ପ୍ରମୂଖ ଖବର
  • ଆୟର୍ଲାଣ୍ଡରେ ଭାରତୀୟ ନାଗରିକଙ୍କ ଉପରେ ଆକ୍ରମଣ ମାମଲା ବୃଦ୍ଧି, ସତକର୍ତା ଜାରି କଲା ଦୂତାବାସ
  • ||
  • ଓଲିଉଡ୍ ପାଇଁ ପୁଣି ଖୁସି ଖବର, ଓଡ଼ିଆ ଫିଲ୍ମ ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର
  • ||
  • ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ, ଧରାପଡ଼ିଲେ ରାଜସ୍ବ ବିଭାଗର ବରିଷ୍ଠ କିରାଣୀ
  • ||
  • ଶରଧାବାଲି ଦଳାଚକଟା ଘଟଣା: ଉନ୍ନୟନ କମିଶନରଙ୍କ ରିପୋର୍ଟକୁ ତର୍ଜମା କରୁଛନ୍ତି ମୁଖ୍ୟମନ୍ତ୍ରୀ
  • ||
  • ସେପ୍ଟେମ୍ବର ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ; ୭ରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି
  • ||
  • ଅନୀଲ ଅମ୍ବାନୀଙ୍କୁ ଇଡ଼ି ସମନ, ୧୭ ହଜାର କୋଟି ଟଙ୍କାର ଋଣ ଠକେଇ ମାମଲାରେ ହେବ ପଚରାଉଚରା
  • ||
  • ବିଜେପିକୁ ବଡ଼ ଝଟ୍‌କା, ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ NDA ସହିତ ସମ୍ପର୍କ ଭାଙ୍ଗିଲା ଓପିଏସ୍‌
  • ||
  • କୋରିଅର୍‌ ସଂସ୍ଥାରେ ମିଳିତ ଚଢ଼ାଉ, ୧୭ ହଜାର ବୋତଲ କଫ୍‌ ସିରପ୍‌ ଜବତ
  • ||
  • ଶୁକ୍ରବାର ବିଏଡ୍‌ ପ୍ରବେଶିକା ପରୀକ୍ଷା ଫଳ, ୮ରେ ପ୍ରଥମ ପର୍ଯ୍ୟାୟ ସିଟ୍‌ ଆବଣ୍ଟନ, ୧୧ରୁ ନାମଲେଖା
  • ||
  • ଦିଗପହଣ୍ଡି : ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରି ଟ୍ୟୁସନ ସାର୍ ଗିରଫ
  • ||
  • ଫୁଟିଲା ଟାରିଫ୍ ବୋମା; ୧୦ରୁ ୪୧% ଯାଏ ରେସିପ୍ରୋକାଲ ଟାରିଫ୍ ଆଦେଶ ଉପରେ ଟ୍ରମ୍ପଙ୍କ ସାଇନ୍, ଭାରତ ସମେତ ୭୦ ଦେଶ ଉପରେ ପଡିବ ପ୍ରଭାବ
  • ||
  • ୩ ମାସ ପରେ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା, ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||
  • ରାଜ୍ୟରେ ଏବେ କାଁ ଭାଁ ବର୍ଷା ସମ୍ଭାବନା, ବଢ଼ିବ ତାପମାତ୍ରା: ଆଜି ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

୫ ଆଇଏଏସ୍‌ଙ୍କୁ ଅତିରିକ୍ତ ଦାୟିତ୍ୱ ଦେଲେ ରାଜ୍ୟ ସରକାର

Published By : Manoj | August 1, 2025 10:19 AM

ଭୁବନେଶ୍ୱର,୦୧/୦୮: ୫ଜଣ ଆଇଏଏସ୍‌ଙ୍କୁ ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର । ଶିଳ୍ପ ନିର୍ଦ୍ଦେଶକ ଆବୋଲି  ସୁନୀଲ ନରୱାଣେଙ୍କୁ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ପରିଚାଳନା ନିର୍ଦ୍ଦେଶକ ଏବଂ ରାଜ୍ୟ ଅର୍ଥ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ  ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ରାଉରକେଲା ଅତିରିକ୍ତ ଜିଲ୍ଲାପାଳ  (ଏଡିଏମ୍‌) ଦୀନହା ଦସ୍ତାଗୀରଙ୍କୁ ରାଉରକେଲା ମହାନଗର ନିଗମ  (ଆର୍‌ଏମ୍‌ସି) କମିଶନର ଓ ରାଉରକେଲା ସ୍ମାର୍ଟସିଟି ଲିଃର ସିଇଓ  ଏବଂ ରାଉରକେଲା ଉନ୍ନୟନ କର୍ତ୍ତୃପକ୍ଷ (ଆର୍‌ଡିଏ)ର ସଚିବ ଭାବେ  ଅତିରିକ୍ତ ଦାୟିତ୍ୱ ମିଳିଛି ।  

ସମ୍ବଲପୁର ମହାନଗର ନିଗମ (ଏସ୍‌ଏମ୍‌ସି) କମିଶନର  ରେହାନ ଖତ୍ରୀଙ୍କୁ ସମ୍ବଲପୁର ଉନ୍ନୟନ କର୍ତ୍ତୃପକ୍ଷ (ଏସ୍‌ଡିଏ)ର  ଉପାଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । କୀରନଦୀପ  କୌର ସହୋତା କଟକ ମହାନଗର ନିଗମ (ସିଏମ୍‌ସି) କମିଶନର  ଥିବାବେଳେ ତାଙ୍କୁ କଟକ ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ) ଉପାଧ୍ୟକ୍ଷ  ଭାବେ ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି ସରକାର । ପ୍ରଥମେଶ ଅରବିନ୍ଦ  ରାଜେଶହିର୍‌କେ ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)  କମିଶନର ଥିବାବେଳେ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷର ଉପାଧ୍ୟକ୍ଷ ଭାବେ  ଅତିରିକ୍ତ ଦାୟିତ୍ୱ ପାଇଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ  ନେଇ ବିଜ୍ଞପ୍ତି ଜାରି କରାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.