ପ୍ରମୂଖ ଖବର
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ପଦ୍ମପୁରରୁ ୫ କେଜିର ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର

ବରଗଡ଼,୨୫/୦୯: ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କଲା ବନବିଭାଗ । ପଦ୍ମପୁର ରେଞ୍ଜ ଅନ୍ତର୍ଗତ ବାଦୀମାଲ ଗ୍ରାମର କୃଷ୍ନଚନ୍ଦ୍ର ମେହେରଙ୍କ ଘର ବାରିପଟରୁ ଏକ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରାଯାଇଛି । ବଜ୍ରକାପ୍ତାର ଓଜନ ୫କେଜି ୫୦୦ଗ୍ରାମ ରହିଥିବାବେଳେ ଲମ୍ବ ୨ ଫୁଟ ୪ ଇଞ୍ଚ ରହିଛି । 

ସୂଚନା ମୁତାବକ, ବାଦୀମାଲ ଗ୍ରାମର କୃଷ୍ନଚନ୍ଦ୍ର ମେହେରଙ୍କ ଘର ବାରିପଟେ ସେ ଏକ ଜୀବନ୍ତ ବଜ୍ରକାପ୍ତା ଦେଖିବାକୁ ପାଇଥିଲେ । ଏହା ଦେଖି ସେ ତୁରନ୍ତ ପଦ୍ମପୁର ବନ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ପଦ୍ମପୁର ଡେପୁଟି ରେଞ୍ଜର ସୁଦାମ ଜଗଦଲାଙ୍କ ନିର୍ଦ୍ଦେଶ କ୍ରମେ ଏକ ଟିମ ବାଦୀମାଲକୁ ଯାଇ ଉକ୍ତ ବଜ୍ରକାପ୍ତାକୁ ଉଦ୍ଧାର କରିଥିଲେ । ବଜ୍ରକାପ୍ତାର ଓଜନ ୫କେଜି ୫୦୦ଗ୍ରାମ ରହିଥିବାବେଳେ ଲମ୍ବ ୨ ଫୁଟ ୪ ଇଞ୍ଚ ରହିଛି । ବଜ୍ରକାପ୍ତାର ଡାକ୍ତରୀ ମାଇନା ପରେ ଗନ୍ଧମାର୍ଦ୍ଦନ ଜଙ୍ଗଲରେ ଛାଡି ଦିଆଯିବ ବୋଲି ଡେପୁଟି ରେଞ୍ଜର ସୂଚନା ଦେଇଛନ୍ତି ।

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.