ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ସରୋଜିନୀ ସାହୁ ପାଇବେ ୪୫ତମ ଶାରଳା ପୁରସ୍କାର

ଭୁବନେଶ୍ୱର, ୨୦/୯ : ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ପ୍ରତି ବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ (ଇମ୍ପାକ୍ଟ) ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତ ବର୍ଷ ବିଶିଷ୍ଟ ବାମାବାଦୀ ଲେଖିକା ସରୋଜିନୀ ସାହୁଙ୍କୁ ପ୍ରଦାନ କରାଯିବ। ୨୦୧୯ ମସିହାରେ ସୃଜନ ଇଣ୍ଡିଆ ଦ୍ୱାରା ପ୍ରକାଶିତ ତାଙ୍କ ଉପନ୍ୟାସ ‘ଅସ୍ଥିର ପାଦ’ ପାଇଁ ସେ ଏହି ପୁରସ୍କାର ଲାଭ କରିବେ। ଆଗାମୀ ଅକ୍ଟୋବର ୨୬ ତାରିଖରେ ଏକ ବର୍ଣ୍ଣାଢ଼୍ୟ ସାରସ୍ୱତ ସମାବେଶରେ ଲେଖକଙ୍କୁ ଉତ୍ତରୀୟ, ସମ୍ମାନପତ୍ର, ଫଳକ ସହିତ ପାଞ୍ଚଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ।

ସରୋଜିନୀ ସାହୁଙ୍କ ‘ଅସ୍ଥିର ପାଦ’ ସହିତ ଚୂଡ଼ାନ୍ତ ପର୍ଯ୍ୟାୟ ବିଚାର ପ୍ରକ୍ରିୟାରେ ସାମିଲ ହୋଇଥିବା ଅନ୍ୟ ପୁସ୍ତକ ଗୁଡ଼ିକ ଥିଲା ଅପର୍ଣ୍ଣା ମହାନ୍ତିଙ୍କ ‘ଅଗ୍ନି କମଳିନୀ’, ଆଶୁତୋଷ ପରିଡାଙ୍କ ‘ଅପ୍ରସ୍ତୁତ ମୃତ୍ୟୁ’, ଦାଶ ବେନହୁରଙ୍କ ‘ଅବଧାରିତ ଓ ଅନ୍ୟାନ୍ୟ ଗଳ୍ପ’, ବିଜୟ କୁମାର ଶତପଥୀଙ୍କ ‘କଂକଣଦାସୀ କଥା’, ବିୟତପ୍ରଜ୍ଞା ତ୍ରିପାଠୀଙ୍କ ‘ମାୟା’ ଏବଂ ପଦ୍ମଜ ପାଳଙ୍କ ‘ସୀତା ମୁଁ ସୀତା’। ପ୍ରାଥମିକ ପୁସ୍ତକଚୟନ ମଣ୍ଡଳୀରେ ଡ. ବିରଞ୍ଚି କୁମାର ସାହୁ, ମଧୁସୁଦନ ଦାସ, ଡ. ପ୍ରଜ୍ଞା ପ୍ରବର୍ତ୍ତିକା ଦାଶ, ରତ୍ନମାଳା ସ୍ୱାଇଁ, ଡ. ଜ୍ଞାନୀ ଦେବାଶିଷ ମିଶ୍ର ବିଚାରକ ଥିଲାବେଳେ ଚୂଡ଼ାନ୍ତ ପର୍ଯ୍ୟାୟର ବିଚାରକମାନେ ଥିଲେ ଡ. ଭଗବାନ ଜୟସିଂହ, ପ୍ରଫେସର କାଳୀଦାସ ମିଶ୍ର, ଡ. ଗୌରହରି ଦାସ, ସଦାନନ୍ଦ ତ୍ରିପାଠୀ, ବୈଜୟନ୍ତୀ ମିଶ୍ର, ସଂଯୁକ୍ତା ମହାନ୍ତି ଏବଂ ତାପସ କୁମାର ସାମନ୍ତରାୟ।

ଏଥିସହିତ କଳା କ୍ଷେତ୍ରରେ ଜୀବନବ୍ୟାପି ସାଧନାର ଉତ୍କର୍ଷ ପାଇଁ ପ୍ରତି ବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଉଥିବା ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ମଧ୍ୟ ୨୦୨୪ ମସିହା ପାଇଁ ଘୋଷିତ ହୋଇଛି। ବିଖ୍ୟାତ ଭାସ୍କର୍ଯ୍ୟଶିଳ୍ପୀ ସୁଦର୍ଶନ ସାହୁ ଏବଂ ପ୍ରସିଦ୍ଧ କଣ୍ଠଶିଳ୍ପୀ ତାନସେନ୍‍ ସିଂଙ୍କୁ ଚଳିତ ବର୍ଷ ଏହି ପୁରସ୍କାର ପ୍ରଦାନ କରାଯିବ। ପୁରସ୍କାର ବାବଦରେ ଉଭୟଙ୍କୁ ଦୁଇଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଫଳକ ପ୍ରଦାନ କରାଯିବ। ସଙ୍ଗୀତ ବିଭାଗରେ ସୁସ୍ମିତା ଦାସ, ରତିକାନ୍ତ ଶତପଥୀ, ଶରତ ନାୟକ ଏବଂ ଚିତ୍ରକଳା ବିଭାଗରେ ପଞ୍ଚମୀ ମାନୁ ଉକୀଲ, ସତ୍ୟଭୂଷଣ ହୋତା ଓ ବୀରେନ୍ଦ୍ର ପାଣି ବିଚାରକ ଥିଲେ।

ସୂଚନାଯୋଗ୍ୟ ଯେ ବିଶିଷ୍ଟ ଶିଳ୍ପପତି ବୈଜ୍ଞାନିକ ଡ. ବଂଶୀଧର ପଣ୍ଡା ଓ ତାଙ୍କର ସହଧର୍ମିଣୀ କଳାବିଦୁଷୀ ଇଲା ପଣ୍ଡାଙ୍କର କଳାତ୍ମକ ଚେତନାର ଫଳଶ୍ରୁତି ହେଉଛି ଶାରଳା ପୁରସ୍କାର ଉତ୍ସବ। ୧୯୮୦ ମସିହାରୁ ପ୍ରଦାନ କରାଯାଇ ଆସୁଥିବା ଶାରଳା ପୁରସ୍କାର ୪୫ ବର୍ଷ ଧରି ଏହାର ଅଭିଯାତ୍ରା ଜାରି ରଖିଛି। ପରବର୍ତ୍ତୀ ସମୟରେ ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ ଏହି ଗୌରବମୟ ପରମ୍ପରାରେ ସାମିଲ ହୋଇଛି। ଇମ୍ପାକ୍ଟର ଅନ୍ୟ ଏକ ପ୍ରମୁଖ କାର୍ଯ୍ୟକ୍ରମ ମଧ୍ୟରେ ରହିଛି "ଏକଲବ୍ୟ ପୁରସ୍କାର', ଯାହାକି ପ୍ରତିବର୍ଷ ଓଡ଼ିଶାର ଯୁବ କ୍ରୀଡ଼ାବିତମାନଙ୍କୁ ସେମାନଙ୍କ ଉତ୍କର୍ଷ ପାଇଁ ପ୍ରଦାନ କରାଯାଇଆସୁଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.