ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଏକାଧିକ ଚୋରି ମାମଲାରେ ୭ ଅଭିଯୁକ୍ତ ଗିରଫ; ୪ଲକ୍ଷ ନଗଦ ଟଙ୍କା, ବିଭିନ୍ନ ମାରଣାସ୍ତ୍ର ଓ ଦୁଇଟି ମୋବାଇଲ ଫୋନ୍ ଜବତ

ଯାଜପୁର,୦୪/୦୯: ଯାଜପୁର ଟାଉନ୍ ପୋଲିସର ବଡ଼ ସଫଳତା । ସହରରେ ସିରଜ୍ ଚୋରୀ ଘଟଣାର ପର୍ଦ୍ଦାଫାଶ କରିଲା ଟାଉନ୍ ଥାନା ପୋଲିସ । ବିଭିନ୍ନ ଚୋରୀ ଘଟଣାରେ ୬ ଜଣ ଚୋର ଏବଂ ଜଣେ ସହଯୋଗୀକୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ସେମାନଙ୍କ ନିକଟରୁ ୪ଲକ୍ଷ ନଗଦ ଟଙ୍କା ସହିତ ବିଭିନ୍ନ ମାରଣାସ୍ତ୍ର ଓ ଦୁଇଟି ମୋବାଇଲ ଫୋନ୍ ଜବତ ହୋଇଛି । ଯାଜପୁର ଟାଉନ୍‌ ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି । 

ସୂଚନା ଅନୁଯାୟୀ, ବିଗତ ଦିନରେ ଟାଉନ ଥାନାର ବୈଦ୍ୟରାଜ ନଗର ଓ ଲଳିତେଶ୍ୱର ନଗର ପ୍ରଭୃତି ଅଞ୍ଚଳରୁ ଲଗାତାର ଅନେକ ଗୁଡ଼ିଏ ଚୋରି ହୋଇଥିଲା । ଏନେଇ ଥାନାରେ ଅଭିଯୋଗ ମଧ୍ୟ କରାଯାଇଥିଲା । ଉକ୍ତ ଅଭୋଯୋଗ ଆଧାରରେ ଟାଉନ୍ ଥାନା ଅଧିକାରୀ ଶରତ ପାତ୍ରଙ୍କ ନେତୃତ୍ୱରେ ଏକ ଟିମ୍ ଗଠନ କରାଯାଇଥିଲେ । ଏହି ଟିମ୍‌ ଯାଜପୁର ଏସପି ଓ ଏସଡିପିଓଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ତଦନ୍ତ ଜାରି ରଖିଥିଲା । ତଦନ୍ତ ପରେ ୬ ଜଣ ଚୋର ଏବଂ ଜଣେ ସହଯୋଗୀ ଗିରଫ ହୋଇଥିଲେ। ତେବେ ଅଧିକାଂଶ ଗିରଫ ଅଭିଯୁକ୍ତ ଭଦ୍ରକ ଅଞ୍ଚଳର ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳର କିଛି ବ୍ୟକ୍ତି ଏଥିରେ ସମ୍ପୃକ୍ତ ଥିବା ଜଣାପଡିଛି । ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ତେବେ ପୂର୍ବରୁ ମଧ୍ୟ ଏମାନଙ୍କ ନାମରେ ବିଭିନ୍ନ ଥାନାରେ ଏକାଧିକ ମାମଲା ରୁଜୁ ହୋଇଥିବା ଜଣାପଡିଛି ।  ଯାଜପୁର ଏସଡିପିଓ ସତ୍ୟବ୍ରତ ଲେଙ୍କା ଯାଜପୁର ଥାନାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.