ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ସୁପର-୮ ରାଉଣ୍ଡ ଚୂଡ଼ାନ୍ତ, ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ବାଂଲାଦେଶକୁ ଭେଟିବ ଭାରତ
  • ||
  • କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା, ଓସେପା ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ
  • ||
  • ବାଲେଶ୍ୱର: ଆଇନ ଶୃଙ୍ଖଳା ମାନିବା ସହ ଶାନ୍ତି ବଜାୟ ରଖିବାକୁ ଏସପି ସାଗରିକା ନାଥଙ୍କ ଅନୁରୋଧ
  • ||
  • ଭୁବନେଶ୍ୱର: ପଥରବନ୍ଦ ବସ୍ତିରେ ଗୋଷ୍ଠୀ ସଂଘର୍ଷ, ଘଟଣାସ୍ଥଳରେ ପୋଲିସ ମୁତୟନ
  • ||
  • ଜୁନ୍‌ ୨୦ରେ ବାଚସ୍ପତି ନିର୍ବାଚନ, ଖୁବ୍‌ଶୀଘ୍ର କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା
  • ||
  • ଅସଲି ପୋଲିସ ହାତରେ ଧରାପଡ଼ିଲା ନକଲି ସିବିଆଇ ପୋଲିସ, ଲୋକଙ୍କଠୁ ଲୁଟୁଥିଲା ଲକ୍ଷାଧିକ ଟଙ୍କା
  • ||
  • ଖୋଲିଲା ସ୍କୁଲ, ଅଧା ଜିଲ୍ଲାରେ ସକାଳୁ କ୍ଲାସ ଆରମ୍ଭ, ୧୧ ଜିଲ୍ଲାରେ ୨୦ ଯାଏ ସ୍କୁଲ ବନ୍ଦ
  • ||
  • ମଙ୍ଗଳବାର, ବୁଧବାର ନବନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାସ୍ପପତି, ୨୦ ନୂଆ ବାଚସ୍ପତି ନିର୍ବାଚନ
  • ||
  • ଅଶାନ୍ତ ବାଲେଶ୍ୱର: ଗୋଷ୍ଠୀ ସଂଘର୍ଷ ପାଇଁ କର୍ଫ୍ୟୁ, ୨୪ ଘଣ୍ଟା ବନ୍ଦ ରହିବ ଦୋକାନ ବଜାର
  • ||
  • ରାଜ୍ୟରେ ୪୨% ନିଅଣ୍ଟିଆ ବର୍ଷା, ୩ ଜିଲ୍ଲାରେ ସ୍ୱାଭାବିକ, ୨୬ ଜିଲ୍ଲାରେ ନିଅଣ୍ଟିଆ: ୪ ଦିନ ଭିତରେ ମୌସୁମୀ ଅଗ୍ରସର ହେବ
  • ||

ମାଲକାନଗିରି ସୀମାନ୍ତରେ ବଡ ଧରଣର ଅପରେସନ୍, ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୮ ମାଓବାଦୀ ନିହତ

ମାଲକାନଗିରି ୧୫/୦୬ : ସୁରକ୍ଷା ବାହିନୀକୁ ବଡ଼ ସଫଳତା। ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଓ ନାରାୟଣପୁର ଜିଲ୍ଲା ଆବୁଜମାଡ଼ ଅଞ୍ଚଳରେ ମାଓବାଦୀ- ସୁରକ୍ଷାକର୍ମୀଙ୍କ ମଧ୍ୟରେ ବଡ ଧରଣର ଗୁଳିବିନିମୟ । ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିଲେ ୮ ମାଓବାଦୀ  । ଏବେବି ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି । 

ସୂଚନା ମୁତାବିକ, ଦୁଇ ଦିନ ଧରି ଏହି କୁତୁଲ ଏବଂ ଅବୁଝମାଡ଼ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଏନ୍‌କାଉଣ୍ଟର ଚାଲିଥିଲା । ନାରାୟଣପୁର, କୋଣ୍ଡାଗାଓନ୍, କାନକେର ଏବଂ ଡାଣ୍ଟେୱାଡା ଜିଲ୍ଲାର DRG, STF ଏବଂ ITBP ଯବାନ ମାନେ ଏହି ଆପରେସନରେ ସାମିଲ ରହିଥିଲେ l ତେବେ ବର୍ତ୍ତମାନ ସୁଦ୍ଧା ୮ ମାଓବାଦୀ ନିହତ ହୋଇଥିବା ବେଳେ ଏକାଧିକ ଆହତ ହୋଇଥିବା ସୂଚନା ରହିଛି । 

ସେପଟେ ଏବେ ବି ଆବୁଜମାଡର କୁଟୁଲ ଫାର୍ସବେଡା କୋଡାମେଟା ଅଞ୍ଚଳରେ ଯବାନଙ୍କ ମିଳିତ ଅପରେସନ ଜାରି ରହିଛି । ଅପରପକ୍ଷେ କିଛି ଯବାନ ମଧ୍ୟ ଆହତ ହୋଇଥିବା ଖବର ରହିଛି । ବର୍ତ୍ତମାନ ମଧ୍ୟ ଉଭୟ ପକ୍ଷରୁ ଜୋରଦାର ଗୁଳିବିନିମୟ ଜାରି ରହିଛି ।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.