ପ୍ରମୂଖ ଖବର
  • ICCର ଗ୍ରୀନ୍ ସିଗନାଲ: ୩୪ ଓଭର ପରେ ଗୋଟିଏ ବଲ୍, ୫ ବ୍ୟାକଅପ୍ ପ୍ଲେୟାର, କ୍ରିକେଟରେ ବଦଳିବ ନିୟମ
  • ||
  • 'ଆତଙ୍କୀ ନାରୀ ଶକ୍ତିକୁ ଚ୍ୟାଲେଞ୍ଜ କରିଥିଲେ, ସେମାନଙ୍କ ବିନାଶ ହେଲା': ପ୍ରଧାନମନ୍ତ୍ରୀ
  • ||
  • ଗ୍ରାମାଞ୍ଚଳ ଛାତ୍ରଛାତ୍ରୀଙ୍କ ପାଇଁ ଫ୍ରି ପବ୍ଲିକ ଟ୍ରାନ୍ସପୋର୍ଟ ସେବା ଦେବାକୁ କଂଗ୍ରେସର ଦାବି, ଜୁନ୍ ୧୦ ସୁଦ୍ଧା କାର୍ଯ୍ୟକାରୀ ନହେଲେ ଆନ୍ଦୋଳନ
  • ||
  • ଉତ୍ତରପୂର୍ବ ରାଜ୍ୟରେ ପ୍ରକୃତି କୋପ; ଘରେ ପଶିଲା ପାଣି- ବୁଡ଼ିଲା ଗାଡ଼ି, ୩ ମୃତ
  • ||
  • କରୋନା ଆତଙ୍କ; ରାଜଧାନୀରେ ପ୍ରଥମ ମୁଣ୍ଡ ନେଲା ନୂଆ ଭାରିଏଣ୍ଟ, ୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଶିଆଳି ନିକଟରେ କୂଳ ଲଙ୍ଘିଲା ସମୂଦ୍ର, ବଜାର ଏବଂ ଜନ ବନତିରେ ମାଡ଼ିଗଲା ପାଣି
  • ||
  • ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୪ ଟି ସ୍ଥାନରେ ଚଢାଉ
  • ||
  • ମୟୂରଭଞ୍ଜ : ବାଙ୍ଗିରିପୋଷିରୁ ଚୋରି ଗାଡି ଝାଡଖଣ୍ଡରୁ ଉଦ୍ଧାର, ଜଣେ ଗିରଫ
  • ||
  • 'ଆମେ କଥା ହେଲୁ ଯୁଦ୍ଧ ରୋକିଲା'; ଭାରତ-ପାକିସ୍ତାନ ସିଜଫାୟାରକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ
  • ||
  • ଗଞ୍ଜାମ : ଗୁହାଳରେ ଅଗ୍ନିକାଣ୍ଡ, ୧୫ ରୁ ଉର୍ଦ୍ଧ୍ୱ ଛେଳି ଏବଂ ମେଣ୍ଢା ଜୀବନ୍ତ ଦଗ୍ଧ
  • ||
  • ଟ୍ରମ୍ପଙ୍କ ବଡ଼ ଘୋଷଣା; ଚୀନ୍‌ ଷ୍ଟିଲ ଉପରେ ଡବଲ୍ ଟାରିଫ୍‌, ଜୁନ୍‌ ୪ରୁ ଲାଗୁ
  • ||
  • ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସହ ମା' ପାର୍ବତୀଙ୍କ ବିବାହ ସମ୍ପନ୍ନ, ଆଜି ରାତି ୧୦ଟାରେ ଶୀତଳ ଷଷ୍ଠୀ ଶୋଭାଯାତ୍ର
  • ||
  • କେନ୍ଦୁଝର: ପାରିବାରିକ କଳହର କରୁଣ ପରିଣତି, ବେକରେ ଫାଶୀ ଲଗାଇ ଝୁଲିପଡ଼ିଲେ ଦମ୍ପତି
  • ||
  • ଦୁର୍ବଳ ହେଉଛି ଅବପାତ: ଆଜି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ସପ୍ତାହେ ଯାଏ ବିଶେଷ ବର୍ଷା ନାହିଁ
  • ||

୪୧ କିଲୋ ଗଞ୍ଜେଇ ଜବତ, ମାଫିଆ ଚମ୍ପଟ

Published By : Harapriya Sethi | May 26, 2025 12:19 PM

ମୋହନା,୨୬/୦୬: ଗଜପତି ଜିଲ୍ଲା ମୋହନା ଥାନା ଚନ୍ଦ୍ରଗିରି ଫାଣ୍ଡି ଅନ୍ତର୍ଗତ ସୁଲୁବା-ନୂଆସାହି-ବାଘମାରି ରାସ୍ତାରେ ୪୧କିଲୋ ଗଞ୍ଜେଇ ଜବତ କରିଛି ପୁଲିସ । ହେଲେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ୨ଜଣ ମାଫିଆ ଘଟଣାସ୍ଥଳରୁ ଚମ୍ପଟ ମାରିଛନ୍ତି । ଏନେଇ ଥାନା ଅଧିକାରୀ ବସନ୍ତ ସେଠୀ ସୂଚନା ଦେଇଛନ୍ତି । 

ପୁଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ରବିବାର ସନ୍ଧ୍ୟାରେ ଥାନା ଅଧିକାରୀଙ୍କ ତତ୍ୱାବଧାନରେ ଚନ୍ଦ୍ରଗିରି ଫାଣ୍ଡି ଅଧିକାରୀ ସୁନିଲ ସେଠୀଙ୍କ ନେତୃତ୍ୱରେ ବାଘମାରି ଅଞ୍ଚଳରେ ପାଟ୍ରୋଲିଂ ଚାଲିଥିଲା । ଏହି ସମୟରେ ସୁଲୁବା- ନୂଆସାହି ଓ ବାଘମାରି ରାସ୍ତାର ଏକ କଲଭର୍ଟ ନିକଟରେ ୨ଜଣ ଯୁବକ ଠିଆ ହୋଇଥିଲେ । ସେମାନଙ୍କ ନିକଟରେ ବଡ଼ ବସ୍ତା ଥିବା ଦେଖି ପୁଲିସ ସନ୍ଦେହ କରି ଚଢ଼ାଉ କରିଥିଲେ । ପୁଲିସକୁ ଦେଖି ୨ଜଣ ଯୁବକ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ । ପୁଲିସ ଉକ୍ତ ବସ୍ତାକୁ ଯାଞ୍ଚ କରିବା ପରେ ୪୧କିଲୋ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଜଣାପଡିଥିଲା । ଉକ୍ତ ଗଞ୍ଜେଇ ଜବତ କରି ତଦନ୍ତ ଚଳାଇଛି ପୁଲିସ । ତେବେ ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୪ଲକ୍ଷ ଟଙ୍କା ହେବ । ଖୁବ୍ ଶୀଘ୍ର ଗଞ୍ଜେଇ ଚୋରା ଚାଲାଣରେ ସମ୍ପୃକ୍ତ ବ୍ୟକ୍ତିକୁ ଗିରଫ କରାଯିବ ବୋଲି କହିଛନ୍ତି ଥାନା ଅଧିକାରୀ ବସନ୍ତ ସେଠୀ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.