ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ନବମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ

Published By : Rasmita Pradhan | February 4, 2025 8:39 AM

ମାଲକାନଗିରି/କାଲିମେଳା, ୪/୨: ୯ମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଗମ୍ଫାକୋଣ୍ଡା ସରକାରୀ ଅନୁସୂଚିତ ଜାତି ଜନଜାତି ହାଇସ୍କୁଲ ହଷ୍ଟେଲ ନିକଟ ଏକ ମହୁଲ ଗଛରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। 

ସୂଚନାନୁଯାୟୀ, ରବିବାର ଦିନ ଗମ୍ଫାକୋଣ୍ଡା ସଦର ମହାକୁମାଠାରେ ଥିବା ସରକାରୀ ଅନୁସୂଚିତ ଜାତି ଜନଜାତି ଉଚ୍ଚ ବିଦ୍ୟାଳୟରେ ସରସ୍ୱତୀଙ୍କ ମୂର୍ତ୍ତି ବିସର୍ଜନ କରାଯାଇଥିଲା। ସୋମବାର ରାତି ୯ଟାରେ ରିଗାନ ମାଡକାମୀ ନାମକ ଜଣେ ୯ମ ଶ୍ରେଣୀ ଛାତ୍ର ମୋ ପାଇଁ ଭାତ ବାଢି ରଖ ମୁଁ ଆସୁଛି ବୋଲି ଅନ୍ୟ ଛାତ୍ରମାନଙ୍କୁ କହିଥିଲେ। ହେଲେ ରିଗାନ ଭାତ ଖାଇବାକୁ ଆସି ନଥିଲେ। ରାତିରେ ସେହି ବିଦ୍ୟାଳୟର କିଛି ଛାତ୍ର ପାଚେରୀ କଡ଼କୁ ଶୌଚ କରିବାକୁ ଯାଇଥିବା ବେଳେ ରିଗାନ ଏକ ମହୁଲ ଗଛରେ ଝୁଲୁଥିବା ଦେଖି ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଡାକିଥିଲେ।

ଏ ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ କାଲିମେଳା ଥାନାରେ ଜଣାଇବା ପରେ ପୋଲିସ ଘଟଣାସ୍ଥଳରେ ପହଁଚି ଶବ ଜବତ କରି ତଦନ୍ତ ଆରମ୍ଭ କରିଛ। ରିଗାନଙ୍କ ପରିବାରଙ୍କୁ ଜଣାଇବା ପରେ ସେମାନେ ମଧ୍ୟ ରାତିରେ ସ୍କୁଲରେ ପହଁଚିଛନ୍ତି। ଆଜି କୋରାପୁଟରୁ ସାଇଣ୍ଟିଫିକ ଟିମ୍ ଆସିବା ପରେ ମୃତଦେହକୁ ବ୍ୟବଛେଦ ନିମନ୍ତେ ପଠାଯିବ ବୋଲି ପୁଲିସ ସୂତ୍ରରୁ ସୂଚନା ମିଳିଛି। ମୃତ ଛାତ୍ରଙ୍କ ଘର ମାଲକାନଗିରି ଜିଲ୍ଲା କୋରକୁଣ୍ଡା ବ୍ଲକ କାମ ବେଡା ଗ୍ରାମରେ ବୋଲି ଜଣାପଡିଛି। ତେବେ ପୁଅର ଆତ୍ମହତ୍ୟା ଘଟଣାକୁ ପରିବାର ଲୋକେ ସହଜରେ ଗ୍ରହଣ କରୁନଥିବାର ସୂଚନା ମିଳିଛି।

 




Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.