ପ୍ରମୂଖ ଖବର
  • ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ : ଜଣେ ଡିଆରଜି ଯବାନ ସହିଦ, ୩ ଗୁରୁତର
  • ||
  • ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା,ଏକକାଳୀନ ୮ ସ୍ଥାନରେ ଚାଲିଛି ଚଢ଼ାଉ
  • ||
  • ମୋହନା : ବିଷାକ୍ତ ଛତୁ ଖାଇ ଦୁଇ ପରିବାରର ୮ ସଦସ୍ୟ ଗୁରୁତର
  • ||
  • ତାମିଲନାଡୁ କପଡ଼ା ଶିଳ୍ପକୁ ଟ୍ରମ୍ପ ଟାରିଫ୍‌ ଝଟକା, ୨୦ ହଜାର ଫ୍ୟାକ୍ଟ୍ରିରେ ୩୦ ଲକ୍ଷ ଛଟେଇ ଆଶଙ୍କା
  • ||
  • ଏସିଆ କପ୍ ପାଇଁ ପାକିସ୍ତାନ ଦଳ ଘୋଷଣା, ବାବର-ରିଜୱାନ ବାଦ୍, ସେପ୍ଟେମ୍ୱର ୯ରୁ ଆରମ୍ଭ ହେବ ଟୁର୍ଣ୍ଣାମେଣ୍ଟ
  • ||
  • ବ୍ରହ୍ମପୁର : MKCG ମେଡିକାଲରେ ଅଗ୍ନିକାଣ୍ଡ, ସର୍ଟସର୍କିଟ୍‌ରୁ ମୁଖ୍ୟ ପରୀକ୍ଷାଗାର ସହ ବାୟୋ କେମିକାଲ୍ ସେକ୍ସନରେ ଲାଗିଲା ନିଆଁ
  • ||
  • ନାଇଜେରିଆରେ ଭୟଙ୍କର ବୋଟ୍ ଟ୍ରାଜେଡି : ମଝି ନଈରେ ଓଲଟିଲା ବୋଟ୍, ୧୦ ଉଦ୍ଧାର ୪୦ ନିଖୋଜ
  • ||
  • ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବଣଭୋଜି ବେଶ, ସନ୍ଧ୍ୟା ଧୂପ ପରେ ହେବ ଅର୍ଘାସୁର ଓ ବକାସୁର ବଦ୍ଧ ନୀତି
  • ||
  • ମାଲକାନଗିରିକୁ ରେଡ୍ ଆଲର୍ଟ, ଆଜି ପାଇଁ ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କଲେ ଜିଲ୍ଲାପାଳ
  • ||
  • ସୋମବାର ଅବପାତ ରୂପ ନେବ ଲଘୁଚାପ: ଦକ୍ଷିଣ ଓଡ଼ିଶାରେ ଅତି ଭୀଷଣ ବର୍ଷା ସମ୍ଭାବନା, ୩ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ
  • ||

୫୧୦ ଲିଟର ଦେଶୀ ମଦ ଜବତ, ଜଣେ ମହିଳାଙ୍କ ସମେତ ୩ ଗିରଫ

Published By : Harapriya Sethi | August 8, 2025 11:33 AM

ଭଦ୍ରକ, ୦୮/୦୮: ଭଦ୍ରକ ଅବକାରୀ ବିଭାଗର ଚଢ଼ାଉ । ଏହି ଚଢାଉରେ ୫୧୦ ଲିଟର ଦେଶୀ ମଦ ଜବତ ହୋଇଛି । ଏହା ସହିତ ୩ ଜଣଙ୍କୁ ଗିରଫ କରାଯାଇଛି । ଗିରଫଙ୍କ ମଧ୍ୟରେ ଜଣେ ମହିଳା ଥିବା ସୂଚନା ମିଳିଛି । ସେମାନଙ୍କ ନିକଟରୁ ଏକ ବାଇକ୍‌ ଏବଂ ଏକ ସ୍କୁଟି ଜବତ କରାଯାଇଛି ।

ସୂଚନା ମୁତାବକ, ଭଦ୍ରକ ଅବକାରୀ ଉପ-ଅଧିକ୍ଷକ ସୁଚରିତା ମିଶ୍ରଙ୍କ ତତ୍ତ୍ଵାବଧାନରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଭଦ୍ରକ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀକାନ୍ତ ମୁର୍ମୁ ଓ ଷ୍ଟାଫମାନଙ୍କୁ ନେଇ ଏକ ସ୍ୱତନ୍ତ୍ର ଟିମ୍‌ ଗଠିନ କରାଯାଇଥିଲା । ଏହି ଟିମ୍‌ ବନ୍ତ ଥାନା ଅଞ୍ଚଳରେ ଚଢ଼ାଉ କରିଛି । ଗଭରପୁର ଏବଂ ଛୟାଳସିଂ ଗ୍ରାମ ଅଞ୍ଚଳରେ ଚଢ଼ାଉ କରି ୫୧୦ ଲିଟର ଦେଶୀ ମଦ ସହିତ ଗୋଟିଏ ବାଇକ୍‌ ଏବଂ ଗୋଟିଏ ସ୍କୁଟି ଜବତ କରାଯାଇଛି । ଏହି ଚୋରା ମଦ କାରବାରରେ ସମ୍ପୃକ୍ତ ଥିବା ଜଣେ ମହିଳାଙ୍କ ସହିତ ଅନ୍ୟ ଦୁଇ ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ଜବତ ମଦ ସହ ମୋଟର ସାଇକେଲ ଏବଂ ସ୍କୁଟିର ଆନୁମାନିକ ମୂଲ୍ୟ ୨ ଲକ୍ଷ ୫୦ ହଜାର ଟଙ୍କାରୁ ଉର୍ଦ୍ଧ୍ୱ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢ଼ାଉରେ ସହକାରୀ ଉପ-ନିରୀକ୍ଷକ କ୍ଷୀରୋଦ ପାତ୍ର, କନେଷ୍ଟବଳ ଅଜିତ କୁମାର ସିଙ୍କୁ, ସୁଦର୍ଶନ ପଲେଇ, ପରେଶ ଟୁଡୁ, ଜେମାମଣୀ ଜାମୁଦା ପ୍ରଭୃତି ସାମିଲ ଥିଲେ । ଏନେଇ ଭଦ୍ରକ ଅବକାରୀ ଥାନା ପକ୍ଷରୁ ୩ଟି ମାମଲା ରୁଜୁ କରାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.