ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

୫-ଟି ସଚିବଙ୍କ ଯାଜପୁର ଗସ୍ତ : ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟର କଲେ ସମୀକ୍ଷା

ଯାଜପୁର, ୩୧।୮ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶରେ ୫-ଟି ସଚିବ ଭି.କେ ପାଣ୍ଡିଆନ ଯାଜପୁର ଜିଲ୍ଲା ଗସ୍ତ କରିଛନ୍ତି। ସେଠାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଲୋକମାନଙ୍କ ଅଭିଯୋଗ ଶୁଣାଣି କରିଥିଲେ। ଅଭିଯୋଗଗୁଡିକର ଶୀଘ୍ର ସମାଧାନ କରାଯିବ ବୋଲି ଉପସ୍ଥିତ ଜନସାଧାରଣଙ୍କୁ ପ୍ରତିଶ୍ରୁତି ଦେଇଥିଲେ।  

ସେ ବଡଚଣାର  ମହାବିନାୟକ ମନ୍ଦିର ଏବଂ ବିଞ୍ଛାରପୁରର ବରୁଣେଶ୍ୱର ମନ୍ଦିରର ବିକାଶ ବିଷୟରେ ସେବାୟତ, ଟ୍ରଷ୍ଟି ସଦସ୍ୟ ଏବଂ ଜନ ସାଧାରଣଙ୍କ ସହ ଆଲୋଚନା କରିଥିଲେ। ଭକ୍ତଙ୍କ ପାଇଁ ଉନ୍ନତ ସୁବିଧା ଯୋଗାଇ ଦେବା ଉପରେ ପରାମର୍ଶ ଦେଇଥିଲେ।  ଏହାର ବିକାଶ ପାଇଁ ଏକ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ ସେ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

 

ଶ। ପାଣ୍ଡିଆନ୍ ବଡଚଣା,  ବିଞ୍ଛାରପୁର, ଦଶରଥପୁର, ଧର୍ମଶଳା, ରସୁଲପୁର ଏବଂ ଯାଜପୁର ବ୍ଲକରେ ୯୫୬ କୋଟି ଟଙ୍କା ବ୍ୟୟରେ ଚାଲିଥିବା ମେଗା ପାଇପ୍ ଜଳ ଯୋଗାଣ ପ୍ରକଳ୍ପ  କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିଛନ୍ତି। ୨୦୨୩ ଡିସେମ୍ବର  ଠାରୁ ଏହି ପ୍ରକଳ୍ପଗୁଡିକ ପର୍ଯ୍ୟାୟକ୍ରମେ କାର୍ଯ୍ୟକ୍ଷମ ହେବ | ଠିକ ସମୟରେ ସମାପ୍ତି ଏବଂ ଗୁଣବତ୍ତା  ଉପରେ ଧ୍ୟାନ ଦେବାକୁ ସେ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

 

୨୨୩ କୋଟି ଟଙ୍କା ବ୍ୟୟରେ ମେଗା ଲିଫ୍ଟ ଜଳସେଚନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି। ୩୭୩ କୋଟି ବ୍ୟୟରେ କୋଚିଲା ଏବଂ ବୈତରଣୀ ନଦୀରେ  ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ୍ ଷ୍ଟକ୍ରଚର ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ। ସମୟସୀମା ମଧ୍ୟରେ ପ୍ରକଳ୍ପ ଶେଷ କରିବାକୁ ସେ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଥିଲେ। ଏଥିସହ ବିଭିନ୍ନ ରାସ୍ତା ପ୍ରକଳ୍ପର ଅଗ୍ରଗତିର ସମୀକ୍ଷା କରିଥିଲେ। ବଡଚଣା, ବିଞ୍ଝାରପୁର, ଧର୍ମଶାଳା, ଯାଜପୁରରେ ଅନୁଷ୍ଠିତ ଜନ ଅଭିଯୋଗ ସଭାରେ ଯୋଗ ଦେଇ ଲୋକମାନଙ୍କ ଅଭିଯୋଗ ଶୁଣିଥିଲେ।  ଲୋକମାନଙ୍କ ଅଭିଯୋଗକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକତା ଦେଉଛନ୍ତି ଏବଂ ଦାଖଲ ହୋଇଥିବା ଅଭଯୋଗଗୁଡିକର ଶୀଘ୍ର ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ୫-ଟି ସଚିବଙ୍କ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର. ଭିନିଲ କ୍ରିର୍ଷ୍ଣା, ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର, ଏସପି ଭିନିତ ଅଗ୍ରଓ୍ବାଲ ପ୍ରମୁଖ ଉପସ୍ଥିତ ଥିଲେ।

ଆହୁରି ପଢନ୍ତୁ : ଗଞ୍ଜାମ ଗସ୍ତରେ ୫ ଟି ସଚିବ : ସିଦ୍ଧେଶ୍ଵର, ଗୁପ୍ତେଶ୍ଵର ଓ ଆଠଗଡପାଟଣାର ଶ୍ରୀଜଗନ୍ନାଥ ମନ୍ଦିରର ହେବ ରୂପାନ୍ତରୀକରଣ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.