ପ୍ରମୂଖ ଖବର
  • କୋରାପୁଟ : ଜଲାପୁଟ ଜଳଭଣ୍ଡାରକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା
  • ||
  • ଅଣାୟତ୍ତ ଡାଇରିଆ ସ୍ଥିତି; ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଗୃହ ଏବଂ ନଗର ଉନ୍ନୟନ ବିଭାଗର ଆଲର୍ଟ
  • ||
  • ରଥଯାତ୍ରାକୁ ନେଇ କଠୋର ହେଲେ ସରକାର, ରଥ ଉପରକୁ ଅଣସେବାୟତ ଚଢିଲେ ହେବେ ଗିରଫ
  • ||
  • ସୁନ୍ଦରଗଡ଼ରେ ଲୁଟେରାଙ୍କ ଆତଙ୍କରାଜ, ବନ୍ଧୁକ ଦେଖାଇ ନେଇଗଲେ ଅଳଙ୍କାର ଓ ନଗଦ ଟଙ୍କା
  • ||
  • ଅଣସର ଦର୍ଶନର ଚତୁର୍ଥ ଦିନ, ରଜ ସଂକ୍ରାନ୍ତି ପାଇଁ ଅଲାରନାଥ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
  • ||
  • ଇସ୍ରାଏଲ-ଇରାନ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି, ତେହେରାନରେ ପ୍ରତିରକ୍ଷା ମନ୍ତ୍ରଣାଳୟ କୋଠା ଓ ପରମାଣୁ ମୁଖ୍ୟାଳୟ ଧ୍ୱଂସ
  • ||
  • କେଦାରନାଥ ନିକଟରେ ହେଲିକପ୍ଟର୍ ଦୁର୍ଘଟଣା, ୬ ମୃତ
  • ||
  • ନାଇଜେରିଆରେ ଗୁଳିମାଡ କଲେ ବନ୍ଧୁକଧାରୀ, ୧୦୦ ଜଣଙ୍କର ମୃତ୍ୟୁ
  • ||
  • ଆଗେଇବ ମୌସୁମୀ ବାୟୁ, ୨୦ ଲଘୁଚାପରେ ଆଗକୁ ହେବ ଅଗ୍ରସର: ଆଜି ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲାକୁ ଆଲର୍ଟ
  • ||

ବିଦ୍ୟୁତ୍ ଆଘାତରେ ୭ ବର୍ଷର ଶିଶୁକନ୍ୟା ମୃତ

Published By : Rasmita Pradhan | June 12, 2025 10:44 AM

ଛେଣ୍ଡିପଦା, ୧୨/୬ : ଅନୁଗୋଳ ଜିଲ୍ଲା ବାଗଡିଆ ଥାନା ଭେଜିଡ଼ିହ ଗାଁରେ ଅଘଟଣ। ବିଦ୍ୟୁତ୍ ଆଘାତରେ ୭ବର୍ଷର ଶିଶୁକନ୍ୟାର ମୃତ୍ୟୁ। ମୃତ ଶିଶୁ କନ୍ୟା ଜଣଙ୍କ ହେଲେ ପ୍ରଦୀପ ନାଏକଙ୍କ ଝିଅ ସାଲେନି ନାଏକ।

ସୂଚନାନୁଯାୟୀ, ଭେଜିଡ଼ିହ ଗାଁର ପ୍ରଦୀପ ନାଏକଙ୍କ ୭ବର୍ଷର ଝିଅ ସାଲୋନୀ ନାଏକ ଗାଁ ଦାଣ୍ଡରେ ଖେଳୁଥିବା ବେଳେ ପଡୋଶୀ ଦୁଃଖୀ ନାଏକ ପୋଟଳ ଚାଷ କରିବା ପାଇଁ ହୁକ ପକାଇ ନେଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ। ସ୍ଥାନୀୟଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଛେଣ୍ଡିପଦା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ଡାକ୍ତର ଶିଶୁକନ୍ୟାକୁ ମୃତ ଘୋଷଣା କରିଥିଲେ। ଖବର ପାଇ ବାଗଡିଆ ଥାନା ପୁଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଚଳାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.