ପ୍ରମୂଖ ଖବର
  • କଟକରେ ୩ ଜଣ ପାକିସ୍ତାନୀ ଚିହ୍ନଟ, ସମସ୍ତଙ୍କୁ କମିଶନରେଟ ପୋଲିସ ପକ୍ଷରୁ ନୋଟିସ ଜାରି
  • ||
  • ଏପ୍ରିଲ ୨୯ ରୁ ବନ୍ଦ ରହିବ ରତ୍ନଭଣ୍ଡାର ମାରାମତି କାର୍ଯ୍ୟ, ଜରୁରୀ ବୈଠକରେ ନିଆଗଲା ନିଷ୍ପତ୍ତି
  • ||
  • ନବ ଦାସ ହତ୍ୟା ମାମଲା: ଗୋପାଳଙ୍କ ପତ୍ନୀଙ୍କ ପରେ ଚିକିତ୍ସା କରୁଥିବା ଡାକ୍ତରଙ୍କୁ ଜେରା କରିବ କ୍ରାଇମବ୍ରାଞ୍ଚ
  • ||
  • ଓଡ଼ିଶାରେ ୧୨ଜଣ ପାକିସ୍ତାନୀ ନାଗରିକ, ରାଜଧାନୀରେ ଅଛନ୍ତି ଜଣେ ମହିଳା: ଦେଶ ଛାଡ଼ିବା ପାଇଁ ନୋଟିସ୍‌
  • ||
  • ବାଙ୍କୀ : ମଦ୍ୟପ ବରଯାତ୍ରୀଙ୍କ ଲଙ୍କାକାଣ୍ଡ, ଖଣ୍ଡା ଧରି ଗୋଡ଼ାଇଲେ ହାଣିବାକୁ
  • ||
  • ବଳରାମପୁର ଗାଁରେ ଅଘଟଣ: ନଡ଼ିଆ ଗଛ ଭାଙ୍ଗି ପଡ଼ିବାରୁ ଚାଲିଗଲା ମହିଳାଙ୍କ ଜୀବନ, ୪ ଗୁରୁତର
  • ||
  • OAS ସ୍ତରରେ ଛୋଟ ଧରଣର ଅଦଳବଦଳ, ବଦଳିଲେ ୧୧ ଓଏଏସ୍‌ ଅଫିସର
  • ||
  • ସୁନ୍ଦରଗଡ଼ : ଟ୍ରକ୍‌କୁ ଧକ୍କା ଦେଲା ହାଇୱା, ଜଣେ ମୃତ
  • ||
  • ଶନିବାର ରୋଜଗାର ମେଳା: ଭୁବନେଶ୍ୱର ସମେତ ଦେଶର ୪୭ଟି ସ୍ଥାନରେ ଆୟୋଜନ, ଉଦଘାଟନ କରିବେ ମୋଦି
  • ||
  • ରାଜ୍ୟରେ ତତାଇବ ତାତି, ଆଜି ୪ ଜିଲ୍ଲାକୁ ଗ୍ରୀଷ୍ମପ୍ରବାହ ଆଲର୍ଟ, ଉପକୂଳରେ ଗୁଳୁଗୁଳି, ରବିବାରଠୁ ବର୍ଷା
  • ||
  • କୋଣାର୍କ ବସ୍‌ ଷ୍ଟାଣ୍ଡରେ ଜଳିଗଲା ୨ଦୋକାନ, କାରଣ ଅସ୍ପଷ୍ଟ
  • ||

ଅଜା ଘରକୁ ଆସି ନିଖୋଜ ହୋଇଥିଲେ ୪ ବର୍ଷ ଶିଶୁକନ୍ୟା, ନିର୍ମାଣାଧୀନ ଘରୁ ମିଳିଲା ମୃତଦେହ

Published By : Harapriya Sethi | April 26, 2025 12:00 PM

ଭୁବନେଶ୍ୱର,୨୬/୦୪: ରାଜ୍ୟରେ ବଢୁଛି ମହିଳା ବିରୋଧୀ ଅପରାଧ । ବିପଦରେ ଶିଶୁ, ନାବାଳିକା, ଯୁବତୀଙ୍କ ଜୀବନ । ପ୍ରତିଦିନ ନାବାଳିକା, ଶିଶୁକନ୍ୟା ଦୁଷ୍କର୍ମ ଖବର ସାମ୍ନାକୁ ଆସୁଛି । ଗଞ୍ଜାମରେ କୁନି ଝିଅକୁ ଦୁଷ୍କର୍ମ ପରେ ହତ୍ୟା ପରି ଆସିଛି ସଂଗୀନ ଅଭିଯୋଗ । ଦୁନିଆକୁ ଭଲରେ ଚିହ୍ନିବା ପୂର୍ବରୁ ଦୁଷ୍କର୍ମର ଶିକାର ହୋଇ ଜୀବନ ହାରିଛି ୪ ବର୍ଷର ଶିଶୁ କନ୍ୟା ।

ସୂଚନା ମୁତାବକ, ପାଟକୁରା ଥାନା ଅଞ୍ଚଳର ଶିଶୁ କନ୍ୟା ଅଜା ଘରକୁ ଯାତ୍ରା ଦେଖିବାକୁ ଆସିଥିଲା । ଶୁକ୍ରବାର ଠାରୁ ନିଖୋଜ ହୋଇଥିଲା । ପରିବାର ଲୋକ ବହୁ ଖୋଜାଖୋଜି କରିଥିଲେ ହେଲେ କୁନି ଝିଅର ପତ୍ତା ମିଳିନଥିଲା । ଶନିବାର ଏକ ନିର୍ମାଣାଧୀନ ଘରୁ ଝିଅର ମୃତଦେହ ଉଦ୍ଧାର ହୋଇଛି । ଏନେଇ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା ପାଟକୁରା ଥାନା ପୋଲିସ । ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି । ଶିଶୁ କନ୍ୟାକୁ କିଏ ଏପରି ଅମାନୁଷିକ ଭାବରେ ଦୁଷ୍କର୍ମ କରି ହତ୍ୟା କରିଛି ତାହା ଜଣାପଡିନି । ଅପରାଧୀଙ୍କୁ ଧରିବାକୁ ଛାନ୍‌ଭିନ୍‌ ଚଳାଇଛି ପୋଲିସ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.