ପ୍ରମୂଖ ଖବର
  • ବ୍ରହ୍ମପୁର: ବଡ଼ବଜାରର ଥାନା ହରିଡ଼ାଖଣ୍ଡି ପୋଖରୀରୁ ଜଣଙ୍କ ମୃତଦେହ ଉଦ୍ଧାର
  • ||
  • ଅନୁଗୁଳ: ଜନ୍ତୁ ଶିକାର ବେଳେ ମାଡି ବସିଲା ବନ ବିଭାଗ, ଜଣେ ଗିରଫ, ୩ କିଲୋ ଜିଆଇ ତାର ଜବତ
  • ||
  • ବାରଙ୍ଗ ଷଣ୍ଢପୁର ନିକଟରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ରାସ୍ତାରେ ଏକ ଟ୍ରକ୍ ସହ ଧକ୍କା
  • ||
  • ବେଙ୍ଗାଲୁରୁ ଦଳାଚକଟା ଘଟଣାରେ ବଡ଼ ଆକ୍ସନ, ଏୟାରପୋର୍ଟରୁ RCB ମାର୍କେଟିଂ ହେଡ୍ ଗିରଫ
  • ||
  • ଅଦିନିଆ ବର୍ଷା କ୍ଷୟକ୍ଷତି ଦାବିରେ ରାସ୍ତା ଅବରୋଧ, କୃଷକ ସଂଗଠନର ୧୨ ଘଣ୍ଟିଆ ବନ୍ଦ ପାଳନ
  • ||
  • ୯ରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲରେ କରିବାକୁ ପଡ଼ିବ ପଞ୍ଜୀକରଣ
  • ||
  • ସାଧାରଣ ଲୋକଙ୍କୁ ବଡ଼ ଆଶ୍ୱସ୍ତି, ତୃତୀୟ ଥର ପାଇଁ ରେପୋ ୦.୫ ପ୍ରତିଶତ ରେଟ୍ ହ୍ରାସ କଲା ଆର୍‌ବିଆଇ, ଶସ୍ତା ହେବ ଗୃହ, ଗାଡ଼ି ଋଣ ଇଏମ୍‌ଆଇ
  • ||
  • ଇଂଲଣ୍ଡ ଗସ୍ତରେ ଟିମ୍ ଇଣ୍ଡିଆ, ଶୁଭମନଙ୍କ ନେତୃତ୍ବରେ ପଡିଆକୁ ଓହ୍ଲାଇବ ଟିମ୍, ବୁମରା ଖେଳିବେ ୩ଟି ଟେଷ୍ଟ
  • ||
  • ବଡ଼ଦେଉଳରେ ରୁକ୍ମିଣୀ ହରଣ ଏକାଦଶୀ ନୀତି, ଅପରାହ୍ଣ ୧ଟାରୁ ସନ୍ଧ୍ୟା ୬ଟା ଦର୍ଶନ କଟକଣା
  • ||
  • ଶୁକ୍ରବାର ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ବଢିଲା ଟ୍ରମ୍ପ-ମସ୍କ କଳି ; ଟ୍ରମ୍ପଙ୍କ ବିରୋଧରେ ମହାଭିଯୋଗ ଚାହାନ୍ତି ମସ୍କ, କହିଲେ ଜେଡି ଭାନ୍ସଙ୍କୁ ମିଳୁ ରାଷ୍ଟ୍ରପତି ପଦ
  • ||
  • ଜୁନ୍‌ ୧୨ ଆଗରୁ ଫେରିବନି ମୌସୁମୀ : ଆଗକୁ ଆହୁରି ସିଝାଇବ, ଛଟପଟ କରିବ ତାତି, ଲଘୁଚାପ ହିଁଁ ଭରସା
  • ||

ସରଣ୍ଡା ଜଙ୍ଗଲରୁ ଆଉ ୭୦୦ କିଲୋ ବିସ୍ଫୋରକ ଜବତ, ମାଟି ତଳେ ଲୁଚାଇ ରଖିଥିଲେ ମାଓବାଦୀ

Published By : Rasmita Pradhan | June 4, 2025 9:46 AM

ରାଉରକେଲା, ୪/୬ : ସରଣ୍ଡା ଜଙ୍ଗଲରୁ ଆଉ ୭୦୦ କିଲୋ ବିସ୍ଫୋରକ ଜବତ। ବୁଧବାର ସକାଳେ ସର୍ଚ୍ଚ ଅପରେସନ ବେଳେ ବିସ୍ଫୋରକ ଜବତ କଲା ସୁରକ୍ଷା ବାହିନୀ। ମାଓବାଦୀମାନେ ମାଟି ତଳେ ଏହି ବିସ୍ଫୋରକ ଲୁଚାଇ ରଖିଥିଲେ। ଗତ ଦୁଇ ଦିନ ତଳେ ସରଣ୍ଡା ଜଙ୍ଗଲରୁ ଅଢେଇ ଟନ ବିସ୍ଫୋରକ ଜବତ କରାଯାଇଥିଲା। ବାକି ବିସ୍ଫୋରକ ଉଦ୍ଧାର ଲାଗି ଯବାନମାନେ ଅପରେସନ ଜାରି ରଖିଛନ୍ତି। 

ସୂଚନାଯୋଗ୍ୟ ଯେ, ଗତ ୨୭ ତାରିଖରେ ବଡ଼ଗାଁ ଇତ୍‌ମା ଗୋଦାମରୁ ୪ ଟନ ବିସ୍ଫୋରକ ନେଇ ଏକ ଗାଡ଼ି କେ. ବଲାଙ୍ଗ ଥାନା ଅନ୍ତର୍ଗତ ବାଙ୍କୋ ପଥର ଖାଦାନକୁ ଯାଇଥିଲା । ଏହି ସମୟରେ ମାଓବାଦୀ ବିସ୍ଫୋରକ ଲୁଟି ସରଣ୍ଡା ଜଙ୍ଗଲକୁ ପଳାଇ ଯାଇଥିଲେ । ଏହାପରେ ଲୁଟ୍‌ ବିସ୍ଫୋରକର ସୁରକ୍ଷିତ ଉଦ୍ଧାର କରିବା ଲାଗି ସରଣ୍ଡା ଜଙ୍ଗଲରେ ଆରମ୍ଭ ହୋଇଥିଲା ଅପରେସନ । ଯବାନ ଅଢ଼େଇ ଟନ୍‌ ବିସ୍ଫୋରକ ଜବତ କରି ସାରିଥିବା ବେଳେ ବାକି ବିସ୍ଫୋରକ ଉଦ୍ଧାର କରିବା ଲାଗି ଅପରେସନ ଜାରି ରଖିଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.