ଭୁବନେଶ୍ବର,୨୫/୦୪: ରାଜ୍ୟରେ ଗଠିତ ହେଲା ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ । ଏହି କୋର୍ଟ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର, ସମ୍ୱଲପୁର ଜିଲ୍ଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା ଜିଲ୍ଲାର ରାୟଗଡା, ପୁରୀ ଜିଲ୍ଲାର ସତ୍ୟବାଦୀ, କେନ୍ଦୁଝର ଜିଲ୍ଲାର ସହରପଡ଼ା ଓ ହରିଚନ୍ଦନପୁର, ମୟୁରଭଞ୍ଜ ଜିଲ୍ଲାର ବହଳଦା, ରାରୁଆଁ, ବିଶୋଇ ଓ ବାରିପଦା, ଜଗତସିଂହପୁର ଜିଲ୍ଲାର ବାଲିକୁଦା ଓ ନୂଆଗାଁ, ସୁନ୍ଦରଗଡ଼ ଜିଲ୍ଲାର ବାଲିଶଙ୍କରା, ଲେଫ୍ରିପଡ଼ା, ବରଗାଁ ଓ କୁଆଁରମୁଣ୍ଡା, କଟକ ଜିଲ୍ଲାର ବାରଙ୍ଗ ଓ କଣ୍ଟାପଡ଼ା, ସୋନପୁର ଜିଲ୍ଲାର ଉଲୁଣ୍ଡା, ବରଗଡ଼ ଜିଲ୍ଲାର ଭଟଲିରେ ରହିଛି।
ଏହା ମଧ୍ୟ ପଢନ୍ତୁ- ପ୍ରସ୍ତାବିତ ସ୍ଥାନରେ ଧାନମଣ୍ଡି ନିର୍ମାଣ ପାଇଁ ଦାବି, ପୌରକାର୍ଯ୍ୟାଳୟ ଓ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଚାଷୀ
ସେହିପରି ଝାରସୁଗୁଡ଼ା ଜିଲ୍ଲାର କୋଲାବିରା, ଖୋର୍ଦ୍ଧା ଜିଲ୍ଲାର ବାଣପୁର, କୋରାପୁଟ ଜିଲ୍ଲାର ପଟାଙ୍ଗୀ, ଯାଜପୁର ଜିଲ୍ଲାର ରସୁଲପୁର, କୋରେଇ ଓ ଧର୍ମଶାଳା, କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡ଼ା, ଗରଦପୁର ଓ ମାର୍ଶାଘାଇ, କନ୍ଧମାଳ ଜିଲ୍ଲାର ଟିକାବାଲି, କେ ନୂଆଗାଁ ଓ ଖଜୁରିଆପଡ଼ା, ଭଦ୍ରକ ଜିଲ୍ଲାର ତିହିଡ଼ି, ମାଲକାନଗିରି ଜିଲ୍ଲାର ଖଇରପୁଟ, ଢେଙ୍କାନାଳ ଜିଲ୍ଲାର ଢେଙ୍କାନାଳ, ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଏବଂ ଗଞ୍ଜାମ ଜିଲ୍ଲାର କୁକୁଡ଼ାଖଣ୍ଡି, ଧରାକୋଟ ଓ ଗଞ୍ଜାମ ଆଦି ଅଞ୍ଚଳରେ ଏହି ନୂଆ ସିଭିଲ୍ ଜଜ୍ କୋର୍ଟ ରହିଛି। ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ ସରକାର ଏହି କୋର୍ଟ ଗୁଡିକ ଗଠନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ପୂର୍ବରୁ ୩ଟି କୋର୍ଟ ଗଠନ ହୋଇଥିବା ନେଇ ସୂଚନା ରହିଥିଲା । ଯାହା ଏହି ୪୬ ଟି ନୂଆ ସିଭିଲ୍ ଜଜ୍ କୋର୍ଟରେ ଅନ୍ତର୍ଭୁକ୍ତ ।