ଭୁବନେଶ୍ୱର, ୨୮/୦୪: ରାଜଧାନୀରେ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ । ଚଢାଉ କରି ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ କଲା ଖଣ୍ଡଗିରି ଥାନା ପୋଲିସ । ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୨ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ଏନେଇ ଭୁବନେଶ୍ବର ଡିସିପି ଜଗମୋହନ ମୀନା ସୂଚନା ଦେଇଛନ୍ତି ।
ସୂଚନା ମୁତାବକ, ଏକ ଟ୍ରକ୍ ଯୋଗେ ବିପୁଳ ପରିମାଣର ଗଞ୍ଜେଇ କନ୍ଧମାଳରୁ ବାହାର ରାଜ୍ୟକୁ ଚାଲାଣ ହେଉଥିଲା । ଏନେଇ ଏକ ବିଶେଷ ସୂତ୍ରରୁ ପୋଲିସ ଖବର ପାଇଥିଲା । ଖବର ପାଇ ପୋଲିସ ଅତର୍କିତ ଚଢାଉ କରିଥିଲା । ଏହି ଚଢାଉରେ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିଛି ଖଣ୍ଡଗିରି ଥାନା ପୋଲିସ । ଏହା ସହ ଚାଲାଣରେ ସମ୍ପୃକ୍ତ ଥିବା ୨ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ଏନେଇ ଭୁବନେଶ୍ବର ଡିସିପି ଜଗମୋହନ ମୀନା ସୂଚନା ଦେଇଛନ୍ତି ।