ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

୭୨ତମ ଜିଲ୍ଲା ପରିଷଦ ବୈଠକ ; ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ବନ୍ୟା ସମସ୍ୟା ଓ ଗମାନାଗମନ, ଜଙ୍ଗଲ ଜମି ପଟ୍ଟା ସମ୍ପର୍କରେ ଆଲୋଚନା

ମାଲକାନଗିରି, ୧୮/୯ : ମାଲକାନଗିରି ଜିଲ୍ଲାରେ ୭୨ତମ ଜିଲ୍ଲା ପରିଷଦ ବୈଠକରେ ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ପାନୀୟ ଜଳ, ବନ୍ୟା ସମସ୍ୟା ଓ ଗମାନାଗମନ, ଜଙ୍ଗଲ ଜମି ପଟ୍ଟା ବଣ୍ଟନ ସମ୍ପର୍କରେ ଗୁରୁତ୍ୱ ଦେବା ସହ ଆଲୋଚନା କରା ଯାଇଛି । ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ୭୨ ତମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନରରଙ୍ଗପୁର ସାଂସଦ, ବଳଭଦ୍ର ମାଝୀ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ପତିତ ପାବନ ବୈଦ୍ୟ, ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ, ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ, ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଓ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶଚନ୍ଦ୍ର ଶବର ମଞ୍ଚାସୀନ ଥିଲେ । 

ଏହି ବୈଠକରେ ଗୁରୁତ୍ୱପୂର୍ଣ୍ଣ ଗ୍ରାମାଞ୍ଚଳ ରାସ୍ତାକୁ ରାସ୍ତା ଓ କୋଠାବାଡ଼ି ବିଭାଗକୁ ହସ୍ତାନ୍ତର କରି କାର୍ଯ୍ୟ ତ୍ଵରାନିତ କରିବା ପାଇଁ ସାଂସଦ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ମେଗା ଲିଫ୍ଟ ୧୨ ଟି ପ୍ରକଳ୍ପରୁ ୮ ଟି ସଂପୂର୍ଣ୍ଣ ହୋଇଛି ବୋଲି ସୂଚନା ଦିଆଯାଇଛି । ଜିଲ୍ଲାର କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ ଆଜି ବୈଠକରେ ଅନୁମୋଦନ କରାଯାଇଛି । କେନ୍ଦୁ ପତ୍ର ନିମନ୍ତେ ଲୋକଙ୍କ ମଧ୍ୟରେ ଆହୁରି ସଚେତନତା ସୃଷ୍ଟି କରିବାର ଆବଶ୍ୟକତା ଅଛି ବୋଲି ସାଂସଦ ଗୁରୁତ୍ଵାରୋପ କରିଛନ୍ତି । ଅଗ୍ରାଧିକାର ଭିତ୍ତିରେ ଜାତୀୟ ରାଜପଥ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବା ପାଇଁ କୁହାଯାଇଛି । ଆଦିବାସୀ ଓ ହରିଜନ ଉନ୍ନୟନ, କୃଷି, ପ୍ରାକୃତିକ ବିପର୍ଯ୍ୟୟ ଓ ସ୍ଵାସ୍ଥ୍ୟ ସେବା ଇତ୍ୟାଦି ବିଷୟରେ ଆଲୋଚନା କରାଯାଇଛି । ବୈଠକରେ ଜିଲ୍ଲା ପରିଷଦର ସମସ୍ତ ସଭ୍ୟ ଓ ସଭ୍ୟା, ଜିଲ୍ଲାର ସମସ୍ତ ପଞ୍ଚାୟତ ସମିତିର ଅଧ୍ୟକ୍ଷ ଓ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ ।

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.