ପ୍ରମୂଖ ଖବର
  • ନିଜ ଉପରେ ଭରସା ରଖିପାରୁ ନାହାନ୍ତି ପାକିସ୍ତାନୀ ନେତା…ସଂସଦରେ କାନ୍ଦିଲେ ସାହବାଜଙ୍କ ଦଳର ସାଂସଦ… କହିଲେ ‘ହେ ଆଲ୍ଲା ଆମକୁ ରକ୍ଷା କର’…
  • ||
  • ‘ପାକିସ୍ତାନକୁ ରକ୍ଷା କରିବାକୁ ହେଲେ ଅସୀମ ମୁନିରଙ୍କୁ ହଟାଅ!’, ସେ ଜଣେ ପାଗଳ’, ନିଜ ଦେଶର ସେନାକୁ ପୂର୍ବତନ ସୈନିକଙ୍କ ସମାଲୋଚନା…
  • ||
  • ଜମି ବଦଳରେ ଚାକିରି ମାମଲାରେ ବଢିଲା ଲାଲୁ ଯାଦବଙ୍କ ଅଡୁଆ, ମାମଲା ଚାଲୁ କରିବାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମଞ୍ଜୁରୀ…
  • ||
  • ପୁରୀ : ଦୀଘା ମନ୍ଦିର ପ୍ରତିଷ୍ଠାର ମୁଖ୍ୟ କାରଣ ଅର୍ଥ ପ୍ରଲୋଭନ: ଜଗତଗୁରୁ ଶଙ୍କରାଚାର୍ଯ୍ୟ
  • ||
  • Operation Sindoor: ଅର୍ଦ୍ଧ ସାମରିକ ବାହିନୀର ଛୁଟି ରଦ୍ଦ, ଆଲର୍ଟରେ ଗୃହ ମନ୍ତ୍ରାଳୟ
  • ||
  • ଭୁବନେଶ୍ୱର : ଯୁଦ୍ଧ ଛାନିଆରେ ପରିବା ଦୋକାନରେ ଖଚାଖଚ୍ ଭିଡ଼, ଅତ୍ୟାବଶ୍ୟକ ସାମଗ୍ରୀ କିଣି ନେଉଛନ୍ତି ଲୋକେ
  • ||
  • Operation Sindoor: ପାକିସ୍ତାନ ଛାତିରେ ଏୟାରଷ୍ଟ୍ରାଇକ୍, ଦେଖନ୍ତୁ ୯ ଆତଙ୍କୀ ଆଡ୍ଡାର ଲିଷ୍ଟ
  • ||
  • Operation Sindoor: ଭାରତୀୟ ସେନାର ତିନି ମୁଖ୍ୟଙ୍କ ସହ କଥା ହେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଆଜି ଦିନ ୧୦ଟାରେ ହେବ ପ୍ରେସ କନଫରେନ୍ସ
  • ||
  • ଆଇସିଏଆର୍‌ରେ ପିଜି ଏବଂ ପିଏଚ୍‌ଡି ନାମଲେଖା ପ୍ରକ୍ରିୟା ଆରମ୍ଭ, ଜୁନ୍‌ ୫ ଯାଏ ଆବେଦନ
  • ||
  • ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତିର ମୁକାବିଲା ପାଇଁ BMC ପକ୍ଷରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌, ତଦାରଖ କଲେ ଖୋର୍ଦ୍ଧା ଜିଲ୍ଲାପାଳ
  • ||
  • ବୌଦ୍ଧ : ନଦୀକୁ ଶୌଚ ହେବାକୁ ଯାଇ ନିଖୋଜ ହୋଇଥିଲେ ଯୁବକ, ଉଦ୍ଧାର ହେଲା ମୃତଦେହ
  • ||

ମା' ତାରାତାରିଣୀ ପୀଠର ବିକାଶ ପାଇଁ ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା

