ପ୍ରମୂଖ ଖବର
  • ସମ୍ୱଲପୁର : ନାଗାବଳୀ ଏକ୍ସପ୍ରେସ୍‌ ଲାଇନଚ୍ୟୁତ, ଟ୍ରାକ୍‌ରୁ ଖସିପଡ଼ିଲା ଗୋଟିଏ ବଗି
  • ||
  • କନ୍ଧମାଳ : ଜଙ୍ଗଲରେ ଅବକାରୀ ବିଭାଗ ସ୍ୱାତନ୍ତ୍ର ସ୍କ୍ୱାର୍ଡର ଚଢାଉ, ୮୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||
  • କେନ୍ଦୁଝର : ଭାରସାମ୍ୟ ହରାଇ ଓଲଟିଲା ସ୍କୁଲ୍‌ ଭ୍ୟାନ୍‌, ୩ ଆହତ
  • ||
  • ପୁରୀ : ସାମାନ୍ୟ ବଚସାକୁ ନେଇ ଯୁବକଙ୍କୁ ପିଟିପିଟି ହତ୍ୟା, ତଦନ୍ତ କରୁଛି ପୋଲିସ
  • ||
  • ବଲାଙ୍ଗୀର : ସ୍ୱାମୀର ଟାଙ୍ଗିଆ ଚୋଟରେ ଚାଲିଗଲା ସ୍ତ୍ରୀର ଜୀବନ, କାରଣ ଅସ୍ପଷ୍ଟ
  • ||
  • ୩ ଦିନ ପରେ ସରଗରମ ହୋଇପାରେ ବିଧାନସଭା, ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହରେ ମୁହାଁମୁହିଁ ହେବେ ବିରୋଧୀ ଏବଂ ଶାସକ
  • ||
  • ଭୁବନେଶ୍ୱର : ଗାଡ଼ି ସାଇଡ୍ ମରାକୁ ନେଇ ଛାତ୍ର ଏବଂ ଅଣଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ, ଉଭୟଙ୍କ ପକ୍ଷରୁ ଖଣ୍ଡଗିରି ଥାନାରେ ଏତଲା
  • ||
  • କଟକ : ଖବରକାଗଜ ବିତରକଙ୍କୁ ପିଟିଲା PCR, ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||

ଛତ୍ରପୁର ଠାରେ ୯୦ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ, ଉଲେଖନୀୟ କାର୍ଯ୍ୟ ପାଇଁ ୫ ଜଣ ପୁରସ୍କୃତ

Published By : Prameya | April 1, 2025 2:59 PM

ଛତ୍ରପୁର ୦୧/୦୪: ଛତ୍ରପୁର ପୋଲିସ ପଡିଆ ଠାରେ ୯୦  ତମ ପୋଲିସ ପ୍ରତିଷ୍ଠା ଦିବସ ପାଳନ ହୋଇଛି । ଏହି ଅବସରରେ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ ଗଞ୍ଜାମ ପୋଲିସ ଜିଲ୍ଲା ଏସପି ସୁଭେନ୍ଦୁ ପାତ୍ର । ଆଜିର ଦିବସ ଓଡିଶା ପୁଲିସ ପାଇଁ ଗର୍ବ ଓ ଗୌରବର ଦିବସ । ଜନସାଧାରଣଙ୍କ ସେବା ମନଭାବ ନେଇ ନିଜକୁ ଉତ୍ସର୍ଗ କରିବା । ଏହି ସଙ୍କଳ୍ପ ହିଁ ହେବ ଆମମାନଙ୍କ ପାଇଁ ସହିଦ୍‌ଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି ଉପସ୍ଥିତ ପୁଲିସ ବାହିନୀକୁ ଉଦ୍‌ବୋଧନ ଦେଇଥିଲେ ଏସପି ଶ୍ରୀ ପାତ୍ର। 

