ପ୍ରମୂଖ ଖବର
  • ଭୁବନେଶ୍ୱରରେ ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି, ଏୟାରପୋର୍ଟରେ ଦିଆଗଲା ଗାର୍ଡ ଅଫ୍ ଅନର୍‌
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା
  • ||
  • ରାଜଧାନୀରେ ନକଲି ସିମେଣ୍ଟ୍ ଫ୍ୟାକ୍ଟ୍ରି ଠାବ, ପାଉଁଶ ମିଶାଇ ଲୋକଙ୍କୁ କରୁଥିଲେ ବିକ୍ରି
  • ||
  • କରଞ୍ଜିଆ : ସ୍କୁଟିକୁ ଧକ୍କା ଦେଲା ଲୁହା ପଥର ବୋଝେଇ ଟ୍ରକ୍, ମାଆ ଆଗରେ ଚାଲିଗଲା ପୁଅର ଜୀବନ
  • ||
  • ଆନନ୍ଦପୁର : ଜଙ୍ଗଲରୁ ୨ ଶିକାରୀ ଗିରଫ, ମାରଣାସ୍ତ୍ର ସହ ଫାସ ଜବତ
  • ||
  • ବୋରିଗୁୁମ୍ମା : ନୂଆବର୍ଷରେ ଭୋଜି କରି ଯୁବକଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ : ୨୧୬ ଲିଟର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଅପରାହ୍ନରେ ଝାରସୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ‘ଦୁଲ୍‌ଦୁଲି' କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଳାହାଣ୍ଡି : ଟ୍ୟାଙ୍କର ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟଣା, କ୍ଷତି ପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ
  • ||
  • ଜଗା ଦର୍ଶନ ପାଇଁ ପୁରୀରେ ପ୍ରବଳ ଭିଡ଼, ବଡ଼ଦାଣ୍ଡରେ ଲାଗିଛି ଲମ୍ବା ଲାଇନ୍
  • ||
  • ସମ୍ୱଲପୁରରେ ଜବରଦଖଲ ଉଚ୍ଛେଦ, ୧୬୩ ଧାରା ଲାଗୁ
  • ||
  • ଘଟଗାଁରେ ଉଦ୍‌ଘାଟନ ହେବ ଅଟେଇ ଜଙ୍ଗଲ ସଫାରୀ, ବନ୍ୟଜନ୍ତୁ ଦେଖିବାର ମଜା ନେବେ ପର୍ଯ୍ୟଟକ
  • ||
  • ଆଜି ଓଡ଼ିଶାରେ ପହଞ୍ଚିବେ ନୂଆ ରାଜ୍ୟପାଳ, ପୁରୀ ଯାଇ ଶ୍ରୀଜିଉଙ୍କୁ କରିବେ ଦର୍ଶନ
  • ||
  • ସାଲେପୁର : ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍: ଜଣେ ସଙ୍କଟାପନ୍ନ, ଦୁଇ ଗୁରୁତର
  • ||
  • ସୋର : ଇଶାନ ଗାଁରେ ଅଗ୍ନିକାଣ୍ଡ: ଜଳିଗଲା ୪ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ଜାନୁଆରୀରେ ଶୀତ କମ୍‌, ମାର୍ଚ୍ଚ ଯାଏଁ ଅଧିକ ବର୍ଷା, ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ
  • ||

ଧରା ପଡ଼ିଲା ୭ ଫୁଟିଆ ବଉଳା କୁମ୍ଭୀର, ଭିତରକନିକାରେ ଛାଡ଼ିଲା ବନ ବିଭାଗ

Published By : Harapriya Sethi | November 8, 2024 10:20 AM

ଭୋଗରାଇ, ୦୮/୧୧: ଧରା ପଡିଲା ୭ ଫୁଟିଆ ବଉଳା କୁମ୍ଭୀର । ଦୀର୍ଘ ସମୟ ଧରି ୩୦ ଜଣିଆ ଟିମ୍‌ ଜାଲ ବିଛାଇ ଜଗି ରହିଥିବା ବେଳେ ଗୁରୁବାର ବିଳମ୍ବିତ ରାତିରେ କୁମ୍ଭୀରକୁ ଧରିବାରେ ବନ ବିଭାଗ ସଫଳ ହୋଇଛି । କୁମ୍ଭୀରଟିକୁ ଧରିବା ପରେ ତାକୁ ଭିତରକନିକା ନିଆଯାଇଛି । ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ବିଚିତ୍ରପୁର ବେଳାଭୂମିରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ସାରା ରାତି ଅକ୍ଲାନ୍ତ ପରିଶ୍ରମ କରି ବିଚିତ୍ରପୁର ନାଳରୁ ବଉଳା କୁମ୍ଭୀରକୁ ଧରିଥିଲା ବନ ବିଭାଗ । ଯାହାର ଲମ୍ବ ୭ ଫୁଟ ୬ ଇଞ୍ଚ ବୋଲି ଜଣା ପଡିଛି । ଧରା ପଡିବା ପରେ କୁମ୍ଭୀରକୁ ଭିତରକନିକାରେ ଛଡା ଯାଇଛି ବୋଲି ସୂଚନା ଦେଇଛି ବନ ବିଭାଗ । ତେବେ ଏହି କୁମ୍ଭୀରଟି ବାତ୍ୟା ‘ଦାନା’ ପ୍ରଭାବରେ ଭିତରକନିକାରୁ ପଳେଇ ଆସିବା ନେଇ ସନ୍ଧେହ କରାଯାଉଥିଲା । 

କୁମ୍ଭୀରଟିକୁ ଧରିବା ପାଇଁ ରାତିରେ ସମୁଦ୍ରକୁ ଲାଗିଥିବା ନାଳ ଭିତରେ ବନ ବିଭାଗର ଏକ ସ୍ୱତନ୍ତ୍ର ଟିମର ପେଟ୍ରୋଲିଂ କରିଥିଲା । ଭୋଗରାଇ ବ୍ଲକ ବିଚିତ୍ରପୁର ବେଳାଭୂମିରେ କୁମ୍ଭୀର ଠାବ ହେବା ପରେ ଲୋକେ ଭୟଭୀତ ହୋଇ ରହିଥିଲେ । ଯାହାକୁ ଧରିବା ପାଇଁ ବନ ବିଭାଗର ପକ୍ଷରୁ ଗୁରୁୂବାର ଅପରାହ୍ନ ୨ ଟାରୁ ରାତି ୧୨ ପର୍ଯ୍ୟନ୍ତ ପ୍ରୟାସ ଜାରି ରହିଥିଲା । ଏହାକୁ ନେଇ ଉପକୂଳବର୍ତ୍ତୀ ଅଞ୍ଚଳରେ ବନବିଭାଗ ପକ୍ଷରୁ ସଚେତନତା କରାଯାଇଥିଲା । ତେବେ ବନ ବିଭାଗର ଅକ୍ଲାନ୍ତ ପରିଶ୍ରମ ପରେ ପ୍ରାୟ ରାତି ୧ ଟାରେ ଧରା ପଡିଛି ବୋଲି ସୂଚନା ମିଳିଛି l


  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.