Published By : Prameya | May 8, 2025 7:34 PM

ଭୁବନେଶ୍ୱର, ୮।୫ : ଶିକ୍ଷା କେବଳ ଛାତ୍ରଛାତ୍ରୀମାନଙ୍କୁ ସାର୍ଟିଫିକେଟ୍ ଦେବାର ପ୍ରକ୍ରିୟା ନୁହେଁ। ଏହା ସେମାନଙ୍କୁ ଜୀବନ ଦୌଡ଼ ପାଇଁ ପ୍ରସ୍ତୁତ କରିବାର ଏକ ପ୍ରକ୍ରିୟା। ୧୦୦ ବର୍ଷ ଧରି, ଆମର ସ୍କୁଲ କେବଳ ଶ୍ରେଣୀଗୃହର ସମାହାର ନୁହେଁ। ଏହା ଜ୍ଞାନ ଓ ଚରିତ୍ରର ଏକ ପବିତ୍ର ସ୍ଥାନ। ଆମର ଭବିଷ୍ୟତ ଗଠନର ମୂଳଦୁଆରେ ଥିବା ପ୍ରତ୍ୟେକ ଇଟା ଦୃଢ଼ତାର କାହାଣୀ ଧାରଣ କରିଛନ୍ତି । ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଏହା କହିଛନ୍ତି। ସେହିପରି ପ୍ରସିଦ୍ଧ ତାରାତାରିଣୀ ପୀଠରେ ମା' ତାରାତାରିଣୀଙ୍କୁ ଦର୍ଶନ କରିଥିଲେ। ଏଥି ସହିତ ଏହି ଅଂଚଳର ଭିତ୍ତଭୂମି ବିକାଶ ନିମନ୍ତେ ଜିଲ୍ଲା ପ୍ରଶାସନ ସହିତ ସମୀକ୍ଷା କରିଛନ୍ତି।

ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବରେ ଛାତ୍ରଛାତ୍ରୀଙ୍କୁ ଉପଦେଶ ଦେଇ ସେ କହିଥିଲେ ଯେ,  ଶିକ୍ଷା କେବଳ ରୋଜଗାରର ମାଧ୍ୟମ ନହେଉ। ଏହା ମାନବିକତା ବା ମଣିଷ ତିଆରି ମନ୍ଦିର ହେଉ। ଶିକ୍ଷାକୁ ସଠିକ ମାର୍ଗରେ ଉପଯୋଗ କରାଯାଉ। ଆଜି ଆମ ପଡ଼ୋଶୀ ରାଷ୍ଟ୍ର ପାକିସ୍ତାନରେ ଅନେକ ପିଲା  ପାଠ ପଢିବା ପରେ ନିଜ ଜ୍ଞାନ ଗରିମାକୁ ଆତଙ୍କବାଦୀ କାର୍ଯ୍ୟକଳାପରେ ଲଗେଇ ନିଜ ଭବିଷ୍ୟତକୁ ଧ୍ବଂସ କରୁଛନ୍ତି। ହେଲେ ଆମେ ଯୁଦ୍ଧ ନୁହେଁ, ବୁଦ୍ଧ ଚାହୁଁ। ଆମେ ଜିହାଦ ନୁହେଁ, ଜଗନ୍ନାଥ ଚାହୁଁ। ଏଣୁ ଆମେ ପାଠ ପଢି ନିଜର, ନିଜ ପରିବାରର, ନିଜ ଗାଁର ଯଶ କୀର୍ତ୍ତି ବଢ଼େଇବା ସହ ଆମ ମାଟି ମାଆର ଶୌର୍ଯ୍ୟ ଓ ସମ୍ମାନ ପାଇଁ ନିଜକୁ ସମର୍ପିତ କରିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। 

ସେ ପୁଣି କହିଥିଲେଯେ, ଦୀର୍ଘ ୧୦୦ ବର୍ଷ ଧରି ଏହି ବିଦ୍ୟାଳୟ ଖଲ୍ଲିକୋଟ ଅଞ୍ଚଳରେ ଜ୍ଞାନର ଆଲୋକ ବିକିରଣ କରି ଆସୁଅଛି ଏବଂ  ଏହି ଶତାୟୁ ବିଦ୍ୟାଳୟରେ ପାଠ ପଢ଼ିବା, ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ଗର୍ବ ଓ ଗୌରବର ବିଷୟ। ଗାଙ୍ଗଦହଣୀ ଉଚ୍ଚ ବିଦ୍ୟାଳୟର ଐତିହ୍ୟ, ଜୟଯାତ୍ରା ଓ ସଫଳତାକୁ ମନେ ପକେଇ ଯଥୋଚିତ ସମ୍ମାନ କରିବା ପାଇଁ ଏହା ହେଉଛି ପ୍ରକୃତ ଅବସର । ଏହା ହେଉଛି, ଆମ ପୂର୍ବତନ ଛାତ୍ରଙ୍କ ସଫଳତାର ଜୀବନ୍ତ ପ୍ରମାଣ। ଆପଣଙ୍କ ଯାତ୍ରା ଏଠାରେ ସ୍ଥାପିତ ମୂଲ୍ୟବୋଧକୁ ପ୍ରତିଫଳିତ କରେ, ଏବଂ ଆପଣଙ୍କ ସଫଳତା ଭବିଷ୍ୟତ ପିଢ଼ିକୁ ଉଚ୍ଚ ଲକ୍ଷ୍ୟ ଏବଂ ବଡ଼ ସ୍ୱପ୍ନ ଦେଖିବାକୁ ପ୍ରେରଣା ଦିଏ।ଏହା ଏକ ବ୍ୟବସ୍ଥା ଯେଉଁଥିରେ ଆମେ ପିଲାମାନଙ୍କୁ ଉତ୍ତମ ନାଗରିକ ଭାବରେ ସେମାନଙ୍କର ଅଧିକାର ଏବଂ ସମାଜ, ରାଜ୍ୟ ଏବଂ ରାଷ୍ଟ୍ରପ୍ରତି ସେମାନଙ୍କର କର୍ତ୍ତବ୍ୟ ବିଷୟରେ ପରିଚିତ କରାଉ।

 ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ କହିବାକୁ ଯାଇ ସେ କହିଥିଲେ, ଜୀବନରେ ସଂଘର୍ଷକୁ କେବେ ହେଲେ ଡରିବନି । ସଂଘର୍ଷର ରାସ୍ତାରେ ହିଁ ସଫଳତା ମିଳେ। ସଫଳତା ପାଇବା ପାଇଁ କୌଣସି ସର୍ଟକଟ ନାହିଁ, ଯଦି ଅଛି ତ କେବଳ ସଂଘର୍ଷ ଆଉ କଠିନ ପରିଶ୍ରମ। ପିଲାମାନେ, ତୁମମାନଙ୍କୁ ମୋର ଉପଦେଶ “ ବିଦ୍ୟା ଅଟଇ ମହାଧନ, ବାଳକେ କର ଉପାର୍ଜନ”। କଠିନ ପରିଶ୍ରମ କର, ଫଳ ନିଶ୍ଚୟ ମଧୁର ହେବ । ତୁମେମାନେ ଜଣେ ଜଣେ ସଫଳ ବିଦ୍ୟାର୍ଥୀ ହେବା ସହିତ ଜଣେ ଜଣେ ଦକ୍ଷ ରାଷ୍ଟ୍ର ନିର୍ମାତା ହୁଅ। ତୁମେମାନେ ନିରାଶାର ଅନ୍ଧାରକୁ ଚିରି ଆଶାର ଆଲୁଅ ହେଇ ଜଳ। ନିଜର ଜ୍ଞାନ ଓ ଦକ୍ଷତା ବଳରେ ତୁମେମାନେ ଧୂପକାଠି ପରି ଜଳି ଅନ୍ୟକୁ ସୁବାସ ଦିଅ। ତୁମେମାନେ ଅମୃତର ସନ୍ତାନ। ତୁମେମାନେ ଅସାଧ୍ୟକୁ ସାଧ୍ୟ କରିପାରିବ। ସେ ବିଶ୍ୱାସ ଓ ଭରସା ମୋର ଅଛି। 

ଶିକ୍ଷା ପ୍ରତି ଆମ ସରକାରଙ୍କ ସର୍ବାଧିକ ଗୁରୁତ୍ୱ ରହିଛି। ଚଳିତ ବର୍ଷ ବଜେଟରେ ସ୍କୁଲ ଶିକ୍ଷା ପାଇଁ ୩୧ ହଜାର କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି। ଏହା ପୂର୍ବ ବର୍ଷ ତୁଳନାରେ ୧୮ ପ୍ରତିଶତ ଅଧିକ । ସବୁ ବିଭାଗ ମଧ୍ୟରେ ସ୍କୁଲ ଶିକ୍ଷା ପାଇଁ ସର୍ବାଧିକ ବ୍ୟୟ ବରାଦ କରାଯାଇଛି। ତୁମମାନଙ୍କ ସ୍କୁଲ ଭଳି ରାଜ୍ୟରେ ଥିବା ୧୦୦ ବର୍ଷରୁ ପୁରୁଣା ବିଦ୍ୟାଳୟ ଗୁଡିକୁ ଐତିହ୍ୟ ବିଦ୍ୟାଳୟ ଭାବେ ପୁନରୁଦ୍ଧାର କରିବା ଆମ ସରକାରଙ୍କ ଲକ୍ଷ୍ୟ । ଏହି ‘ଐତିହ୍ୟ ବିଦ୍ୟାଳୟ’ ଅଧିନରେ ରାଜ୍ୟରେ ଥିବା ୫୦ରୁ ଅଧିକ ପୁରୁଣା ବିଦ୍ୟାଳୟ ଗୁଡିକର ନବୀକରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମା' ତାରାତାରିଣୀ ପୀଠ ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀ କଲେ ଘୋଷଣା :