ସେ ଆହୁରି କହିଛନ୍ତି, ଏବେ ପୋଲିସର ଦିନକୁ ଦିନ ତାର ଦାୟିତ୍ୱ ବଢ଼ି ଯାଇଛି। ପୋଲିସ ସବୁ ଚ୍ୟାଲେଞ୍ଜକୁ ସଫଳତା ସହ ମୁକାବିଲା କରୁଛି। ଧନଜୀବନ ଓ ଆଇନଶୃଙ୍ଖଳା ରକ୍ଷା କାର୍ଯ୍ୟ ପୋଲିସ କାର୍ଯ୍ୟକାରୀ କରି ଆସୁଛି । ପୋଲିସ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଉଲ୍ଲେଖନୀୟ କାର୍ଯ୍ୟକରି ଲୋକଙ୍କୁ ସୁରକ୍ଷା ଯୋଗାଉଛି । ଶାନ୍ତି ଶୃଙ୍ଖଳା ରକ୍ଷା ମଧ୍ୟ ପୁଲିସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟପନ୍ଥା । ଆଇନଶୃଙ୍ଖଳା ରକ୍ଷା କରିବା ସହ ଅପରାଧ ନିୟନ୍ତ୍ରଣ କରୁଛି ପୋଲିସ । ଲୋକଙ୍କୁ ଉତ୍ତମ ସେବା ଯୋଗାଇବା ହେଉଛି ଆମର ପ୍ରଥମ ଧର୍ମ ।

ଏହାବ୍ୟତୀତ ଏହି ଅବସରରେ ଏସପି ଶ୍ରୀ ପାତ୍ର ଓଡିଶାର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ପଠନ କରିଥିଲେ । ସମାରୋହରେ ରିଜର୍ଭ ଇନିସପେକ୍ଟର ଅମୁଲ୍ୟ କୁମାର ନାୟକଙ୍କ ତତ୍ତ୍ୱାବଧାନରେ ପ୍ୟାରେଡ୍ ପରିଚାଳନା କରିଥିବା ବେଳେ ସରଜେଣ୍ଟ ବିକାଶ କୁମାର ସେନାପତି ସହଯୋଗ କରିଥିଲେ । ଏହି ସମାରୋହରେ ଗଞ୍ଜାମ ପୋଲିସ ଜିଲ୍ଲାରେ କର୍ତ୍ତବ୍ୟନିଷ୍ଠା ଓ ସାହସିକତା କ୍ଷେତ୍ରରେ ଉଲେଖନୀୟ କାର୍ଯ୍ୟ କରିଥିବା ୫ଜଣଙ୍କୁ ପୁରସ୍କୃତ କରାଯାଇଥିଲା ।  ସବ୍‌ଇନ୍ସପେକ୍ଟର ଶୁଭ୍ରଜିତ ସାମନ୍ତରାୟ, ଏଏସଆଇ ସୁମନ୍ତ କୁମାର ବେହେରା, ହାବିଲଦାର ବି. କାମରାଜୁ ଦୋରା, ଏପିଆର କନଷ୍ଟେବଳ ଟୁନା ମଲ୍ଲିକ ଓ  କନଷ୍ଟେବଳ ଦିଲ୍ଲୀପ କୁମାର ବେହେରାଙ୍କୁ ଏସ୍‌ପି ସମ୍ମାନିତ କରିବା ସହ ପୁରସ୍କୃତ କରିଥିଲେ । ସମାରୋହରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଏସପି ଚିନ୍ମୟ କୁମାର ନାୟକ, ହାବିଲଦାର ଓ କନଷ୍ଟେବଲ ସଂଘର ସଭାପତି ଗୋରାଚାନ୍ଦ ତ୍ରିପାଠୀ , ସଂପାଦକ ସୁବାସ ସେଠୀ, ରାବଣା ରାଓ ଙ୍କ ସମେତ ବହୁ ପୋଲିସ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.