ ଖୋଜା ଖୋଜି କରିବା ପରେ ଦୁଇ ଜଣଙ୍କୁ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ । ଉଦ୍ଧାର ହୋଇଥିବା ଦୁଇ ଛାତ୍ରଙ୍କୁ ପିଆରଏମ୍ ମେଡ଼ିକାଲ କଲେଜରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି l ତେବେ ଆଉ ଦୁଇ ଜଣଙ୍କ ପତ୍ତା ଏପର୍ଯ୍ୟନ୍ତ ମିଳିପାରିନାହିଁ । ଘଟଣାସ୍ଥଳରେ ଉଭୟ ପୋଲିସ ଏବଂ ଅଗ୍ନିଶମ ବାହିନୀ ଉପସ୍ଥିତ ରହି ସର୍ଚ୍ଚ ଅପେରେସନ୍ ଜାରି ରଖିଛନ୍ତି । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.