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ରାଜ୍ୟ ସରକାର ମା’ ତାରାତାରିଣୀ ପୀଠର ଭିତ୍ତିଭୂମି ବିକାଶ ନିମନ୍ତେ ୮ କୋଟି ଟଙ୍କା ଦେଇଛନ୍ତି । ଏଥିରେ ସୁରକ୍ଷା ଓ ପରିମଳ ବ୍ୟବସ୍ଥା, ଗୋଟିଏ ସ୍ଵୟଂଚାଳିତ ରନ୍ଧାଯନ୍ତ୍ର ପ୍ରତିଷ୍ଠା (ପାହାଡ ଉପରେ), ୯୯୯ ପଥର ପାହାଚର ମରାମତି ଓ ପୁନଃ ନିର୍ମାଣ, ଯାନବାହାନ ରହଣୀସ୍ଥଳ ଓ ହେଲିପ୍ୟାଡ୍‌ପାଇଁ ଜମି ଅଧିଗ୍ରହଣ ଦିଗରେ ପଦକ୍ଷେପ ଗ୍ରହଣ କରାଯାଇଛି ।  

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହା ସହିତ ଭକ୍ତ, ଯାତ୍ରୀମାନଙ୍କୁ ଆବଶ୍ୟକୀୟ ସୁବିଧା ସୁଯୋଗ ଯୋଗାଇଦେବା ତଥା ଆଧ୍ୟାତ୍ମିକ ଓ ସାଂସ୍କୃତିକ ଅନୁଭବ ଉପଲବ୍ଧ କରାଇବା ମହତ୍ତ୍ ଉଦ୍ଦେଶ୍ୟ ନେଇ ରାଜ୍ୟ ସରକାର ପୁଣି ୩୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ ସିଂହଦ୍ଵାର ସାମନାରେ ବହୁତଳ ବିଶିଷ୍ଟ ଧର୍ମଶାଳା, ବଣଭୋଜି ସ୍ଥଳ, ରାସ୍ତାଘାଟ ଉନ୍ନତିକରଣ ଯଥା ନବ ନିର୍ମିତ ପୋଲ ଠାରୁ ମୁଖ୍ୟରାସ୍ତା ଓ ଘାଟ ରୋଡ ପାର୍ଶ୍ଵରେ ସୁରକ୍ଷା ପ୍ରାଚୀର, ଆଲୋକୀକରଣ, ସାଇନ୍ ବୋର୍ଡ, ମନ୍ଦିର ଚତୁର୍ଦ୍ଦିଗରେ ୫ ଗୋଟି ଗୁମୁଟ, ମନ୍ଦିର ଉତ୍ତରପାର୍ଶ୍ଵ ଉନ୍ନତିକରଣ, ଋଷିକୂଲ୍ୟା ନଦୀ ପଠାରେ ହେବାକୁଥିବା ଅନ୍ୟାନ୍ୟ ଉନ୍ନତିକରଣ କାର୍ଯ୍ୟକ୍ରମ ୨୫ କୋଟି ଟଙ୍କା ବ୍ୟୟରେ କରାଯିବ । ଏହା ସହିତ ମନ୍ଦିର ସମେତ ଅନ୍ୟାନ୍ୟ କୋଠାବାଡି ରକ୍ଷଣାବେକ୍ଷଣ ନିମନ୍ତେ ୫ କୋଟି ଟଙ୍କା ସ୍ଥାୟୀଜମା ଆକାରରେ ରଖାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।  ସୂଚନାଯୋଗ୍ୟ ଯେ, ମା' ତାରାତାରିଣୀ ପୀଠ ଭିତ୍ତିଭୂମି ବିକାଶ ପାଇଁ ସମୁଦାୟ ୬୮ କୋଟି ଟଙ୍କାର ଅର୍ଥ ମଂଜୁର ହୋଇଛି।

ଉକ୍ତ କାର୍ଯ୍ୟକ୍ରମରେ, ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା,  ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ  ଗୋକୁଳାନନ୍ଦ ମଲ୍ଲିକ, ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରା, କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.